ମୋ ସରକାର କାର୍ଯ୍ଯକ୍ରମର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ସ୍ବାସ୍ଥ୍ୟ ବିଭାଗର ଫିଡ୍‌ବ୍ୟାକ ସର୍ବୋତ୍ତମ

The Sakala Picture
Published On

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟ ସରକାରଙ୍କ ମୋ ସରକାର କାର୍ଯ୍ୟକ୍ରମର ସମୀକ୍ଷା କରି ଜିଲ୍ଲାସ୍ତରରେ ଅଧିକ ଫିଡବ୍ୟାକ ସଂଗ୍ରହ କରିବାପାଇଁ ନିର୍ଦ୍ଦେଶ ଦେବା ସହିତ ମୁଖ୍ୟ ଶାସନ ସଚିବ ଏ ସଂପର୍କରେ ସମୀକ୍ଷା କରି ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାସହିତ ବିଭିନ୍ନ ବିଭାଗ ସେମାନଙ୍କ ଡାଟାବେସ୍‌କୁ ସୁଦୃଢ କରିବା ପାଇଁ ସେ ପରାମର୍ଶ ଦେଇଛନ୍ତି। ସୂଚନାଯୋଗ୍ୟ ଯେ, ମୋ ସରକାର କାର୍ଯ୍ୟକ୍ରମରେ ସରକାରୀ କାର୍ଯ୍ୟାଳୟକୁ ଆସୁଥିବା ବ୍ୟକ୍ତି ବିଶେଷଙ୍କୁ ଫୋନକଲ୍‌ ଜରିଆରେ ସେମାନେ […]

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟ ସରକାରଙ୍କ ମୋ ସରକାର କାର୍ଯ୍ୟକ୍ରମର ସମୀକ୍ଷା କରି ଜିଲ୍ଲାସ୍ତରରେ ଅଧିକ ଫିଡବ୍ୟାକ ସଂଗ୍ରହ କରିବାପାଇଁ ନିର୍ଦ୍ଦେଶ ଦେବା ସହିତ ମୁଖ୍ୟ ଶାସନ ସଚିବ ଏ ସଂପର୍କରେ ସମୀକ୍ଷା କରି ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାସହିତ ବିଭିନ୍ନ ବିଭାଗ ସେମାନଙ୍କ ଡାଟାବେସ୍‌କୁ ସୁଦୃଢ କରିବା ପାଇଁ ସେ ପରାମର୍ଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ପ୍ରକାଶ ପାଇଲା UPSC ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ, ଅନୁଜ ଅଗ୍ନିହୋତ୍ରୀ ଟପ୍ପର

ସୂଚନାଯୋଗ୍ୟ ଯେ, ମୋ ସରକାର କାର୍ଯ୍ୟକ୍ରମରେ ସରକାରୀ କାର୍ଯ୍ୟାଳୟକୁ ଆସୁଥିବା ବ୍ୟକ୍ତି ବିଶେଷଙ୍କୁ ଫୋନକଲ୍‌ ଜରିଆରେ ସେମାନେ କିଭଳି ବ୍ୟବହାର ପାଇଲେ ବା ତାଙ୍କ ସମସ୍ୟାର ସମାଧାନ ପାଇଁ ତୁରନ୍ତ ପଦକ୍ଷେପ ନିଆଯାଉଛି କି ନାହିଁ, ସେ ସଂପର୍କରେ ଜାଣିବା ପାଇଁ ବ୍ୟବସ୍ଥା ରହିଛି । ୨୦୧୯ ଅକ୍ଟୋବର ୨ ତାରିଖରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ଗତ ବର୍ଷ ମଇ ୨୮ ତାରିଖରେ ମୁଖ୍ୟମନ୍ତ୍ରୀ ଏହାର ସମୀକ୍ଷା କରିଥିଲେ । ଆଜି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା, ପଞ୍ଚାୟତିରାଜ ଓ ପାନୀୟ ଜଳ, ଗୃହ ନିର୍ମାଣ ଓ ନଗର ଉନ୍ନୟନ, ମିଶନ ଶକ୍ତି ଏବଂ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସମୀକ୍ଷା କରାଯାଇଥିଲା ।

ଆହୁରି ପଢ଼ନ୍ତୁ: ଅର୍ଜୁନ ତେନ୍ଦୁଲକର ଓ ସାନିଆ ଚାନ୍ଦୋକଙ୍କ ବିବାହ ସମ୍ପନ୍ନ: ମୁମ୍ବାଇରେ ଏକାଠି ହେଲେ କ୍ରିକେଟ ଓ ବଲିଉଡ ତାରକା

ବୈଠକରେ ସୂଚନା ଅନୁଯାୟୀ, ରାଜ୍ୟ ସରକାରଙ୍କ ୩୧ଟି ବିଭାଗର ୨୬୩ଟି ସେବା ମୋ ସରକାର ଅଧୀନକୁ ଆସିଛି। ଆଜି ପର୍ଯ୍ୟନ୍ତ ସମୁଦାୟ ୩.୭୭ କୋଟି ଫିଡବ୍ୟାକ ସଂଗ୍ରହ କରାଯାଇଛି । ମୋ ସରକାରର ୧୧ଟି ପାରାମିଟରରୁ ୯ଟି ପାରାମିଟରରେ ଉନ୍ନତି ଆସିଛି। ସମସ୍ତ ବିଭାଗର ସାମଗ୍ରିକ ପ୍ରଦର୍ଶନ ଦୃଷ୍ଟିରୁ ୯୪.୯ ପ୍ରତିଶତ ଫିଡବ୍ୟାକ ଆଉଟଷ୍ଟାଣ୍ଡିଂଙ୍ଗ ବା ସର୍ବୋତ୍ତମ ରହିଛି ।

ଆହୁରି ପଢ଼ନ୍ତୁ: ଗୋଟିଏ ଦିନରେ ଭୁବନେଶ୍ୱରରୁ ଜଣେ ନାବାଳକ ଓ ଦୁଇ ନାବାଳିକା ନିଖୋଜ

ସମୀକ୍ଷାରୁ ଜଣାଯାଇଥିଲା ଯେ ସ୍ବାସ୍ଥ୍ୟ ବିଭାଗର ପ୍ରଦର୍ଶନ ସର୍ବୋତ୍ତମ ରହିଛି। ବିଶେଷକରି ସରକାରୀ ଡାକ୍ତରଖାନା ମାନଙ୍କରେ ମିଳୁଥିବା ସେବା ସଂପର୍କରେ ଜନସାଧାରଣଙ୍କ ଫିଡବ୍ୟାକ ବହୁତ ଭଲ ରହିଛି । ୯୯ ପ୍ରତିଶତରୁ ଅଧିକ ମତ ଉତ୍ତମ ବୋଲି ଜଣାଯାଇଛି। ସେହିପରି ବେସରକାରୀ ଡାକ୍ତରଖାନା ଗୁଡିକରେ ୯୮ ପ୍ରତିଶତ ଫିଡବ୍ୟାକ ଉତ୍ତମ ରହିଛି। ବିଶେଷକରି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଏହି ଫିଡବ୍ୟାକ ନିଆଯାଇଛି । ଗୃହ ନିର୍ମାଣ ଓ ନିଗର ଉନ୍ନୟନ ବିଭାଗ କାମରେ ମଧ୍ୟ ଉନ୍ନତି ଆସିଛି ବୋଲି ଜଣାଯାଇଛି ।

ସମୀକ୍ଷାରୁ ଜଣାଯାଇଛି ଯେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ୯୬ ପ୍ରତିଶତ, ରାଜସ୍ବ ବିଭାଗର ୯୮ ପ୍ରତିଶତ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ୯୨ ପ୍ରତିଶତ ଫିଡବ୍ୟାକ ଅତି ଉତ୍ତମ ରହିଛି । ମିଶନ ଶକ୍ତି ବିଭାଗ ଅପେକ୍ଷାକୃତ ନୂତନ ବିଭାଗ ହୋଇଥିବାରୁ ଏହାର ଫିଡବ୍ୟାକ ବ୍ୟବସ୍ଥା ପ୍ରସ୍ତୁତ କରାଯାଉଛି।

ସମୀକ୍ଷାରୁ ଜଣାଯାଇଥିଲା ଯେ ସବ୍‌ରେଜିଷ୍ଟର ଅଫିସ, ବିଲ୍‌ଡିଂ ପ୍ଲାନ ଅନୁମୋଦନ, ବିଲ୍‌ ପ୍ରଦାନ, ଜାତିଗତ ପ୍ରମାଣପତ୍ର ଆଦି ପ୍ରଦାନ କ୍ଷେତ୍ରରେ ସମସ୍ୟା ରହୁଛି ବୋଲି ଫିଡବ୍ୟାକରୁ ଜଣାଯାଇଛି। ଏସବୁ କ୍ଷେତ୍ରରେ ଅଧିକ ପାରଦର୍ଶିତାର ସହ କାମ କରିବାକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସମସ୍ତ ବିଭାଗ ନିଜ ନିଜର ସେବା ପ୍ରଦାନ କାର୍ଯ୍ୟକ୍ରମ ଗୁଡିକୁ ଅତ୍ୟନ୍ତ ଦକ୍ଷତାର ସହ ତୁଲାଇବାର ଆବଶ୍ୟକତା ରହିଛି।

ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର କହିଲେ ଯେ ଗତ ସମୀକ୍ଷା ଠାରୁ ବର୍ତ୍ତମାନ ମଧ୍ୟରେ ଫିଡବ୍ୟାକ ବ୍ୟବସ୍ଥାରେ ଯଥେଷ୍ଟ ଉନ୍ନତି ଆସିଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶାନୁଯାୟୀ ଜିଲ୍ଲାସ୍ତରରେ ଉତ୍ତମ ଫିଡବ୍ୟାକ ସଂଗ୍ରହ ପାଇଁ ପଦକ୍ଷେପ ନିଆଯିବ ବୋଲି ସେ କହିଥିଲେ ।

ଉନ୍ନୟନ କମିଶନର ଶ୍ରୀ ପି.କେ. ଜେନା କହିଥିଲେ ଯେ, ମୋ ସରକାର କାର୍ଯ୍ୟକ୍ରମ ଯୋଗୁ ବିଭିନ୍ନ ବିଭାଗର କ୍ଷେତ୍ରସ୍ତରୀୟ ପ୍ରଦର୍ଶନରେ ଯଥେଷ୍ଟ ଉନ୍ନତି ଆସିଛି । ସେଥିପାଇଁ ଅଭିଯୋଗର ପରିମାଣ ମଧ୍ୟ କମିଛି ବୋଲି ସେ କହିଥିଲେ।

ଆଲୋଚନାରେ ଅଂଶଗ୍ରହଣ କରି ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି)  ଭି.କେ. ପାଣ୍ଡିଆନ କହିଥିଲେ ଯେ, ସରକାରୀ ସେବା ପାଉଥିବା ବିଭିନ୍ନ ଲୋକଙ୍କ ଠାରୁ ମତାମତ ଗ୍ରହଣ କରି ଅଧିକାରୀମାନଙ୍କ କାର୍ଯ୍ୟଦକ୍ଷତା ଓ ପ୍ରଶାସନିକ ବ୍ୟବସ୍ଥା ସଂପର୍କରେ ଜାଣିବା ଏବଂ ତଦ୍‌ନୁଯାୟୀ ପଦକ୍ଷେପ ନେବା ହେଉଛି ମୋ ସରକାରର ଲକ୍ଷ୍ୟ । ଏଥିରେ ଫିଡବ୍ୟାକ ବ୍ୟବସ୍ଥାକୁ ସୁଦୃଢ କରିବାର ଆବଶ୍ୟକତା ରହିଛି ବୋଲି ସେ କହିଥିଲେ । ଉଦାହରଣ ଦେଇ ସେ କହିଥିଲେ ଯେ ଅବସର ଗ୍ରହଣ କରୁଥିବା କର୍ମଚାରୀମାନଙ୍କ ପେନ୍‌ସନ କ୍ଷେତ୍ରରେ ବ୍ୟବସ୍ଥାଗତ ସମସ୍ୟା ରହିଛି । ତେଣୁ ଏହାର ନିରାକରଣ ପାଇଁ ବ୍ୟବସ୍ଥାରେ ପରିବର୍ତ୍ତନର ଆବଶ୍ୟକତା ରହିଛି ବୋଲି ସେ କହିଥିଲେ । ବୈଠକରେ ନିଷ୍ପତ୍ତି ଅନୁଯାୟୀ ଆଗକୁ ଏ ସଂପର୍କରେ ଅଧିକ ଆଲୋଚନା କରାଯାଇ ବ୍ୟବସ୍ଥାଗତ ପରିବର୍ତ୍ତନ ପାଇଁ ପଦକ୍ଷେପ ନିଆଯିବ।

ବୈଠକରେ ରାଜସ୍ବ ଓ ବିପର୍ଯ୍ୟୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ସଚିବ, ନଗର ଉନ୍ନୟନ ଓ ଗୃହ ନିର୍ମାଣ ବିଭାଗର ପ୍ରମୁଖ ସଚିବ, ମିଶନ ଶକ୍ତି ବିଭାଗର କମିଶନର ତଥା ଶାସନ ସଚିବ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର କମିଶନର ତଥା ଶାସନ ସଚିବ ନିଜ ନିଜ ବିଭାଗର ମୋ ସରକାର ତଥ୍ୟ ଉପସ୍ଥାପନ କରିଥିଲେ । ଇଲେକ୍ଟଟ୍ରୋନିକ୍‌ସ ଓ ଆଇଟି ବିଭାଗର ପ୍ରମୁଖ ସଚିବ ମୋ ସରକାର କାର୍ଯ୍ୟକ୍ରମର ସାମଗ୍ରିକ ତଥ୍ୟ ଉପସ୍ଥାପନ କରିଥିଲେ ।

17 Jan 2023 By The Sakala

https://www.thesakala.in/latest-odisha-news/cm-naveen-patnaik-reviewed-the-programs-of-mo-sarkar/article-18212
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର