ରାଜ୍ୟସ୍ତରୀୟ ପୁଲିସ ମେଡାଲ ପ୍ରଦାନ ଉତ୍ସବ: ବିଶିଷ୍ଟ ସେବା ପାଇଁ ୩୪ ଜଣଙ୍କୁ ମେଡାଲ ପ୍ରଦାନ

The Sakala Picture
Published On

ଭୁବନେଶ୍ବର: ସାଧାରଣତନ୍ତ୍ର ଦିବସ ଅବସରରେ ଲୋକସେବା କନଭେନସନ ସେଣ୍ଟରରେ ଆୟୋଜିତ ହୋଇଯାଇଛି ରାଜ୍ୟସ୍ତରୀୟ ପୁଲିସ ମେଡାଲ ପ୍ରଦାନ ଉତ୍ସବ। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ସମ୍ମାନିତ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇଥିଲେ। ପୁଲିସ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ଯ, ସାହାସିକତା ଓ ବିଶିଷ୍ଟ ସେବା ପାଇଁ ୩୪ ଜଣ ପୁଲିସ ମେଡାଲ ପାଇଛନ୍ତି। ବିଶିଷ୍ଟ ସେବା ପାଇଁ ରାଷ୍ଟ୍ରପତି ପୋଲିସ ପଦକ ପାଇଛନ୍ତି ଟୁଇନ ସିଟି […]

ଭୁବନେଶ୍ବର: ସାଧାରଣତନ୍ତ୍ର ଦିବସ ଅବସରରେ ଲୋକସେବା କନଭେନସନ ସେଣ୍ଟରରେ ଆୟୋଜିତ ହୋଇଯାଇଛି ରାଜ୍ୟସ୍ତରୀୟ ପୁଲିସ ମେଡାଲ ପ୍ରଦାନ ଉତ୍ସବ। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ସମ୍ମାନିତ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇଥିଲେ।

ଆହୁରି ପଢ଼ନ୍ତୁ: କୋର୍ଟ ସମ୍ମୁଖରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

ପୁଲିସ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ଯ, ସାହାସିକତା ଓ ବିଶିଷ୍ଟ ସେବା ପାଇଁ ୩୪ ଜଣ ପୁଲିସ ମେଡାଲ ପାଇଛନ୍ତି। ବିଶିଷ୍ଟ ସେବା ପାଇଁ ରାଷ୍ଟ୍ରପତି ପୋଲିସ ପଦକ ପାଇଛନ୍ତି ଟୁଇନ ସିଟି ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ଓ ସିକ୍ୟୁରିଟି ୱିଙ୍ଗ ଏସପି ସରୋଜ କୁମାର ମହାପାତ୍ର। ସେହିଭଳି ସାହାସିକତା ପାଇଁ ଦୁଇ ଜଣ ଏସଓଜି କମାଣ୍ଡୋ କୁମାର କର୍ମୀ ଓ ପୀତବାସ ପାଣ୍ଡେଙ୍କୁ ପୁରସ୍କୃତ କରାଯାଇଛି।

ଆହୁରି ପଢ଼ନ୍ତୁ: ଫୁଲନଖରାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ହାଇୱା ଧକ୍କାରେ ୩ ବାଇକ୍ ଆରୋହୀ ମୃତ

ଉଲ୍ଲେଖନୀୟ ସେବା ପାଇଁ ୧୦ ଜଣଙ୍କୁ ପୁଲିସ ପଦକ ପ୍ରଦାନ କରାଯାଇଛି। ସେମାନେ ହେଲେ ଭିଜିଲାନ୍ସ ଅତିରିକ୍ତ ଏସପି ପ୍ରକାଶ କୁମାର ନାୟକ, ବିଜୁ ପଟ୍ଟନାୟକ ପୁଲିସ ଏକାଡେମୀ ଡିଏସପି ଗୁରୁ ପ୍ରସାଦ ଶିବ ଶଙ୍କର ନନ୍ଦ, ରାଉରକେଲା ଡିଏସପି ବନିତା ମାଝୀ, କ୍ରାଇମବ୍ରାଞ୍ଚ ଏସଆଇ ଏନ. ତ୍ରିନାଥ ଦୋରା, ସମ୍ବଲପୁର ସ୍ପେଶାଲ ସ୍କ୍ବାଡ ଏଏସଆଇ ମହମ୍ମଦ ଜାହାଙ୍ଗୀର, ଝାରସୁଗୁଡା ବାଟାଲିୟନ ହାବିଲଦାର ବିଷ୍ଣୁ କୁମାର ବୁରା, ଅନୁଗୁଳର ହାବିଲଦାର ହୃଷିକେଶ ବାରିକ, କୋରାପୁଟ ଏସଓଜିର ବସନ୍ତ କୁମାର ଡାକୁଆ, ରାଉରକେଲା ଡିଏଫଏସ୍ଏଲର କନଷ୍ଟେବଲ ଅଞ୍ଜନ ମହାନ୍ତି ଓ କୋରାପୁଟ ତୃତୀୟ ବାଟାଲିୟନର ପ୍ରଶାନ୍ତ ପରିଡା।

ଆହୁରି ପଢ଼ନ୍ତୁ: ଡ୍ରପଆଉଟ୍‌ ପାଇଁ ଓଡ଼ିଶାରେ ବଢ଼ୁଛି ବାଲ୍ୟ ବିବାହ; ସାମାଜିକ ବିଧି ବ୍ୟବସ୍ଥା ଅନ୍ୟତମ ପ୍ରମୁଖ କାରଣ

ସେହିଭଳି ଓଡିଶା ସରକାରଙ୍କ ଆବାସିକ କମିଶନର ରବିକାନ୍ତ ଓ ଭିଜିଲାନ୍ସ ଆଇଜି ସଞ୍ଜୟ କୁମାର କୌଶଲଙ୍କୁ ମିଳିଛି ରାଜ୍ୟପାଳ ମେଡାଲ। କ୍ୟାଟାଗୋରୀ ୨ରେ ପାଇଛନ୍ତି ପୁରୀ ଏସପି କନୱାର ବିଶାଲ ସିଂ ଓ କଟକ ଷଷ୍ଠ ବାଟାଲିୟନର କମାଣ୍ଡାଣ୍ଟ ବିଜୟ ଚନ୍ଦ୍ର ପ୍ରଧାନ । ସେହିଭଳି କଟକ ଜୋନ ଏସିପିଙ୍କ ସହ ଅନ୍ୟମାନଙ୍କୁ ରାଜ୍ୟପାଳ ପୋଲିସ ମେଡାଲରେ ସମ୍ମାନିତ କରାଯାଇଛି ।

26 Jan 2023 By The Sakala

ରାଜ୍ୟସ୍ତରୀୟ ପୁଲିସ ମେଡାଲ ପ୍ରଦାନ ଉତ୍ସବ: ବିଶିଷ୍ଟ ସେବା ପାଇଁ ୩୪ ଜଣଙ୍କୁ ମେଡାଲ ପ୍ରଦାନ

ଭୁବନେଶ୍ବର: ସାଧାରଣତନ୍ତ୍ର ଦିବସ ଅବସରରେ ଲୋକସେବା କନଭେନସନ ସେଣ୍ଟରରେ ଆୟୋଜିତ ହୋଇଯାଇଛି ରାଜ୍ୟସ୍ତରୀୟ ପୁଲିସ ମେଡାଲ ପ୍ରଦାନ ଉତ୍ସବ। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ସମ୍ମାନିତ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇଥିଲେ।

ପୁଲିସ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ଯ, ସାହାସିକତା ଓ ବିଶିଷ୍ଟ ସେବା ପାଇଁ ୩୪ ଜଣ ପୁଲିସ ମେଡାଲ ପାଇଛନ୍ତି। ବିଶିଷ୍ଟ ସେବା ପାଇଁ ରାଷ୍ଟ୍ରପତି ପୋଲିସ ପଦକ ପାଇଛନ୍ତି ଟୁଇନ ସିଟି ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ଓ ସିକ୍ୟୁରିଟି ୱିଙ୍ଗ ଏସପି ସରୋଜ କୁମାର ମହାପାତ୍ର। ସେହିଭଳି ସାହାସିକତା ପାଇଁ ଦୁଇ ଜଣ ଏସଓଜି କମାଣ୍ଡୋ କୁମାର କର୍ମୀ ଓ ପୀତବାସ ପାଣ୍ଡେଙ୍କୁ ପୁରସ୍କୃତ କରାଯାଇଛି।

ଉଲ୍ଲେଖନୀୟ ସେବା ପାଇଁ ୧୦ ଜଣଙ୍କୁ ପୁଲିସ ପଦକ ପ୍ରଦାନ କରାଯାଇଛି। ସେମାନେ ହେଲେ ଭିଜିଲାନ୍ସ ଅତିରିକ୍ତ ଏସପି ପ୍ରକାଶ କୁମାର ନାୟକ, ବିଜୁ ପଟ୍ଟନାୟକ ପୁଲିସ ଏକାଡେମୀ ଡିଏସପି ଗୁରୁ ପ୍ରସାଦ ଶିବ ଶଙ୍କର ନନ୍ଦ, ରାଉରକେଲା ଡିଏସପି ବନିତା ମାଝୀ, କ୍ରାଇମବ୍ରାଞ୍ଚ ଏସଆଇ ଏନ. ତ୍ରିନାଥ ଦୋରା, ସମ୍ବଲପୁର ସ୍ପେଶାଲ ସ୍କ୍ବାଡ ଏଏସଆଇ ମହମ୍ମଦ ଜାହାଙ୍ଗୀର, ଝାରସୁଗୁଡା ବାଟାଲିୟନ ହାବିଲଦାର ବିଷ୍ଣୁ କୁମାର ବୁରା, ଅନୁଗୁଳର ହାବିଲଦାର ହୃଷିକେଶ ବାରିକ, କୋରାପୁଟ ଏସଓଜିର ବସନ୍ତ କୁମାର ଡାକୁଆ, ରାଉରକେଲା ଡିଏଫଏସ୍ଏଲର କନଷ୍ଟେବଲ ଅଞ୍ଜନ ମହାନ୍ତି ଓ କୋରାପୁଟ ତୃତୀୟ ବାଟାଲିୟନର ପ୍ରଶାନ୍ତ ପରିଡା।

ସେହିଭଳି ଓଡିଶା ସରକାରଙ୍କ ଆବାସିକ କମିଶନର ରବିକାନ୍ତ ଓ ଭିଜିଲାନ୍ସ ଆଇଜି ସଞ୍ଜୟ କୁମାର କୌଶଲଙ୍କୁ ମିଳିଛି ରାଜ୍ୟପାଳ ମେଡାଲ। କ୍ୟାଟାଗୋରୀ ୨ରେ ପାଇଛନ୍ତି ପୁରୀ ଏସପି କନୱାର ବିଶାଲ ସିଂ ଓ କଟକ ଷଷ୍ଠ ବାଟାଲିୟନର କମାଣ୍ଡାଣ୍ଟ ବିଜୟ ଚନ୍ଦ୍ର ପ୍ରଧାନ । ସେହିଭଳି କଟକ ଜୋନ ଏସିପିଙ୍କ ସହ ଅନ୍ୟମାନଙ୍କୁ ରାଜ୍ୟପାଳ ପୋଲିସ ମେଡାଲରେ ସମ୍ମାନିତ କରାଯାଇଛି ।

https://www.thesakala.in/latest-odisha-news/state-police-medal-awarding-ceremony-34-medals-for-distinguished-service-on-republic-day/article-18441
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର