ରାଜ୍ୟ ବଜେଟ୍‌ ୨୦୨୧-୨୨ : କୃଷି ପାଇଁ ୨୦ ହଜାର କୋଟି ଟଙ୍କାର ବ୍ୟୟ ବରାଦ

The Sakala Picture
Published On

ଭୁବନେଶ୍ବର : ସୋମବାର ବିଧାନସଭାରେ ଉପସ୍ଥାପିତ ହୋଇଛି ୨୦୨୧-୨୨ ମସିହାର ରାଜ୍ୟ ବଜେଟ୍‌। ରାଜ୍ୟ ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଆର୍ଥିକ ବର୍ଷ ୨୦୨୧-୨୨ର ରାଜ୍ୟ ବଜେଟ୍‌ ବିଧାନସଭାରେ ଉପସ୍ଥପନ କରିଛନ୍ତି। ଚଳିତ ବର୍ଷ ମୋଟ୍‌ ୧ ଲକ୍ଷ ୭୦ ହଜାର କୋଟି ଟଙ୍କାର ବଜେଟ୍ ଉପସ୍ଥାପିତ ହୋଇଛି। ବଜେଟ୍‌ରେ ରାଜ୍ୟ ସରକାର ସ୍ଵତନ୍ତ୍ର କୃଷି ବଜେଟ୍ ଉପସ୍ଥାପନ କରିଛନ୍ତି। କୃଷି ପାଇଁ ୨୦ ହଜାର କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି। କାଳିଆ ଯୋଜନା ପାଇଁ […]

ଭୁବନେଶ୍ବର : ସୋମବାର ବିଧାନସଭାରେ ଉପସ୍ଥାପିତ ହୋଇଛି ୨୦୨୧-୨୨ ମସିହାର ରାଜ୍ୟ ବଜେଟ୍‌। ରାଜ୍ୟ ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଆର୍ଥିକ ବର୍ଷ ୨୦୨୧-୨୨ର ରାଜ୍ୟ ବଜେଟ୍‌ ବିଧାନସଭାରେ ଉପସ୍ଥପନ କରିଛନ୍ତି। ଚଳିତ ବର୍ଷ ମୋଟ୍‌ ୧ ଲକ୍ଷ ୭୦ ହଜାର କୋଟି ଟଙ୍କାର ବଜେଟ୍ ଉପସ୍ଥାପିତ ହୋଇଛି। ବଜେଟ୍‌ରେ ରାଜ୍ୟ ସରକାର ସ୍ଵତନ୍ତ୍ର କୃଷି ବଜେଟ୍ ଉପସ୍ଥାପନ କରିଛନ୍ତି। କୃଷି ପାଇଁ ୨୦ ହଜାର କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି। କାଳିଆ ଯୋଜନା ପାଇଁ ରାଜ୍ୟ ସରକାର ବଜେଟ୍‌ରେ ୧୮୦୦ କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଶିକ୍ଷକଙ୍କୁ ମିଳିବନି ସମ୍ମାନ; ଅନିର୍ଦ୍ଦିଷ୍ଟ କାଳ ଘୁଞ୍ଚିଲା ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ସମାରୋହ

୨୦୨୧-୨୨ ଆର୍ଥିକ ବର୍ଷ ବଜେଟ୍‌ରେ ରାଜ୍ୟ ସରକାର  କୃଷି କ୍ଷେତ୍ରକୁ ଗୁରୁତ୍ଵାରୋପ କରିଛନ୍ତି। ବିହନ ଏବଂ ସାର ପାଇଁ ଅତିରିକ୍ତ ୧୦୦ କୋଟି ଲେଖାଏଁ ପାଣ୍ଠିର ବ୍ୟୟ ବରାଦ କରାଯାଇଛି। ସେହିପରି ଉଦ୍ୟାନ କୃଷି ବିକାଶ ପାଇଁ ୧୩୨ କୋଟି ଟଙ୍କାର ବ୍ୟୟବରାଦ କରାଯିବା ସହ ରାଷ୍ଟ୍ରୀୟ କୃଷି ବିକାଶ ଯୋଜନାରେ ୪୫୦ କୋଟିର ବ୍ୟୟବରାଦ କରିଛନ୍ତି ରାଜ୍ୟ ସରକାର।

ଆହୁରି ପଢ଼ନ୍ତୁ: ପୋଖରୀରେ ବୁଡ଼ିଯାଉଥିଲେ ୨ ଛୋଟ ଝିଅ, ବଞ୍ଚାଇବାକୁ ଯାଇ ନିଜ ଜୀବନ ହାରିଲେ ସସ୍ମିତା

ଏଥି ସହିତ କଳାହାଣ୍ଡି ଏବଂ ନବରଙ୍ଗପୁରରେ ୨ଟି ମଧ୍ୟମ ଜଳସେଚନ ପ୍ରକଳ୍ପ ହେବ। ଜଳସେଚନ ପାଇଁ ମୋଟ ୨୨୫୮ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ବନ୍ୟା ନିୟନ୍ତ୍ରଣ ପାଇଁ ମୋଟ ୭୧୦ କୋଟି ବ୍ୟୟବରାଦ, ପାର୍ବତୀ ଗିରି ଜଳସେଚନ ଯୋଜନା ପାଇଁ ୮୬୦ କୋଟି ବ୍ୟୟବରାଦ। ଗଭୀର ନଳକୂପ ଖନନ ପାଇଁ ୩୮୯ କୋଟି ଟଙ୍କା ବ୍ୟୟବରାଦ ହୋଇଥିବା କହିଛନ୍ତି ଅର୍ଥମନ୍ତ୍ରୀ ।  ଓଡିଶା କୃଷି ଓ ବୈଶ୍ବିକ ବିଦ୍ୟାଳୟକୁ ସମ୍ପ୍ରସାରିତ ସହ କୃଷି ଗବେଷଣା ଓ ଅନୁସନ୍ଧାନ ପାଇଁ ୧୪୮ କୋଟିର ବ୍ୟୟ ବରାଦ କରାଯାଇଛି । ।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ କୋଠା ଭୁଶୁଡିବା ପରେ ରାଜ୍ୟ ସରକାର ତତ୍ପର; ସହରରେ ଭଙ୍ଗାଯିବ ଦୁର୍ବଳ ଓ ଅସୁରକ୍ଷିତ କୋଠା

ନବକୃଷ୍ଣ ଚୌଧୁରୀ ଜଳସେଚନ ଯୋଜନାରେ ୭୭ କୋଟି ବ୍ୟୟବରାଦ ହୋଇଛି। ଅଚଳ ଉଠା ଜଳସେଚନ ପଏଣ୍ଟ ପୁନରୁଦ୍ଧାର ପାଇଁ ୧୬୦ କୋଟି ବ୍ୟୟବରାଦ କରାଯାଇଥିବା ବେଳେ ବିପର୍ଯ୍ୟୟ ତ୍ଵରିତ କ୍ଷତିପୂରଣ ପାଇଁ ୫୬୦ କୋଟି ବ୍ୟୟବରାଦ ହୋଇଛି। ମତ୍ସ୍ୟ ଚାଷ ଓ ପଶୁପାଳନ ପାଇଁ ୧୪୧୫ କୋଟି ବ୍ୟୟ ଅଟକଳ କରାଯାଇଛି। ମାଛଧରା ଜେଟି ଓ ମାଛ ବଜାର ପାଇଁ ୧୦୦ କୋଟି ବ୍ୟୟ ବରାଦ ହୋଇଛି। ପଶୁ ଚିକିତ୍ସା ପାଇଁ ପଶୁ ହେଲ୍ପ ଲାଇନ ସେବା ଆରମ୍ଭ ହେବ ଏବଂ ରାଜ୍ୟରେ ପଶୁ ଚିକିତ୍ସା ବିଜ୍ଞାନ ବିଶ୍ଵ ବିଦ୍ୟାଳୟ ପ୍ରତିଷ୍ଠା ନେଇ ବଜେଟ୍‌ରେ ଘୋଷଣା ହୋଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର