ହାଇୱା ଧକ୍କାରେ ପୂର୍ବତନ କଂଗ୍ରେସ ବିଧାୟକ ଅର୍ଜୁନ ଦାସଙ୍କ ପରଲୋକ, ସହଯୋଗୀ ଗୁରୁତର

The Sakala Picture
Published On

ଯାଜପୁର: ସଡକ ଦୁର୍ଘଟଣାରେ ଯାଜପୁର ଜିଲ୍ଲା ବିଞ୍ଝାରପୁରର ପୂର୍ବତନ କଂଗ୍ରେସ ବିଧାୟକ ଅର୍ଜୁନ ଚରଣ ଦାସଙ୍କ ମୃତ୍ୟୁ ହୋଇଛି। ବାଇକରେ ଯାଉଥିବା ବେଳେ ଯାଜପୁର ଖରସ୍ରୋତା ବ୍ରିଜ ଉପରେ ଶ୍ରୀ ଦାସ ଦୁର୍ଘଟଣା ଶିକାର ହୋଇଛନ୍ତି। ତାଙ୍କ ଉପରେ ଦ୍ରୁତଗତିରେ ଯାଉଥିବା ବାଲି ବୋଝେଇ ହାଇଓ୍ବା ମାଡ଼ି ଯାଇଥିବା କୁହାଯାଉଛି। ଏହି ଦୁର୍ଘଟଣାରେ ଅର୍ଜୁନ ଚରଣ ଦାସଙ୍କର ମୃତ୍ୟୁ ହୋଇଥିଲା ବେଳେ ତାଙ୍କର ସହଯୋଗୀ ଅନନ୍ତ ମହାନ୍ତି ଗୁରୁତର ହୋଇଛନ୍ତି। ଅନନ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆଜି […]

ଯାଜପୁର: ସଡକ ଦୁର୍ଘଟଣାରେ ଯାଜପୁର ଜିଲ୍ଲା ବିଞ୍ଝାରପୁରର ପୂର୍ବତନ କଂଗ୍ରେସ ବିଧାୟକ ଅର୍ଜୁନ ଚରଣ ଦାସଙ୍କ ମୃତ୍ୟୁ ହୋଇଛି। ବାଇକରେ ଯାଉଥିବା ବେଳେ ଯାଜପୁର ଖରସ୍ରୋତା ବ୍ରିଜ ଉପରେ ଶ୍ରୀ ଦାସ ଦୁର୍ଘଟଣା ଶିକାର ହୋଇଛନ୍ତି। ତାଙ୍କ ଉପରେ ଦ୍ରୁତଗତିରେ ଯାଉଥିବା ବାଲି ବୋଝେଇ ହାଇଓ୍ବା ମାଡ଼ି ଯାଇଥିବା କୁହାଯାଉଛି। ଏହି ଦୁର୍ଘଟଣାରେ ଅର୍ଜୁନ ଚରଣ ଦାସଙ୍କର ମୃତ୍ୟୁ ହୋଇଥିଲା ବେଳେ ତାଙ୍କର ସହଯୋଗୀ ଅନନ୍ତ ମହାନ୍ତି ଗୁରୁତର ହୋଇଛନ୍ତି। ଅନନ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଆହୁରି ପଢ଼ନ୍ତୁ: କୋଷ୍ଟାଲ ହାଇଓ୍ବେକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଲା ବିଜେଡ଼ି; 'ଏ ପ୍ରକଳ୍ପ ପର୍ଯ୍ୟଟନ ବିକାଶରେ ସହାୟକ ହେବ ନାହିଁ'

ଆଜି ବିଆରଏସ୍‌ ପକ୍ଷରୁ ଭୁବନେଶ୍ବରରେ ଆୟେଜିତ ଏକ କୃଷକ ସମ୍ମିଳନୀରେ ଯୋଗଦେବାକୁ ତାଙ୍କର ଜଣେ ସହଯୋଗୀଙ୍କ ସହିତ ଯାଉଥିଲେ। ଖରସ୍ରୋତା ବ୍ରିଜ ଉପରେ ତାଙ୍କର ଉପରେ ଏକ ବାଲିବୋଝେଇ ହାଇୱା ଚଢ଼ି ଯାଇଥିଲା। ଫଳରେ ଘଟଣାସ୍ଥଳରେ ଶ୍ରୀ ଦାସଙ୍କ ମୃତ୍ୟୁ ହୋଇଥିଲା। ସହଯୋଗୀ ଅନନ୍ତ ମହାନ୍ତି ଗୁରୁତର ହୋଇଥିଲେ। ଅନନ୍ତଙ୍କୁ ଯାଜପୁର ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତାଙ୍କର ସ୍ଥିତି ଖରାପ ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତରିତ କରାଯିବ ବୋଲି ଡାକ୍ତର କହିଛନ୍ତି।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ITDA ବାଲିଗୁଡ଼ା ସହକାରୀ ନିର୍ବାହୀ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଚଢ଼ାଉ

ସୂଚନାଯୋଗ୍ୟ, ର୍ସ୍ବଗତ ଅର୍ଜୁନ ଚରଣ ଦାସ ଯାଜପୁର ଜିଲ୍ଲା ବିଂଝାରପୁର ନିର୍ବାଚନ ମଣ୍ଡଳୀରେ ୧୯୯୫ରୁ ୨୦୦୦ ଯାଏ କଂଗ୍ରେସ ଦଳରୁ ବିଧାୟକ ଥିଲେ। ନିକଟରେ ସେ ତେଲେଙ୍ଗାନାର ରାଜଧାନୀ ହାଇଦ୍ରାବାଦ୍‌ ଯାଇ କେ ଚନ୍ଦ୍ରଶେଖର ରାଓଙ୍କ ଦଳ ଭାରତ ରାଷ୍ଟ୍ର ସମିତି (ବିଆରଏସ୍‌)ରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗ, ପୂର୍ବତନ ସାଂସଦ ହେମା ଗମାଙ୍କ, ସେମାନଙ୍କର ପୁଅ ଶିଶିର ଗମାଙ୍ଗ ପ୍ରମୁଖ ସହିତ ସାମିଲ ହୋଇଥିଲେ।

ଆହୁରି ପଢ଼ନ୍ତୁ: ବରିଷ୍ଠ ପୋଲିସ ଅଧିକାରୀଙ୍କୁ ଜିଲ୍ଲା ଦାୟିତ୍ୱ ପ୍ରସଙ୍ଗ: ବିଜେଡି କହିଲା, 'ପୋଲିସ ଡିଜି ମାନିଲେ, ରାଜ୍ୟରେ ଆଇନଶୃଙ୍ଖଳା ଠିକ୍ ନାହିଁ'

04 Feb 2023 By The Sakala

ହାଇୱା ଧକ୍କାରେ ପୂର୍ବତନ କଂଗ୍ରେସ ବିଧାୟକ ଅର୍ଜୁନ ଦାସଙ୍କ ପରଲୋକ, ସହଯୋଗୀ ଗୁରୁତର

ଯାଜପୁର: ସଡକ ଦୁର୍ଘଟଣାରେ ଯାଜପୁର ଜିଲ୍ଲା ବିଞ୍ଝାରପୁରର ପୂର୍ବତନ କଂଗ୍ରେସ ବିଧାୟକ ଅର୍ଜୁନ ଚରଣ ଦାସଙ୍କ ମୃତ୍ୟୁ ହୋଇଛି। ବାଇକରେ ଯାଉଥିବା ବେଳେ ଯାଜପୁର ଖରସ୍ରୋତା ବ୍ରିଜ ଉପରେ ଶ୍ରୀ ଦାସ ଦୁର୍ଘଟଣା ଶିକାର ହୋଇଛନ୍ତି। ତାଙ୍କ ଉପରେ ଦ୍ରୁତଗତିରେ ଯାଉଥିବା ବାଲି ବୋଝେଇ ହାଇଓ୍ବା ମାଡ଼ି ଯାଇଥିବା କୁହାଯାଉଛି। ଏହି ଦୁର୍ଘଟଣାରେ ଅର୍ଜୁନ ଚରଣ ଦାସଙ୍କର ମୃତ୍ୟୁ ହୋଇଥିଲା ବେଳେ ତାଙ୍କର ସହଯୋଗୀ ଅନନ୍ତ ମହାନ୍ତି ଗୁରୁତର ହୋଇଛନ୍ତି। ଅନନ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଆଜି ବିଆରଏସ୍‌ ପକ୍ଷରୁ ଭୁବନେଶ୍ବରରେ ଆୟେଜିତ ଏକ କୃଷକ ସମ୍ମିଳନୀରେ ଯୋଗଦେବାକୁ ତାଙ୍କର ଜଣେ ସହଯୋଗୀଙ୍କ ସହିତ ଯାଉଥିଲେ। ଖରସ୍ରୋତା ବ୍ରିଜ ଉପରେ ତାଙ୍କର ଉପରେ ଏକ ବାଲିବୋଝେଇ ହାଇୱା ଚଢ଼ି ଯାଇଥିଲା। ଫଳରେ ଘଟଣାସ୍ଥଳରେ ଶ୍ରୀ ଦାସଙ୍କ ମୃତ୍ୟୁ ହୋଇଥିଲା। ସହଯୋଗୀ ଅନନ୍ତ ମହାନ୍ତି ଗୁରୁତର ହୋଇଥିଲେ। ଅନନ୍ତଙ୍କୁ ଯାଜପୁର ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତାଙ୍କର ସ୍ଥିତି ଖରାପ ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତରିତ କରାଯିବ ବୋଲି ଡାକ୍ତର କହିଛନ୍ତି।

ସୂଚନାଯୋଗ୍ୟ, ର୍ସ୍ବଗତ ଅର୍ଜୁନ ଚରଣ ଦାସ ଯାଜପୁର ଜିଲ୍ଲା ବିଂଝାରପୁର ନିର୍ବାଚନ ମଣ୍ଡଳୀରେ ୧୯୯୫ରୁ ୨୦୦୦ ଯାଏ କଂଗ୍ରେସ ଦଳରୁ ବିଧାୟକ ଥିଲେ। ନିକଟରେ ସେ ତେଲେଙ୍ଗାନାର ରାଜଧାନୀ ହାଇଦ୍ରାବାଦ୍‌ ଯାଇ କେ ଚନ୍ଦ୍ରଶେଖର ରାଓଙ୍କ ଦଳ ଭାରତ ରାଷ୍ଟ୍ର ସମିତି (ବିଆରଏସ୍‌)ରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗ, ପୂର୍ବତନ ସାଂସଦ ହେମା ଗମାଙ୍କ, ସେମାନଙ୍କର ପୁଅ ଶିଶିର ଗମାଙ୍ଗ ପ୍ରମୁଖ ସହିତ ସାମିଲ ହୋଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର