ପବିତ୍ର ମାଘ ପୂର୍ଣ୍ଣମୀ ଅବସରରେ ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କ ଗଜ ଉଦ୍ଧାରଣ ବେଶ

The Sakala Picture
Published On

ପୁରୀ: ଆଜି ପବିତ୍ର ମାଘ ପୂର୍ଣ୍ଣିମା । ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ପବିତ୍ର ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହେବ । ମଧ୍ୟାହ୍ନ ଧୂପ ସରିବା ପରେ ରତ୍ନ ସିଂହାସନ ଉପରେ ଏହି ବେଶ ଅନୁଷ୍ଠିତ ହେବ । ମହାପ୍ରଭୁ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରି ଲକ୍ଷ୍ମୀ ପ୍ରତିମାଙ୍କୁ କୋଳରେ ଧାରଣ କରିବେ । ବଳଭଦ୍ର ଶଙ୍ଖ, ଚକ୍ର, ହଳ, ମୂଷଳ ଧାରଣ କରି ବାସୁଦେବଙ୍କ ରୂପରେ ବିରାଜମାନ କରିବେ । […]

ପୁରୀ: ଆଜି ପବିତ୍ର ମାଘ ପୂର୍ଣ୍ଣିମା । ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ପବିତ୍ର ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହେବ । ମଧ୍ୟାହ୍ନ ଧୂପ ସରିବା ପରେ ରତ୍ନ ସିଂହାସନ ଉପରେ ଏହି ବେଶ ଅନୁଷ୍ଠିତ ହେବ । ମହାପ୍ରଭୁ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରି ଲକ୍ଷ୍ମୀ ପ୍ରତିମାଙ୍କୁ କୋଳରେ ଧାରଣ କରିବେ । ବଳଭଦ୍ର ଶଙ୍ଖ, ଚକ୍ର, ହଳ, ମୂଷଳ ଧାରଣ କରି ବାସୁଦେବଙ୍କ ରୂପରେ ବିରାଜମାନ କରିବେ । ସେହିପରି ଦେବୀ ସୁଭଦ୍ରା ପାଦ ଛନ୍ଦି ଏକ ପଦ୍ମ କଢ ଧରି ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ । ସଂଧ୍ୟା ଧୂପରେ ଠାକୁରଙ୍କୁ କ୍ଷୀରି ଓ ଅମାଲୁ ଭୋଗ କରାଯିବ ।

ଆହୁରି ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ତାଉ ଦେଖାଇଲାଣି ଖରା: ୩୯.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ଜାଣନ୍ତୁ ଆଗକୁ କେମିତି ରହିବ ପାଗ

ପୌରାଣିକ ତଥ୍ୟ ଅନୁଯାୟୀ ଏକଦା ବରୁଣ ହ୍ରଦରେ ଗଜରାଜ ସ୍ନାନ କରୁଥିବା ସମୟରେ ସେହି ହ୍ରଦରେ ଥିବା ଗୋଟିଏ ବିରାଟକାୟ କୁମ୍ଭୀର ଗଜ କୁ ଆକ୍ରମଣ କଲା । କୁମ୍ଭୀର ଆକ୍ରମଣରୁ ଉଦ୍ଧାର ପାଇବାର କୈଣସି ଉପାୟ ନଦେଖି ଗଜରାଜ ବିକଳରେ ପୁରୁଷୋତ୍ତମ ଭଗବାନଙ୍କୁ ସେ ପ୍ରାର୍ଥନା କରିଥିଲା । ଗଜରାଜର ପ୍ରାର୍ଥନାରେ ସ୍ୱଂୟ ପୁରୁଷୋତ୍ତମ ତତ୍‌କ୍ଷଣାତ ଭକ୍ତଗଜଙ୍କୁ ରକ୍ଷାକରିବା ପାଇଁ ଚକ୍ରପେଷି କୁମ୍ଭୀରକୁ ମାରି ଉଦ୍ଧାର କରିଥିଲେ । ସେହି ପୌରାଣିକ ଆଖ୍ୟାୟିକାର ସ୍ମୃତିରେ ଶ୍ରୀମନ୍ଦିରରେ ଅତ୍ୟନ୍ତ ପୁରାତନ ସମୟରୁ ଶ୍ରୀବିଗ୍ରହମାନଙ୍କ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହୋଇଆସୁଛି ।

ଆହୁରି ପଢ଼ନ୍ତୁ: ଭାରତର ଏହି ରାଜ୍ୟରେ ୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍...

ଭୌମ ବଂଶର ରାଣୀ ବକୁଳ ମହାଦେବୀ ଏହି ବେଶ ପ୍ରଥମେ ପ୍ରଚଳନ କରାଇଥିଲେ । ତତ୍ପରେ କିଛି ବର୍ଷ ପାଇଁ ଏହା ବନ୍ଦ ହୋଇଯାଇଥିଲା । ୧୫୭୫ ମସିହାରେ ରାମଚନ୍ଦ୍ର ଦେବ ଠାକୁର ମାନଙ୍କ ଗଜ ଉଦ୍ଧାରଣ ବେଶର ପୁନଃ ପ୍ରଚଳନ କରାଇଥିଲେ । ବାଲିସାହିରେ ଥିବା ବାସୁଦେବ ମଠର ମହନ୍ତ ବସୁଦେବ ବାବା ଗଜୋଦ୍ଧାରଣ ବେଶ କରାଇ ଆସୁଥିଲେ, ମଠଟିର ଅବଲୁପ୍ତି ପରେ କିଛି ବର୍ଷ ପାଇଁ ମନ୍ଦିର ପ୍ରଶାସନ ଖର୍ଚ୍ଚରେ ଏ ବେଶ ଅନୁଷ୍ଠିତ ହୋଇଥିଲା। ଅଳ୍ପ କିଛିବର୍ଷ ହେବ ଇମ୍ଫା କମ୍ପାନୀର ପରିଚାଳକ ବଂଶୀଧର ପଣ୍ଡାଙ୍କ ଦାନରେ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହୋଇ ଆସୁଛି ।

ଆହୁରି ପଢ଼ନ୍ତୁ: ଡ୍ରପଆଉଟ୍‌ ପାଇଁ ଓଡ଼ିଶାରେ ବଢ଼ୁଛି ବାଲ୍ୟ ବିବାହ; ସାମାଜିକ ବିଧି ବ୍ୟବସ୍ଥା ଅନ୍ୟତମ ପ୍ରମୁଖ କାରଣ

05 Feb 2023 By The Sakala

ପବିତ୍ର ମାଘ ପୂର୍ଣ୍ଣମୀ ଅବସରରେ ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କ ଗଜ ଉଦ୍ଧାରଣ ବେଶ

ପୁରୀ: ଆଜି ପବିତ୍ର ମାଘ ପୂର୍ଣ୍ଣିମା । ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ପବିତ୍ର ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହେବ । ମଧ୍ୟାହ୍ନ ଧୂପ ସରିବା ପରେ ରତ୍ନ ସିଂହାସନ ଉପରେ ଏହି ବେଶ ଅନୁଷ୍ଠିତ ହେବ । ମହାପ୍ରଭୁ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରି ଲକ୍ଷ୍ମୀ ପ୍ରତିମାଙ୍କୁ କୋଳରେ ଧାରଣ କରିବେ । ବଳଭଦ୍ର ଶଙ୍ଖ, ଚକ୍ର, ହଳ, ମୂଷଳ ଧାରଣ କରି ବାସୁଦେବଙ୍କ ରୂପରେ ବିରାଜମାନ କରିବେ । ସେହିପରି ଦେବୀ ସୁଭଦ୍ରା ପାଦ ଛନ୍ଦି ଏକ ପଦ୍ମ କଢ ଧରି ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ । ସଂଧ୍ୟା ଧୂପରେ ଠାକୁରଙ୍କୁ କ୍ଷୀରି ଓ ଅମାଲୁ ଭୋଗ କରାଯିବ ।

ପୌରାଣିକ ତଥ୍ୟ ଅନୁଯାୟୀ ଏକଦା ବରୁଣ ହ୍ରଦରେ ଗଜରାଜ ସ୍ନାନ କରୁଥିବା ସମୟରେ ସେହି ହ୍ରଦରେ ଥିବା ଗୋଟିଏ ବିରାଟକାୟ କୁମ୍ଭୀର ଗଜ କୁ ଆକ୍ରମଣ କଲା । କୁମ୍ଭୀର ଆକ୍ରମଣରୁ ଉଦ୍ଧାର ପାଇବାର କୈଣସି ଉପାୟ ନଦେଖି ଗଜରାଜ ବିକଳରେ ପୁରୁଷୋତ୍ତମ ଭଗବାନଙ୍କୁ ସେ ପ୍ରାର୍ଥନା କରିଥିଲା । ଗଜରାଜର ପ୍ରାର୍ଥନାରେ ସ୍ୱଂୟ ପୁରୁଷୋତ୍ତମ ତତ୍‌କ୍ଷଣାତ ଭକ୍ତଗଜଙ୍କୁ ରକ୍ଷାକରିବା ପାଇଁ ଚକ୍ରପେଷି କୁମ୍ଭୀରକୁ ମାରି ଉଦ୍ଧାର କରିଥିଲେ । ସେହି ପୌରାଣିକ ଆଖ୍ୟାୟିକାର ସ୍ମୃତିରେ ଶ୍ରୀମନ୍ଦିରରେ ଅତ୍ୟନ୍ତ ପୁରାତନ ସମୟରୁ ଶ୍ରୀବିଗ୍ରହମାନଙ୍କ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହୋଇଆସୁଛି ।

ଭୌମ ବଂଶର ରାଣୀ ବକୁଳ ମହାଦେବୀ ଏହି ବେଶ ପ୍ରଥମେ ପ୍ରଚଳନ କରାଇଥିଲେ । ତତ୍ପରେ କିଛି ବର୍ଷ ପାଇଁ ଏହା ବନ୍ଦ ହୋଇଯାଇଥିଲା । ୧୫୭୫ ମସିହାରେ ରାମଚନ୍ଦ୍ର ଦେବ ଠାକୁର ମାନଙ୍କ ଗଜ ଉଦ୍ଧାରଣ ବେଶର ପୁନଃ ପ୍ରଚଳନ କରାଇଥିଲେ । ବାଲିସାହିରେ ଥିବା ବାସୁଦେବ ମଠର ମହନ୍ତ ବସୁଦେବ ବାବା ଗଜୋଦ୍ଧାରଣ ବେଶ କରାଇ ଆସୁଥିଲେ, ମଠଟିର ଅବଲୁପ୍ତି ପରେ କିଛି ବର୍ଷ ପାଇଁ ମନ୍ଦିର ପ୍ରଶାସନ ଖର୍ଚ୍ଚରେ ଏ ବେଶ ଅନୁଷ୍ଠିତ ହୋଇଥିଲା। ଅଳ୍ପ କିଛିବର୍ଷ ହେବ ଇମ୍ଫା କମ୍ପାନୀର ପରିଚାଳକ ବଂଶୀଧର ପଣ୍ଡାଙ୍କ ଦାନରେ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହୋଇ ଆସୁଛି ।

https://www.thesakala.in/latest-odisha-news/gaja-udharana-besha-of-lord-jagannath-held-today-in-puri-srimandira/article-18685
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର