ମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲା : ଗୋପାଳକୁ ୫ ଦିନିଆ ରିମାଣ୍ଡ ସହ ହେବ ନାର୍କୋ ଟେଷ୍ଟ

The Sakala Picture
Published On

ଝାରସୁଗୁଡ଼ା: ପୁଣି କ୍ରାଇମବ୍ରାଞ୍ଚ ରିମାଣ୍ଡରେ ଯିବ ଗୋପାଳ। ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳି କରି ହତ୍ୟା ମାମଲାର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ଗୋପାଳ ଦାସକୁ ପୁଣି ଥରେ ରିମାଣ୍ଡରେ ନେବ। ତୃତୀୟ ପର୍ଯ୍ୟାୟରେ ଗୋପାଳକୁ ୫ ଦିନ ଲାଗି ରିମାଣ୍ଡରେ ନେବାକୁ ଅନୁମତି ଦେଇଛନ୍ତି କୋର୍ଟ। ସେହିପରି ଗୋପାଳର ନାର୍କୋ ଟେଷ୍ଟ ଓ ପଲିଗ୍ରାଫ ଟେଷ୍ଟ ପାଇଁ ମଧ୍ୟ ଅନୁମତି ମିଳିଛି। ଉଭୟ ଟେଷ୍ଟ ପାଇଁ ଗୋପାଳ ସହମତ ଥିବା କୋର୍ଟରେ କହିବା ପରେ ଏନେଇ ଅନୁମତି […]

ଝାରସୁଗୁଡ଼ା: ପୁଣି କ୍ରାଇମବ୍ରାଞ୍ଚ ରିମାଣ୍ଡରେ ଯିବ ଗୋପାଳ। ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳି କରି ହତ୍ୟା ମାମଲାର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ଗୋପାଳ ଦାସକୁ ପୁଣି ଥରେ ରିମାଣ୍ଡରେ ନେବ। ତୃତୀୟ ପର୍ଯ୍ୟାୟରେ ଗୋପାଳକୁ ୫ ଦିନ ଲାଗି ରିମାଣ୍ଡରେ ନେବାକୁ ଅନୁମତି ଦେଇଛନ୍ତି କୋର୍ଟ। ସେହିପରି ଗୋପାଳର ନାର୍କୋ ଟେଷ୍ଟ ଓ ପଲିଗ୍ରାଫ ଟେଷ୍ଟ ପାଇଁ ମଧ୍ୟ ଅନୁମତି ମିଳିଛି। ଉଭୟ ଟେଷ୍ଟ ପାଇଁ ଗୋପାଳ ସହମତ ଥିବା କୋର୍ଟରେ କହିବା ପରେ ଏନେଇ ଅନୁମତି ମିଳିଛି।

ଆହୁରି ପଢ଼ନ୍ତୁ: ଚାଷୀଙ୍କୁ ମିଳିଲା 'ସିଏମ୍ କିଷାନ' ଯୋଜନାର ୫ମ କିସ୍ତି, DBT ମାଧ୍ୟମରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ୨ ହଜାର ଟଙ୍କା

ଉଲ୍ଲେଖ ଥାଉ କି ନବ ଦାସଙ୍କ ହତ୍ୟା ଅଭିଯୁକ୍ତ ଗୋପାଳର ଦ୍ୱିତୀୟ ପର୍ଯ୍ୟାୟ ରିମାଣ୍ଡ ଅବଧି ଆଜି ଶେଷ ହେବାପରେ ତାଙ୍କୁ କୋର୍ଟରେ ହାଜର କରାଯାଇଥିଲା। ଗତକାଲି କ୍ରାଇମବ୍ରାଞ୍ଚ ଗୋପାଳକୁ ନେଇ କ୍ରାଇମ ସ୍ପଷ୍ଟରେ ସିନ୍ ରିକ୍ରିଏସନ୍ କରିଥିଲା। ଗୋପାଳ କିଭଳି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳି କରିଥିଲା ତାହାର ଡେମୋ ଦେଖାଇ ଥିଲା। ଜାନୁଆରୀ ୨୯ ତାରିଖରେ ବ୍ରଜରାଜନଗର ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଇଥିଲେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ। ମନ୍ତ୍ରୀ କାରରୁ ଓହ୍ଲାଇବା ବେଳେ ଅତି ପାଖରୁ ଏଏସ୍ଆଇ ଗୋପାଳ ଗୁଳି କରିଥିଲା।

ଆହୁରି ପଢ଼ନ୍ତୁ: ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀକୁ ଗୁଳି କରି ହତ୍ୟା କଲା ସ୍ୱାମୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର