କଟକରେ ଭାରତୀୟ ରାଇସ କଂଗ୍ରେସକୁ ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

The Sakala Picture
Published On

କଟକ: କଟକ ବିଦ୍ୟାଧରପୁର ଜାତୀୟ ଧାନ ଗବେଷଣା ଅନୁଷ୍ଠାନରେ ଦ୍ବିତୀୟ ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍, କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ନରେନ୍ଦ୍ର ସିଂ ତୋମର, ରାଜ୍ୟ କୃଷି, ମତ୍ସ୍ୟ ଓ ପଶୁପାଳନ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପ୍ରମୁଖ ବି ଉପସ୍ଥିତ ଅଛନ୍ତି। ଏହି ଅବସରରେ ଇଣ୍ଡିଆନ୍ ରାଇସ କଂଗ୍ରେସ ଉପରେ ଆଧାରିତ ଏକ ପୁସ୍ତକର ଉନ୍ମୋଚନ […]

କଟକ: କଟକ ବିଦ୍ୟାଧରପୁର ଜାତୀୟ ଧାନ ଗବେଷଣା ଅନୁଷ୍ଠାନରେ ଦ୍ବିତୀୟ ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍, କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ନରେନ୍ଦ୍ର ସିଂ ତୋମର, ରାଜ୍ୟ କୃଷି, ମତ୍ସ୍ୟ ଓ ପଶୁପାଳନ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପ୍ରମୁଖ ବି ଉପସ୍ଥିତ ଅଛନ୍ତି। ଏହି ଅବସରରେ ଇଣ୍ଡିଆନ୍ ରାଇସ କଂଗ୍ରେସ ଉପରେ ଆଧାରିତ ଏକ ପୁସ୍ତକର ଉନ୍ମୋଚନ କରିଛନ୍ତି ରାଷ୍ଟ୍ରପତି ।

ଆହୁରି ପଢ଼ନ୍ତୁ: ଯୁବ ବିଜେପି ନେତା ପ୍ରକାଶ ପାଶୱାନଙ୍କ ବେଆଇନ୍ ଅଫିସ ଭାଙ୍ଗିଲା ବନ ବିଭାଗ

ଏହି କାର୍ଯ୍ୟକ୍ରମ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଦବୋଧନ ଦେଇ କହିଛନ୍ତି, ଚାଉଳ ଉତ୍ପାଦନ ଆମ ଅର୍ଥନୀତିକୁ ସମୃଦ୍ଧ କରିଛି। ଚାଉଳ ଜୀବନର ଶସ୍ୟ। ସୂଚନାଯୋଗ୍ୟ, ୧୧ରୁ ୧୪ତାରିଖ ଯାଏ ୪ ଦିନ ଧରି ଚାଲିବାକୁ ଥିବା ରାଇସ କଂଗ୍ରେସରେ ଦେଶ ବିଦେଶରୁ ପ୍ରାୟ ୩୫୦ ଜଣ କୃଷି ବୈଜ୍ଞାନିକ ମଧ୍ଯ ଯୋଗ ଦେଇଛନ୍ତି। ଫିଲିପାଇନ୍ସ, ଆଫ୍ରିକା ସମେତ କେତେକ ରାଷ୍ଟ୍ରର ବୈଜ୍ଞାନିକ ବି ଯୋଗ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଅସୁସ୍ଥ ସ୍ୱାମୀଙ୍କ ପାଖକୁ ନେବା ବାହାନାରେ ଘରୁ ଡାକି ନେଇ ମହିଳାଙ୍କୁ ଦୁଷ୍କର୍ମ, ୨ ଗିରଫ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର