ରାଜ୍ୟରେ କରୋନା ନେଲା ଆଉ ୧୨ ଜୀବନ, ମୃତ୍ୟୁ ସଂଖ୍ୟା ୨୦୨୯କୁ ବୃଦ୍ଧି

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ଯା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ଆଉ ୧୨ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୨୯ କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ପୁରୀ ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁ, ଏବଂ […]

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ଯା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ଆଉ ୧୨ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୨୯ କୁ ବୃଦ୍ଧି ପାଇଛି ।

ଆହୁରି ପଢ଼ନ୍ତୁ: ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରି ଗଛରେ ଟାଙ୍ଗି ଦେଲେ ଦୁର୍ବୁତ୍ତ !

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ପୁରୀ ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁ, ଏବଂ ଅନୁଗୁଳ, କଟକ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ମୃତ୍ୟୁ ଘଟିଛି।

ଆହୁରି ପଢ଼ନ୍ତୁ: ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ସେପ୍ଟେମ୍ବର ୧୬କୁ ଘୁଞ୍ଚିଲା ଶୁଣାଣି

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪ ଲକ୍ଷ ୩୫ ହଜାର ୫୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୫୫ ହଜାର ୨୪୫ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଲକ୍ଷ ୭୫ ହଜାର ୭୨୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାସହ କରୋନା ଯୋଗୁଁ ୨୦୨୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୦୦୪୧୨୦୪ ସାମ୍ପୁଲ ଟେଷ୍ଟ୍ ହୋଇଛି।

ଆହୁରି ପଢ଼ନ୍ତୁ: କଲେଜ ହଷ୍ଟେଲରୁ ଯୁକ୍ତ ଦୁଇ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର