କ୍ରୀଡା ଭିତ୍ତିଭୂମି ବିକାଶ ପାଇଁ ୧୦୯ କୋଟି, ରାଉରକେଲାରେ ବିଶ୍ବସ୍ତରୀୟ ହକି ଷ୍ଟାଡିୟମ ପାଇଁ ୯୦କୋଟି

The Sakala Picture
Published On

ଭୁବନେଶ୍ବର : ବିଧାନସଭାରେ ଉପସ୍ଥାପିତ ହୋଇଛି ୨୦୨୧-୨୨ ବର୍ଷର ଆର୍ଥିକ ଓଡିଶା ବଜେଟ । ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ  ୨୦୨୧-୨୨ ପାଇଁ ରାଜ୍ୟ ବଜେଟ୍ ଉପସ୍ଥାପନ କରିଛନ୍ତି ।୨୦୨୧-୨୨ ବଜେଟରେ ମୋଟ୍‌ ୧ଲକ୍ଷ ୭୦ ହଜାର କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ଚଳିତ ବଜେଟରେ ସ୍ବାସ୍ଥ୍ୟ ସହ କ୍ରୀଡ଼ା କ୍ଷେତ୍ରକୁ ମଧ୍ୟ ଗୁରୁତ୍ବ ଦେଇଛନ୍ତି ରାଜ୍ୟ ସରକାର। ଓଡ଼ିଶାରେ ବିଶ୍ବସ୍ତରୀୟ ହକି ଷ୍ଟାଡିୟମ ନିର୍ମାଣ ପାଇଁ ୯୦କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ଓଡିଶାରେ ଆୟୋଜିତ ହେବାକୁ ଥିବା […]

ଭୁବନେଶ୍ବର : ବିଧାନସଭାରେ ଉପସ୍ଥାପିତ ହୋଇଛି ୨୦୨୧-୨୨ ବର୍ଷର ଆର୍ଥିକ ଓଡିଶା ବଜେଟ । ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ  ୨୦୨୧-୨୨ ପାଇଁ ରାଜ୍ୟ ବଜେଟ୍ ଉପସ୍ଥାପନ କରିଛନ୍ତି ।୨୦୨୧-୨୨ ବଜେଟରେ ମୋଟ୍‌ ୧ଲକ୍ଷ ୭୦ ହଜାର କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ଚଳିତ ବଜେଟରେ ସ୍ବାସ୍ଥ୍ୟ ସହ କ୍ରୀଡ଼ା କ୍ଷେତ୍ରକୁ ମଧ୍ୟ ଗୁରୁତ୍ବ ଦେଇଛନ୍ତି ରାଜ୍ୟ ସରକାର।

ଆହୁରି ପଢ଼ନ୍ତୁ: ଆଜି ଶ୍ରୀମନ୍ଦିରରେ ରାହୁରେଖା ଲାଗି ହେବେ ମହାପ୍ରଭୁ, ସାଢେ଼ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଓଡ଼ିଶାରେ ବିଶ୍ବସ୍ତରୀୟ ହକି ଷ୍ଟାଡିୟମ ନିର୍ମାଣ ପାଇଁ ୯୦କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ଓଡିଶାରେ ଆୟୋଜିତ ହେବାକୁ ଥିବା ୨୦୨୩ ପୁରୁଷ ହକି ବିଶ୍ବକପର ପ୍ରସ୍ତୁତି ପାଇଁ ମଧ୍ୟ ରାଜ୍ୟସରକାର ଜୋର ଦେଉଥିବା ଅର୍ଥମନ୍ତ୍ରୀ କହିଛନ୍ତି । ଏଥିପାଇଁ ୯୦ କୋଟି ଟଙ୍କା ବ୍ୟୟବରାଦ ହୋଇଛି । ରାଉରକେଲାଠାରେ ୧୫ ଏକର ପରିମିତ ଭୂମି ଉପରେ ଏକ ନୂତନ ବିଶ୍ଵସ୍ତରୀୟ ହକି ଷ୍ଟାଡ଼ିୟମ ନିର୍ମାଣ କରାଯିବ । ୨୦ ହଜାର ଦର୍ଶକ ବସି ପାରିବାର କ୍ଷମତା ବିଶିଷ୍ଟ ଏହି ଷ୍ଟାଡିୟମ ଭାରତର ସବର୍ବୃହତ ହକି ଷ୍ଟାଡ଼ିୟମରେ ପରିଣତ ହେବ।

ଆହୁରି ପଢ଼ନ୍ତୁ: ବିଜେପି ସରକାରଙ୍କ ଅଢେଇ ବର୍ଷର ଶାସନରେ ରାଜ୍ୟର ଶିକ୍ଷା ବ୍ୟବସ୍ଥା ଭୁଶୁଡିବା ସ୍ଥିତିରେ ପହଞ୍ଚିଛି: ବିଜେଡି

ଏଥି ସହିତ ରାଜ୍ୟରେ କ୍ରୀଡା ଭିତ୍ତିଭୂମୀର ବିକାଶ ଓ ପରିଚାଳନା ପାଇଁ ୧୦୯ କୋଟି ଟଙ୍କା ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ । ଖେଲୋ ଇଣ୍ଡିଆକୁ ରାଜ୍ୟ ସହାୟତା ଭାବେ ୧୧ କୋଟି, ରାଉରକେଲା, ସମ୍ବଲପୁର, କଟକରେ ଥିବା କ୍ରୀଡା ଭିତ୍ତିଭୂମିର ଉନ୍ନତି ପାଇ ୮ କୋଟି ବଜେଟରେ ବ୍ୟୟବରାଦ ହୋଇଥିବା ଅର୍ଥମନ୍ତ୍ରୀ ସୂଚନା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ପଛକୁ ପଛ ଆସୁଛି ଦୁଇଟି ଲଘୁଚାପ ! ଆସନ୍ତା ୯ ତାରିଖରୁ ରାଜ୍ୟରେ ପୁଣି ବଢ଼ିବ ବର୍ଷାର ପରିମାଣ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର