କରୋନାରେ ବରିଷ୍ଠ ସାମ୍ବାଦିକ ମାନସ ରଂଜନ ଜୟପୁରୀଆଙ୍କ ଦେହାନ୍ତ

The Sakala Picture
Published On

ସମ୍ବଲପୁର: ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢୁଥିବା ବେଳେ ମୃତ୍ୟୁ ମାମଲା ମଧ୍ୟ ବଢିବାରେ ଲାଗିଛି । କରାେନା ସଂକ୍ରମଣରୁ ବାଦ୍ ପଡୁନାହାଁନ୍ତି ସାଧାରଣ ଜନତାଙ୍କ ଠାରୁ ଆରମ୍ଭ କରି ରାଜନେତା ଓ ବିଶିଷ୍ଟ ବ୍ୟକ୍ତିବିଶେଷ । ଏହି ପରିପ୍ରେକ୍ଷୀରେ ମହାମାରୀରେ ଯାଇଛି ଆଉ ଜଣେ ସାମ୍ବାଦିକଙ୍କ ଜୀବନ । କରୋନା ସଂକ୍ରମଣରେ ପ୍ରାଣ ହରାଇଥିବା ଆଉ ଜଣେ ସାମ୍ବାଦିକ ହେଉଛନ୍ତି ସମ୍ବଲପୁରର ବରିଷ୍ଠ ସାମ୍ବାଦିକ ମାନସ ରଂଜନ ଜୟପୁରୀଆ । ଯିଏକି ସମ୍ବଲପୁରର ଏକ […]

ସମ୍ବଲପୁର: ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢୁଥିବା ବେଳେ ମୃତ୍ୟୁ ମାମଲା ମଧ୍ୟ ବଢିବାରେ ଲାଗିଛି । କରାେନା ସଂକ୍ରମଣରୁ ବାଦ୍ ପଡୁନାହାଁନ୍ତି ସାଧାରଣ ଜନତାଙ୍କ ଠାରୁ ଆରମ୍ଭ କରି ରାଜନେତା ଓ ବିଶିଷ୍ଟ ବ୍ୟକ୍ତିବିଶେଷ । ଏହି ପରିପ୍ରେକ୍ଷୀରେ ମହାମାରୀରେ ଯାଇଛି ଆଉ ଜଣେ ସାମ୍ବାଦିକଙ୍କ ଜୀବନ ।

ଆହୁରି ପଢ଼ନ୍ତୁ: ଘରର କବାଟ ଭାଙ୍ଗି ମା’କୁ ଅଟକ ରଖିଲେ, ୧୫ ବର୍ଷର ନାବାଳିକା ଝିଅକୁ ଅପହରଣ କରିନେଲେ ଦୁର୍ବୃତ୍ତ

କରୋନା ସଂକ୍ରମଣରେ ପ୍ରାଣ ହରାଇଥିବା ଆଉ ଜଣେ ସାମ୍ବାଦିକ ହେଉଛନ୍ତି ସମ୍ବଲପୁରର ବରିଷ୍ଠ ସାମ୍ବାଦିକ ମାନସ ରଂଜନ ଜୟପୁରୀଆ । ଯିଏକି ସମ୍ବଲପୁରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ବରଣ କରିଛନ୍ତି ।

ଆହୁରି ପଢ଼ନ୍ତୁ: ବରମୁଣ୍ଡା ବସ ଟର୍ମିନାଲରେ ଅପହରଣ ଉଦ୍ୟମ ପଣ୍ଡ: ଏନଜିଓ କର୍ମୀଙ୍କ କବଳରୁ ଉଦ୍ଧାର ହେଲେ ନାବାଳିକାଙ୍କ ସମେତ ୩ ମହିଳା

ସୂଚନା ଅନୁଯାୟୀ ଏହି ବରିଷ୍ଠ ସାମ୍ବାଦିକ ଜଣକ ଓଡିଆ ଗଣମାଧ୍ୟମ ସହ ଓତଃପ୍ରାେତ ଭାବେ ଜଡିତ । ତାଙ୍କର ଅନେକ ଖବର ମଧ୍ୟ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶିତ ହୋଇଛି । ତେବେ ସେ ନୂଆଦିଲ୍ଲୀ ସ୍ଥିତ ଜି ମିଡ଼ିଆରେ କାମ କରୁଥିବା ବେଳେ ଅସୁସ୍ଥ ହୋଇପଡିଥିଲେ । ଯାହା ପରେ ସେ ସମ୍ବଲପୁର ଫେରି ଆସି ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ।

ଆହୁରି ପଢ଼ନ୍ତୁ: କୂଅ ସଫାବେଳେ ଶ୍ୱାସରୁଦ୍ଧ ହୋଇ ଜଣେ ମୃତ, ୨ ଗୁରୁତର

ତାଙ୍କ ଦେହାନ୍ତରେ ଶୋକବ୍ୟକ୍ତ କରିଛନ୍ତି ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଉପଦେଷ୍ଟା ମାନସ ମଙ୍ଗରାଜ। ଶୋକସନ୍ତପ୍ତ ପରିବାରକୁ ସାନ୍ତ୍ୱନା ଦେବା ସହ ପରିବାରକୁ ସାହସ ଦେବାକୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଥିବା ଟ୍ବିଟ୍ ଯୋଗେ ସୂଚନା ଦେଇଛନ୍ତି । ମାନସ ଜୟପୁରିଆଙ୍କ ଆତ୍ମାର ସଦଗତି କାମନା କରିଛନ୍ତି ମାନସ ମଙ୍ଗରାଜ।

29 Apr 2021 By The Sakala

କରୋନାରେ ବରିଷ୍ଠ ସାମ୍ବାଦିକ ମାନସ ରଂଜନ ଜୟପୁରୀଆଙ୍କ ଦେହାନ୍ତ

ସମ୍ବଲପୁର: ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢୁଥିବା ବେଳେ ମୃତ୍ୟୁ ମାମଲା ମଧ୍ୟ ବଢିବାରେ ଲାଗିଛି । କରାେନା ସଂକ୍ରମଣରୁ ବାଦ୍ ପଡୁନାହାଁନ୍ତି ସାଧାରଣ ଜନତାଙ୍କ ଠାରୁ ଆରମ୍ଭ କରି ରାଜନେତା ଓ ବିଶିଷ୍ଟ ବ୍ୟକ୍ତିବିଶେଷ । ଏହି ପରିପ୍ରେକ୍ଷୀରେ ମହାମାରୀରେ ଯାଇଛି ଆଉ ଜଣେ ସାମ୍ବାଦିକଙ୍କ ଜୀବନ ।

କରୋନା ସଂକ୍ରମଣରେ ପ୍ରାଣ ହରାଇଥିବା ଆଉ ଜଣେ ସାମ୍ବାଦିକ ହେଉଛନ୍ତି ସମ୍ବଲପୁରର ବରିଷ୍ଠ ସାମ୍ବାଦିକ ମାନସ ରଂଜନ ଜୟପୁରୀଆ । ଯିଏକି ସମ୍ବଲପୁରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ବରଣ କରିଛନ୍ତି ।

ସୂଚନା ଅନୁଯାୟୀ ଏହି ବରିଷ୍ଠ ସାମ୍ବାଦିକ ଜଣକ ଓଡିଆ ଗଣମାଧ୍ୟମ ସହ ଓତଃପ୍ରାେତ ଭାବେ ଜଡିତ । ତାଙ୍କର ଅନେକ ଖବର ମଧ୍ୟ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶିତ ହୋଇଛି । ତେବେ ସେ ନୂଆଦିଲ୍ଲୀ ସ୍ଥିତ ଜି ମିଡ଼ିଆରେ କାମ କରୁଥିବା ବେଳେ ଅସୁସ୍ଥ ହୋଇପଡିଥିଲେ । ଯାହା ପରେ ସେ ସମ୍ବଲପୁର ଫେରି ଆସି ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ।

ତାଙ୍କ ଦେହାନ୍ତରେ ଶୋକବ୍ୟକ୍ତ କରିଛନ୍ତି ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଉପଦେଷ୍ଟା ମାନସ ମଙ୍ଗରାଜ। ଶୋକସନ୍ତପ୍ତ ପରିବାରକୁ ସାନ୍ତ୍ୱନା ଦେବା ସହ ପରିବାରକୁ ସାହସ ଦେବାକୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଥିବା ଟ୍ବିଟ୍ ଯୋଗେ ସୂଚନା ଦେଇଛନ୍ତି । ମାନସ ଜୟପୁରିଆଙ୍କ ଆତ୍ମାର ସଦଗତି କାମନା କରିଛନ୍ତି ମାନସ ମଙ୍ଗରାଜ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର