ବିଏମସିର ନୂଆ ବିଲ୍ଡିଂ ଉଦ୍‌‌ଘାଟନ ସହ ‘ସଫା’ ଆପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଏମସି ନୂଆ ବିଲ୍ଡିଂ ଉଦ୍‌‌ଘାଟନ କରିଛନ୍ତି। ଏଥିସହ ସଫା  ଆପକୁ ମଧ୍ୟ ଲୋକାର୍ପିତ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଥିସହ ବିଏମ୍‌‌ସି କାର୍ଯ୍ଯାଳୟର ଠିକଣା ବଦଳିଛି। କଳ୍ପନା ଛକରୁ ସତ୍ୟନଗର ସ୍ଥିତ ଏହି ୧୨ମହଲା ବିଶିଷ୍ଟ  ଆଇସିଏମଓସି କୋଠାକୁ ବିଏମ୍‌‌ସି କାର୍ଯ୍ଯାଳୟ ସ୍ଥାନାନ୍ତର ହୋଇଛି। ପୂର୍ବରୁ ଏହି କୋଠାରେ ଡେଲଏଟ ଭଳି ବହୁରାଷ୍ଟ୍ରୀୟ କମ୍ପାନୀ କାର୍ଯ୍ଯାଳୟ ଖୋଲିସାରିଥିବା ବେଳେ ସ୍ମାର୍ଟସିଟି କାର୍ଯ୍ଯଳୟ ମଧ୍ୟ ସ୍ଥାନାନ୍ତରିତ ହୋଇସାରିଛି। କେବଳ ବିଏମସି ଏହି ବିଲ୍ଡଂକୁ ଆସିବା […]

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଏମସି ନୂଆ ବିଲ୍ଡିଂ ଉଦ୍‌‌ଘାଟନ କରିଛନ୍ତି। ଏଥିସହ ସଫା  ଆପକୁ ମଧ୍ୟ ଲୋକାର୍ପିତ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଥିସହ ବିଏମ୍‌‌ସି କାର୍ଯ୍ଯାଳୟର ଠିକଣା ବଦଳିଛି। କଳ୍ପନା ଛକରୁ ସତ୍ୟନଗର ସ୍ଥିତ ଏହି ୧୨ମହଲା ବିଶିଷ୍ଟ  ଆଇସିଏମଓସି କୋଠାକୁ ବିଏମ୍‌‌ସି କାର୍ଯ୍ଯାଳୟ ସ୍ଥାନାନ୍ତର ହୋଇଛି। ପୂର୍ବରୁ ଏହି କୋଠାରେ ଡେଲଏଟ ଭଳି ବହୁରାଷ୍ଟ୍ରୀୟ କମ୍ପାନୀ କାର୍ଯ୍ଯାଳୟ ଖୋଲିସାରିଥିବା ବେଳେ ସ୍ମାର୍ଟସିଟି କାର୍ଯ୍ଯଳୟ ମଧ୍ୟ ସ୍ଥାନାନ୍ତରିତ ହୋଇସାରିଛି। କେବଳ ବିଏମସି ଏହି ବିଲ୍ଡଂକୁ ଆସିବା ବାକି ଥିବା ବେଳେ ଆଜି ଏହା ପୂରଣ ହେଉଛି।

ଆହୁରି ପଢ଼ନ୍ତୁ: ଆଜି କୋଟିଆ ଗସ୍ତରେ ଯିବ ବିଜେଡିର ପ୍ରତିନିଧି ଦଳ, ଆନ୍ଧ୍ର ସରକାରଙ୍କ ନିର୍ବାଚନ ସମ୍ପର୍କିତ କାର୍ଯ୍ୟକଳାପକୁ କରିବ ବିରୋଧ

ଏହି ବିଲ୍ଡିଂରେ ରାଜ୍ୟର କଳା ସଂସ୍କୃତିର ଝଲକ ରହିଛି। ୧୧ ମହଲା ବିଶିଷ୍ଟ ଏହି ବିଲ୍ଡିଂରେ ପାଞ୍ଚମହଲାକୁ ବ୍ୟବସାୟିକ ଉଦ୍ଦେଶ୍ୟରେ ବ୍ୟବହାର କରାଯିବ। ଏହି ୫ ମହଲାରେ ବିଭିନ୍ନ ସଂସ୍ଥା ସେମାନଙ୍କର ଅଫିସ ଆଦି କରିବା ସହ ଏ ବବାଦକୁ ଅର୍ଥ ପ୍ରଦାନ କରିବେ। ସେହିପରି ବିଏମସିକୁ ଏଠାରେ ୩ଟି ଫ୍ଲୋର୍‌‌ ମିଳିଥିବା ବେଳେ କମାଣ୍ଡ ଆଣ୍ଡ କଣ୍ଟ୍ରୋଲ ସେଣ୍ଟର ଗୋଟିଏ ମହଲାରେ ରହିବ। ଏହା ବ୍ୟତୀତ ଭୁବନେଶ୍ୱର ସ୍ମାର୍ଟସିଟି ଲିମିଟେଡ୍‌‌ର କାର୍ଯ୍ଯାଳୟ ଗୋଟିଏ ମହଲାରେ ରହିବା ସହିତ ପାର୍କିଂ ପାଇଁ ଗୋଟିଏ ମହଲା ବ୍ୟବହୃତ ହେବ। ବିଏମସି ପାଇଁ ଏଠାରେ ଏକ ସ୍ୱତନ୍ତ୍ର ସମ୍ମିଳନୀ କକ୍ଷ କରାଯାଇଛି। ଏଠାରେ ବିଏମସି କର୍ପୋରେସନ ବୈଠକ ବବିଲ୍ଡିଂରେ ପର୍ଯ୍ଯପ୍ତ ପାର୍କିଂ ଏବଂ ଅନ୍ୟାନ୍ୟ ଜରୁରୀ ସୁବିଧା ମଧ୍ୟ ରହିଛି।

ଆହୁରି ପଢ଼ନ୍ତୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: ବଡ଼ଚଣା ପୂର୍ତ୍ତ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ସେହିଭଳି କଳ୍ପନା ଛକରୁ ବିଏମ୍‌‌ସି ମୁଖ୍ୟ କାର୍ଯ୍ଯାଳୟ ସ୍ଥାନାନ୍ତର ପରେ ସାମନ୍ତରାପୁର ଠାରେ ଭଡ଼ାରେ ଚାଲିଥିବା ବିଏମସିର ଦକ୍ଷିଣ-ପୂର୍ବ ଜୋନାଲ କାର୍ଯ୍ଯାଳୟ କଳ୍ପନା ଛକସ୍ଥିତ ପୁରୁଣା ବିଏମସି କୋଠାକୁ ସ୍ଥାନାନ୍ତର ହେବ ବୋଲି ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ଅକ୍ଟୋବର ୨୬ ସୁଦ୍ଧା ବାତ୍ୟା ରୂପ ନେଇପାରେ ଲଘୁଚାପ, ୨୮ରେ ଓଡ଼ିଶା-ଆନ୍ଧ୍ର ଉପକୂଳ ଛୁଇଁବା ନେଇ ଆଇଏମଡି ଡିଜିଙ୍କ ସୂଚନା

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର