ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତାକୁ ଅର୍ଥମନ୍ତ୍ରୀଙ୍କ “ ନା ”, ବିଜେପିକୁ ଟାର୍ଗେଟ କଲେ ପ୍ରଣବ ପ୍ରକାଶ

The Sakala Picture
Published On

ଭୁବନେଶ୍ୱର: ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ପ୍ରସଙ୍ଗରେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ପ୍ରତିକ୍ରିୟା। ବିଜେପିକୁ ଟାର୍ଗେଟ କଲେ ପ୍ରଣବ ପ୍ରକାଶ ଦାସ। ଇସ୍ତାହାରରେ ଓଡିଶାକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା କଥା ଦଳ ଲେଖିଥିଲା। ଧର୍ମେନ୍ଦ୍ର ପ୍ରଧାନ ଉନ୍ମୋଚନ କରିଥିଲେ। କିନ୍ତୁ କେନ୍ଦ୍ର ଅର୍ଥମନ୍ତ୍ରୀ ଓଡିଶା ମାଟିରେ ଏ ଦାବିକୁ ମନା କରିଦେଲେ। ଯାହା ଓଡ଼ିଶାବାସୀଙ୍କୁ କ୍ଷୁବ୍ଧ କରିଥିବା କହିଛନ୍ତି ପ୍ରଣବ। ପ୍ରଣବ କହିଛନ୍ତି, ବିଜେପି ନିର୍ବାଚନୀ ଇସ୍ତାହାରରେ ଓଡିଶାକୁ ସ୍ୱତନ୍ତ୍ର ରାଜ୍ୟ […]

ଭୁବନେଶ୍ୱର: ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ପ୍ରସଙ୍ଗରେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ପ୍ରତିକ୍ରିୟା। ବିଜେପିକୁ ଟାର୍ଗେଟ କଲେ ପ୍ରଣବ ପ୍ରକାଶ ଦାସ। ଇସ୍ତାହାରରେ ଓଡିଶାକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା କଥା ଦଳ ଲେଖିଥିଲା। ଧର୍ମେନ୍ଦ୍ର ପ୍ରଧାନ ଉନ୍ମୋଚନ କରିଥିଲେ। କିନ୍ତୁ କେନ୍ଦ୍ର ଅର୍ଥମନ୍ତ୍ରୀ ଓଡିଶା ମାଟିରେ ଏ ଦାବିକୁ ମନା କରିଦେଲେ। ଯାହା ଓଡ଼ିଶାବାସୀଙ୍କୁ କ୍ଷୁବ୍ଧ କରିଥିବା କହିଛନ୍ତି ପ୍ରଣବ। ପ୍ରଣବ କହିଛନ୍ତି, ବିଜେପି ନିର୍ବାଚନୀ ଇସ୍ତାହାରରେ ଓଡିଶାକୁ ସ୍ୱତନ୍ତ୍ର ରାଜ୍ୟ ମାନ୍ୟତା ମିଳିବ ବୋଲି ଆପଣ ରାଜ୍ୟବାସୀଙ୍କୁ ପ୍ରତିଶ୍ରୁତି ଦେଇଥିଲେ। କିନ୍ତୁ ବିଡ଼ମ୍ବନା ହେଲା, ମାନ୍ୟବର କେନ୍ଦ୍ର ଅର୍ଥମନ୍ତ୍ରୀ ଓଡ଼ିଶା ମାଟିରେ ଠିଆ ହୋଇ ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ମାନ୍ୟତା ଦେବାକୁ ରୋକଠୋକ୍ ମନା କରିଦେଲେ। ଏହା ଓଡ଼ିଶାବାସୀଙ୍କୁ ଚକିତ ଏବଂ କ୍ଷୁବ୍ଧ କରିଛି।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର ଓ ଦତ୍ତେଶ୍ବର ହୋତା

ଓଡ଼ିଶା ବିଜେପିକୁ ମୁଁ ଆହ୍ଵାନ ଦେବାକୁ ଚାହେଁ, ରାଜ୍ୟବାସୀ ଆପଣଙ୍କୁ ଆଠ ଜଣ ସାଂସଦ ଦେଇଛନ୍ତି। ଓଡ଼ିଶାରୁ ତିନିଜଣ କେନ୍ଦ୍ରମନ୍ତ୍ରୀ ବି ଅଛନ୍ତି। ତେଣୁ ରାଜ୍ୟବାସୀଙ୍କୁ ଦେଇଥିବା ପ୍ରତିଶ୍ରୁତି ପାଳନ କରନ୍ତୁ। ମାଟି ପାଇଁ ପାର୍ଟି ଆଗରେ ମୁଣ୍ଡ ନ ନୁଆଁଇ ଓଡ଼ିଶାର ହକ୍ ପାଇଁ ଲଢ଼ନ୍ତୁ। ପ୍ରତିଶ୍ରୁତି ଦେଇ ଧୋକା ଦେଲେ, ଓଡ଼ିଶାବାସୀ ଆପଣଙ୍କୁ କେବେ କ୍ଷମା ଦେବେ ନାହିଁ। କେନ୍ଦ୍ର ସରକାର ଭଲ ଭାବରେ ଜାଣନ୍ତି- ବାତ୍ୟା, ବନ୍ୟା, ମରୁଡ଼ି ଭଳି ପ୍ରାକୃତ୍ରିକ ବିପର୍ଯ୍ୟୟ ଓଡ଼ିଶାର ଚିର ସହଚର ସାଜିଥିବାରୁ ପ୍ରତିବର୍ଷ ଓଡ଼ିଶାବାସୀ ପ୍ରଭୂତ କ୍ଷତି ସହି ଆସୁଛନ୍ତି। ସେ ଦୃଷ୍ଟିରୁ ସ୍ଵତନ୍ତ୍ର ରାଜ୍ୟ ମାନ୍ୟତା ପାଇବା ଆମର ହକ୍। ଏହା ହାସଲ କରିବା ଲାଗି ବିଜୁ ଜନତା ଦଳ ଯେଉଁ ସଂଗ୍ରାମ ଜାରି ରଖିଛି, ଆଗାମୀ ଦିନରେ ତାକୁ ଆହୁରି ଶାଣିତ କରିବ ବୋଲି ଟ୍ୱିଟ କରି କହିଛନ୍ତି ବିଜେଡି ସାଙ୍ଗଠନିକ ସମ୍ପାଦକ।

ଆହୁରି ପଢ଼ନ୍ତୁ: ପ୍ରକାଶ ପାଇଲା UPSC ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ, ଅନୁଜ ଅଗ୍ନିହୋତ୍ରୀ ଟପ୍ପର

18 Feb 2023 By The Sakala

ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତାକୁ ଅର୍ଥମନ୍ତ୍ରୀଙ୍କ “ ନା ”, ବିଜେପିକୁ ଟାର୍ଗେଟ କଲେ ପ୍ରଣବ ପ୍ରକାଶ

ଭୁବନେଶ୍ୱର: ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ପ୍ରସଙ୍ଗରେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ପ୍ରତିକ୍ରିୟା। ବିଜେପିକୁ ଟାର୍ଗେଟ କଲେ ପ୍ରଣବ ପ୍ରକାଶ ଦାସ। ଇସ୍ତାହାରରେ ଓଡିଶାକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା କଥା ଦଳ ଲେଖିଥିଲା। ଧର୍ମେନ୍ଦ୍ର ପ୍ରଧାନ ଉନ୍ମୋଚନ କରିଥିଲେ। କିନ୍ତୁ କେନ୍ଦ୍ର ଅର୍ଥମନ୍ତ୍ରୀ ଓଡିଶା ମାଟିରେ ଏ ଦାବିକୁ ମନା କରିଦେଲେ। ଯାହା ଓଡ଼ିଶାବାସୀଙ୍କୁ କ୍ଷୁବ୍ଧ କରିଥିବା କହିଛନ୍ତି ପ୍ରଣବ। ପ୍ରଣବ କହିଛନ୍ତି, ବିଜେପି ନିର୍ବାଚନୀ ଇସ୍ତାହାରରେ ଓଡିଶାକୁ ସ୍ୱତନ୍ତ୍ର ରାଜ୍ୟ ମାନ୍ୟତା ମିଳିବ ବୋଲି ଆପଣ ରାଜ୍ୟବାସୀଙ୍କୁ ପ୍ରତିଶ୍ରୁତି ଦେଇଥିଲେ। କିନ୍ତୁ ବିଡ଼ମ୍ବନା ହେଲା, ମାନ୍ୟବର କେନ୍ଦ୍ର ଅର୍ଥମନ୍ତ୍ରୀ ଓଡ଼ିଶା ମାଟିରେ ଠିଆ ହୋଇ ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ମାନ୍ୟତା ଦେବାକୁ ରୋକଠୋକ୍ ମନା କରିଦେଲେ। ଏହା ଓଡ଼ିଶାବାସୀଙ୍କୁ ଚକିତ ଏବଂ କ୍ଷୁବ୍ଧ କରିଛି।

ଓଡ଼ିଶା ବିଜେପିକୁ ମୁଁ ଆହ୍ଵାନ ଦେବାକୁ ଚାହେଁ, ରାଜ୍ୟବାସୀ ଆପଣଙ୍କୁ ଆଠ ଜଣ ସାଂସଦ ଦେଇଛନ୍ତି। ଓଡ଼ିଶାରୁ ତିନିଜଣ କେନ୍ଦ୍ରମନ୍ତ୍ରୀ ବି ଅଛନ୍ତି। ତେଣୁ ରାଜ୍ୟବାସୀଙ୍କୁ ଦେଇଥିବା ପ୍ରତିଶ୍ରୁତି ପାଳନ କରନ୍ତୁ। ମାଟି ପାଇଁ ପାର୍ଟି ଆଗରେ ମୁଣ୍ଡ ନ ନୁଆଁଇ ଓଡ଼ିଶାର ହକ୍ ପାଇଁ ଲଢ଼ନ୍ତୁ। ପ୍ରତିଶ୍ରୁତି ଦେଇ ଧୋକା ଦେଲେ, ଓଡ଼ିଶାବାସୀ ଆପଣଙ୍କୁ କେବେ କ୍ଷମା ଦେବେ ନାହିଁ। କେନ୍ଦ୍ର ସରକାର ଭଲ ଭାବରେ ଜାଣନ୍ତି- ବାତ୍ୟା, ବନ୍ୟା, ମରୁଡ଼ି ଭଳି ପ୍ରାକୃତ୍ରିକ ବିପର୍ଯ୍ୟୟ ଓଡ଼ିଶାର ଚିର ସହଚର ସାଜିଥିବାରୁ ପ୍ରତିବର୍ଷ ଓଡ଼ିଶାବାସୀ ପ୍ରଭୂତ କ୍ଷତି ସହି ଆସୁଛନ୍ତି। ସେ ଦୃଷ୍ଟିରୁ ସ୍ଵତନ୍ତ୍ର ରାଜ୍ୟ ମାନ୍ୟତା ପାଇବା ଆମର ହକ୍। ଏହା ହାସଲ କରିବା ଲାଗି ବିଜୁ ଜନତା ଦଳ ଯେଉଁ ସଂଗ୍ରାମ ଜାରି ରଖିଛି, ଆଗାମୀ ଦିନରେ ତାକୁ ଆହୁରି ଶାଣିତ କରିବ ବୋଲି ଟ୍ୱିଟ କରି କହିଛନ୍ତି ବିଜେଡି ସାଙ୍ଗଠନିକ ସମ୍ପାଦକ।

https://www.thesakala.in/latest-odisha-news/pranab-prakash-targets-bjp-as-finance-ministers-no-to-special-state-status/article-19071
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର