ନବ ଦାସଙ୍କ ହତ୍ୟା ଘଟଣାର ଖୋଳତାଡ କରିବ ଆମେରିକାର ତଦନ୍ତକାରୀ ସଂସ୍ଥା FBI, ତଦନ୍ତର କୌଣସି ଦିଗକୁ ବି ଛଡ଼ା ଯିବନାହିଁ: ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର : ପୂର୍ବତନ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ଘଟଣାକୁ ରାଜ୍ୟ ସରକାର ଯଥେଷ୍ଟ ଗୁରୁତ୍ୱ ଦେଇଛନ୍ତି । ଏହାର ବିଧିବଦ୍ଧ ତଦନ୍ତ କରାଉଛନ୍ତି। ମାନ୍ୟବର ହାଇକୋର୍ଟ ଏହି ମାମଲାର ତଦନ୍ତ ଉପରେ ନଜର ରଖିବା ପାଇଁ ଅବସରପ୍ରାପ୍ତ ହାଇକୋର୍ଟର ଜଣେ ଜଜ୍ ନିଯୁକ୍ତ କରିବା ପରେ ପୁରା ପୁଲିସର ତଦନ୍ତ ନ୍ୟାୟିକ ତଦାରଖ କରାଯାଉଛି। ତେବେ ରାଜ୍ୟର ବିରୋଧୀ ଦଳ ଏଭଳି ଏକ ସମ୍ବେଦନଶୀଳ ମାମଲାକୁ ନେଇ ଗତ କିଛି ଦିନ ହେବ […]

ଭୁବନେଶ୍ବର : ପୂର୍ବତନ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ଘଟଣାକୁ ରାଜ୍ୟ ସରକାର ଯଥେଷ୍ଟ ଗୁରୁତ୍ୱ ଦେଇଛନ୍ତି । ଏହାର ବିଧିବଦ୍ଧ ତଦନ୍ତ କରାଉଛନ୍ତି। ମାନ୍ୟବର ହାଇକୋର୍ଟ ଏହି ମାମଲାର ତଦନ୍ତ ଉପରେ ନଜର ରଖିବା ପାଇଁ ଅବସରପ୍ରାପ୍ତ ହାଇକୋର୍ଟର ଜଣେ ଜଜ୍ ନିଯୁକ୍ତ କରିବା ପରେ ପୁରା ପୁଲିସର ତଦନ୍ତ ନ୍ୟାୟିକ ତଦାରଖ କରାଯାଉଛି। ତେବେ ରାଜ୍ୟର ବିରୋଧୀ ଦଳ ଏଭଳି ଏକ ସମ୍ବେଦନଶୀଳ ମାମଲାକୁ ନେଇ ଗତ କିଛି ଦିନ ହେବ ରାଜନୀତିର ରୁଟି ସେକୁଥିବା ବେଳେ, ଆଜି, ଏନେଇ ବିଧାନସଭାରେ ନିଜ ବିବୃତ୍ତି ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନିଜ ବିବୃତିରେ ନବ ଦାସ ହତ୍ୟାକାଣ୍ଡ ପରେ ରାଜ୍ୟ ସରକାର ଏହାର ତଦନ୍ତ କ୍ଷେତ୍ରରେ ଏଯାବତ୍ ଗ୍ରହଣ କରିଥିବା ସମସ୍ତ ପଦକ୍ଷେପ ସଂପର୍କରେ ଗୃହକୁ ଅବଗତ କରିଛନ୍ତି ମୁଖ୍ୟମନ୍ତ୍ରୀ।

ଆହୁରି ପଢ଼ନ୍ତୁ: ଚମକିବ କାଳିଆର ଶ୍ରୀମୁଖ: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ଜାଣନ୍ତୁ କେତେବେଳେ ବନ୍ଦ ରହିବ ଦର୍ଶନ

ମୁଖ୍ୟମନ୍ତ୍ରୀ କହିଛନ୍ତି ଏହି ଘଟଣାଟି ଏକ ଅତ୍ୟନ୍ତ ସମ୍ବେଦନଶୀଳ ଘଟଣା ହୋଇଥିବାରୁ ଏହାର ତଦନ୍ତ ଦାୟିତ୍ବ ତୁରନ୍ତ କ୍ରାଇମ ବ୍ରାଞ୍ଚକୁ ଅର୍ପଣ କରାଯାଇଥିଲା । ତଦନ୍ତରେ ସ୍ବଚ୍ଛତାକୁ ସୁନିଶ୍ଚିତ କରିବା ପାଇଁ ମୋ ସରକାର ମାନ୍ୟବର ହାଇକୋର୍ଟଙ୍କୁ ଜଣେ କାର୍ଯ୍ୟରତ/ଅବସରପ୍ରାପ୍ତ ହାଇକୋର୍ଟ ଜଜ୍‌ଙ୍କୁ ମନୋନୀତ କରି ଏହି କେସ୍‌ର ତଦନ୍ତ କାର୍ଯ୍ୟ ତଦାରଖ କରିବା ପାଇଁ ଅନୁରୋଧ କରିଥିଲେ । ମାନ୍ୟବର ହାଇକୋର୍ଟ ଏହି ତଦନ୍ତ କାର୍ଯ୍ୟ ତଦାରଖ କରିବା ପାଇଁ ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ଜେ.ପି ଦାସଙ୍କୁ ମନୋନୀତ କରିଛନ୍ତି । ଏହି ଘଟଣାର ପୁଙ୍ଖାନୁପୁଙ୍ଖ ତଥା ବୈ‌ଜ୍ଞାନିକ ଅନୁସଂଧାନ କରି ସତ୍ୟକୁ ସାବ୍ୟସ୍ତ କରିବା ପାଇଁ କ୍ରାଇମ ବ୍ରାଞ୍ଚକୁ ନିର୍ଦ୍ଦେଶ ଦିଆଯାଇଛି । କ୍ରାଇମବ୍ରାଞ୍ଚ ଏଥିନିମନ୍ତେ ଦେଶର ଶ୍ରେଷ୍ଠ ଫୋରେନସିକ ବିଶେଷଜ୍ଞ ମାନଙ୍କର ସହାୟତା ନେଇଛନ୍ତି । ରାଜ୍ୟ ଫୋରେନସିକ ସାଇନ୍‌ସ ଲାବୋରେଟୋରୀ, ନୂଆଦିଲ୍ଲୀସ୍ଥିତ କେନ୍ଦ୍ର ଫୋରେନସିକ ଲାବୋରେଟୋରୀ ଏବଂ ଗାନ୍ଧୀନଗରସ୍ଥିତ ଗୁଜୁରାଟ ରାଜ୍ୟ ଫୋରେନସିକ ସାଇନ୍‌ସ ଲାବୋରେଟୋରୀ ଏ ଦିଗରେ ରାଜ୍ୟ କ୍ରାଇମ ବ୍ରାଞ୍ଚକୁ ସହାୟତା କରୁଛନ୍ତି ।

ଆହୁରି ପଢ଼ନ୍ତୁ: ଆଜି T-20 ବିଶ୍ଵକପର ଦ୍ଵିତୀୟ ସେମିଫାଇନାଲ: ଫାଇନାଲ ଟିକେଟ ପାଇଁ ମୁହାଁମୁହିଁ ହେବେ ଭାରତ-ଇଂଲଣ୍ଡ

ସାକ୍ଷୀ ମାନଙ୍କର ବକ୍ତବ୍ୟ ତଥା ଅଭିଯୁକ୍ତର ଜେରାକୁ ଭିତ୍ତିକରି ଗୋପାଳ ଦାସର ମାନସିକ ଅବସ୍ଥାର ଅନୁଶୀଳନ ଏକ ୪ ଜଣିଆ ମାନସିକରୋଗ ବିଶେଷଜ୍ଞ ବୋର୍ଡଙ୍କ ଦ୍ବାରା କରାଯାଇଅଛି। ଏତଦ୍‌ବ୍ୟତୀତ ଅଭିଯୁକ୍ତ ସତ କହୁଛି କି ପ୍ରତାରଣା କରୁଛି, ତାକୁ ପରୀକ୍ଷା କରିବା ପାଇଁ ତାର Forensic Psychological Assessment ଏବଂ Layered voice Analysis Test ନୂଆଦିଲ୍ଲୀ କେନ୍ଦ୍ରୀୟ Forensic Science Laboratoryର ବିଶେଷଜ୍ଞମାନଙ୍କ ଦ୍ବାରା କରାଯାଇଅଛି । ଅଭିଯୁକ୍ତ ଠାରୁ ସତ୍ୟ କାଢିବା ତଥା ଅଧିକ ତଥ୍ୟ ବାହାର କରିବାପାଇଁ ଗୁଜୁରାଟ ଗାନ୍ଧିନଗରରେ ରାଜ୍ୟ ଫରେନସିକ୍‌ ଲ୍ୟାବରେ ବିଶେଷଜ୍ଞଙ୍କ ଦ୍ବାରା  ଗାନ୍ଧିନଗର କରାଯାଇଅଛି । ହତ୍ୟା କାଣ୍ଡର ପକୃତ ସତ୍ୟାସତ୍ୟ ଜାଣିବା ପାଇଁ ସମସ୍ତ ସମ୍ଭାବ୍ୟ ପଦକ୍ଷେପ ଗ୍ରହଣ କରାଯିବା ସହିତ ଶ୍ରେଷ୍ଠ ବିଶେଷଜ୍ଞ ମାନଙ୍କ ପରାମର୍ଶ ମଧ୍ୟ ନିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଆହୁରି ପଢ଼ନ୍ତୁ: ଭାରତର ଏହି ରାଜ୍ୟରେ ୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍...

ତଦନ୍ତରେ ଏଫବିଆଇର ସହାୟତା ନେବ କ୍ରାଇମବ୍ରାଞ୍ଚ

ନବ ଦାସ ହତ୍ୟାକାଣ୍ଡର ତଦନ୍ତ ଲାଗି ଆମେରିକୀୟ ଅନୁସନ୍ଧାନକାରୀ ଏଜେନ୍ସି ଫେଡେରାଲ୍ ବ୍ୟୁରୋ ଅଫ୍ ଇନଭେଷ୍ଟିଗେସନ୍ ( ଏଫବିଆଇ)ର ସହାୟତା ନିଆଯିବ। ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ପୁଲିସ ଏଏସଆଇ ଗୋପାଳ ଦାସର ମାନସିକ ସ୍ଥିତିର ପୁଙ୍ଖାନୁପୁଙ୍ଖ ସମୀକ୍ଷା ଲାଗି ଏଫବିଆଇର ବୈଷୟିକ ସହାୟତା ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଗୃହରେ ସୂଚନା ଦେଇଛନ୍ତି।

ଏଭଳି କେସ୍‌ରେ ଅପରାଧୀର ବ୍ୟବହାରିକ ବିଶ୍ଲେଷଣ କ୍ଷେତ୍ରରେ ବିଶେଷ ଦକ୍ଷତା ଅର୍ଜନ କରିଥିବା ଯୁକ୍ତରାଷ୍ଟ୍ର ଆମେରିକାର ପ୍ରସିଦ୍ଧ ଅନୁଷ୍ଠାନ ଏଫବିଆଇର ସହାୟତା ନେବା ପାଇଁ ରାଜ୍ୟ କ୍ରାଇମବ୍ରାଞ୍ଚ ଉଦ୍ୟମ କରୁଛି। କାରଣ ଏଭଳି ସମ୍ବେଦନଶୀଳ ଅପରାଧର ତଦନ୍ତ ଲାଗି ଅପରାଧୀର ବ୍ୟାବହାରିକ ବିଶ୍ଲେଷଣ ନିମନ୍ତେ ଯେଉଁ ପାରଦର୍ଶିତା ଲୋଡା ତାହା ଏଫବି୍ଆଇ ପାଖରେ ଉପଲବ୍ଧ। ଏଣୁ ମୁଖ୍ୟ ଅଭିଯୁକ୍ତର ମାନସିକ ସ୍ଥିତିର ପ୍ରକୃଷ୍ଟ ବିଶ୍ଲେଷଣ ଲାଗି ଏଫବିଆଇର ବିହେଭି୍ଅରାଲ୍ ସପୋର୍ଟ ଟିମ୍ର ସହାୟତା ଆମକୁ ଯୋଗାଇଦେବା ଲାଗି ଆମେ କେନ୍ଦ୍ର ଗୃହ ମନ୍ତ୍ରାଳୟକୁ ଅନୁରୋଧ କରିଛୁ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ, ଏ ପ୍ରସଙ୍ଗରେ ଗୃହ ମନ୍ତ୍ରାଳୟକୁ ଅନୁରୋଧ କରାଯାଇଛି । ନବ ଦାସ ହତ୍ୟା ଘଟଣାର ତଦନ୍ତ ପାଇଁ ଯାହା ବି କିଛି ଆବଶ୍ୟକ ତାହା ନିଶ୍ଚିତ କରାଯିବ। ମୁଖ୍ୟମନ୍ତ୍ରୀ ଗୃହକୁ ପୁନଃ ପ୍ରତିଶ୍ରୁତି ଦେଇ କହିଛନ୍ତି ଯେ ଦେଶ ତଥା ଦେଶ ବାହାରର ପ୍ରତିଷ୍ଠିତ ବିଶେଷଜ୍ଞ ମାନଙ୍କ ସହାୟତା ନେଇ ଏହି କେସ୍‌ର ସଂପୂର୍ଣ୍ଣ ନିରପେକ୍ଷ ଓ ମୁକ୍ତ ତଦନ୍ତକୁ ସୁନିଶ୍ଚିତ କରିବା ପାଇଁ ଆମେ ସମସ୍ତ ପଦକ୍ଷେପ ନେବୁ। ମୋ ସରକାରର ଏକମାତ୍ର ଲକ୍ଷ୍ୟ ହେଉଛି ଏହିଭଳି ଅପରାଧ କରୁଥିବା ଅପରାଧୀମାନଙ୍କୁ ଆଇନର କାଠଗଡାକୁ ଆଣିବା ଏବଂ ସେମାନଙ୍କୁ କଠୋର ଦଣ୍ଡ ଦେବା। ଓଡିଶାବାସୀ ବାରମ୍ବାର ମୋ ଉପରେ ବିଶ୍ବାସ ରଖିଛନ୍ତି ଓ ଦାୟିତ୍ବ ଅର୍ପଣ କରିଛନ୍ତି ଏବଂ ମୁଁ ବିନା ଭୟ ବା ପକ୍ଷପାତରେ ସେମାନଙ୍କର ଏହି ଭରସାକୁ ବଜାୟ ରଖିବା ପାଇଁ କାମ କରିଚାଲିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

22 Feb 2023 By The Sakala

https://www.thesakala.in/latest-odisha-news/the-crime-branch-will-take-the-help-of-the-fbi-in-the-investigation-of-the-naba-das-murder-case/article-19191
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର