ପୁରୀ ରଥଯାତ୍ରା ଶ୍ରେଷ୍ଠ ପାର୍ବଣ ସ୍ଥଳ, କୋଣାର୍କକୁ ମିଳିଲା ଶ୍ରେଷ୍ଠ ଆଇକନିକ୍‌ ସ୍ଥଳ ପୁରସ୍କାର

The Sakala Picture
Published On

ରାଜନଗର: ନୂଆଦିଲ୍ଲୀଠାରେ ଇଣ୍ଡିଆ ଟୁଡେ ପର୍ଯ୍ୟଟନ ସମ୍ମିଳନୀରେ ଓଡ଼ିଶା ପର୍ଯ୍ୟଟନ ବିଭାଗ ୩ଟି ବର୍ଗରେ ସମ୍ମାନିତ ହୋଇଛି। ଶ୍ରେଷ୍ଠ ପାର୍ବଣ ସ୍ଥଳ ଭାବେ ପୁରୀ ରଥଯାତ୍ରା, ଶ୍ରେଷ୍ଠ ଆଇକନିକ ସ୍ଥଳ ଭାବେ କୋଣାର୍କ ଏବଂ ଶ୍ରେଷ୍ଠ ବନ୍ୟଜନ୍ତୁ ସ୍ଥଳ ଭାବେ ଭିତରକନିକାକୁ ପୁରସ୍କାର ମିଳିଛି। ବିଶ୍ୱ ପ୍ରସିଦ୍ଧ ଭିତରକନିକା ଶ୍ରେଷ୍ଠ ବନ୍ୟଜନ୍ତୁ ସ୍ଥଳ ଭାବେ ଜାତୀୟ ସ୍ତରରେ ଚୟନ ହେବା ପରେ ବିଭିନ୍ନ ମହଲରେ ଖୁସିର ଲହରି ଖେଳିଯାଇଛି। ପ୍ରକୃତିର ବିସ୍ମୟ ଭିତରକନିକା। ୬୭୨ବର୍ଗ କିମି ବ୍ୟାପ୍ତ […]

ରାଜନଗର: ନୂଆଦିଲ୍ଲୀଠାରେ ଇଣ୍ଡିଆ ଟୁଡେ ପର୍ଯ୍ୟଟନ ସମ୍ମିଳନୀରେ ଓଡ଼ିଶା ପର୍ଯ୍ୟଟନ ବିଭାଗ ୩ଟି ବର୍ଗରେ ସମ୍ମାନିତ ହୋଇଛି। ଶ୍ରେଷ୍ଠ ପାର୍ବଣ ସ୍ଥଳ ଭାବେ ପୁରୀ ରଥଯାତ୍ରା, ଶ୍ରେଷ୍ଠ ଆଇକନିକ ସ୍ଥଳ ଭାବେ କୋଣାର୍କ ଏବଂ ଶ୍ରେଷ୍ଠ ବନ୍ୟଜନ୍ତୁ ସ୍ଥଳ ଭାବେ ଭିତରକନିକାକୁ ପୁରସ୍କାର ମିଳିଛି। ବିଶ୍ୱ ପ୍ରସିଦ୍ଧ ଭିତରକନିକା ଶ୍ରେଷ୍ଠ ବନ୍ୟଜନ୍ତୁ ସ୍ଥଳ ଭାବେ ଜାତୀୟ ସ୍ତରରେ ଚୟନ ହେବା ପରେ ବିଭିନ୍ନ ମହଲରେ ଖୁସିର ଲହରି ଖେଳିଯାଇଛି।

ଆହୁରି ପଢ଼ନ୍ତୁ: ଫାଇଲିନ ଘରେ ଚାଲିଛି ମଦ ଦୋକାନ: କୃଷ୍ଣପ୍ରସାଦ ତହସିଲଦାରଙ୍କୁ ଘେରିଲେ ମହିଳା ସଂଘ

ପ୍ରକୃତିର ବିସ୍ମୟ ଭିତରକନିକା। ୬୭୨ବର୍ଗ କିମି ବ୍ୟାପ୍ତ ଭିତରକନିକା ଅଭୟାର୍ୟଣ ଓ ୧୪୫ ବର୍ଗ କିମି ବିଶିଷ୍ଟ ଭିତରକନିକା ଜାତୀୟ ଉଦ୍ୟାନର ଜୈବ ବିବିଧତା ପ୍ରକୃତିପ୍ରେମୀ, ପରିବେଶବିତ୍‌‌, ଜୀବ ବିଜ୍ଞାନୀ, ପକ୍ଷୀ ବିଷାରଦଙ୍କୁ ଆକୃଷ୍ଟ କରିଆସିଛି। ଜୈବ ବିବିଧତା ପାଇଁ ଭିତରକନିକାକୁ ଆନ୍ତର୍ଜାତିକ ରାମସାର ସାଇଟର ମାନ୍ୟତା ମିଳିଛି। ଭାରତରେ ଥିବା ପ୍ରାକୃତିକ ପରିବେଶ ସ୍ଥଳ ମଧ୍ୟରେ ଭିତରକନିକା ଜାତୀୟ ସ୍ତରରେ ଶ୍ରେଷ୍ଠ ଭାବେ ବିବେଚିତ ହୋଇଛି। ବଙ୍ଗୋପସାଗର ତଟବତ୍ତୀ ବ୍ରାହ୍ମଣୀ, ବୈତରଣୀ ଏବଂ ଖରସ୍ରୋତା ତ୍ରିକୋଣ ଭୂମିରେ ପ୍ରକୃତିର ଗନ୍ତାଘର ବିଶ୍ୱପ୍ରସିଦ୍ଧ ଭିତରକନିକାର ଜୈବ ବିବିଧତା ଏବଂ ଭାରତର ଦ୍ୱିତୀୟ ବୃହତ୍ତମ ଲୁଣା ଜଙ୍ଗଲ ସାଙ୍ଗକୁ ଏହାର ପ୍ରାକୃତିକ ବିଭବ ସବୁବେଳେ ଦେଶ ବିଦେଶର ପର୍ଯ୍ୟଟକଙ୍କୁ ଆକର୍ଷିତ କରି ଆସିଛି। ଏହାସହିତ ଭିତରକନିକାରେ ପ୍ରବାହିତ ନଦୀ ନାଳରେ ପ୍ରାକୃତିକ ଭାବେ ବସବାସ କରୁଥିବା ବଉଳା କୁମ୍ଭୀର, ବିଶେଷକରି ଏଥିରେ ବସବାସ କରୁଥିବା ଶଙ୍ଖୁଆ ଧଳା କୁମ୍ଭୀର ପର୍ଯ୍ୟଟକ ଓ ଗବେଷକଙ୍କୁ ଆନମନା କରେ। ଏହାସହ ଗହୀରମଥାର ଅଲିଭ ରିଡଲେ କଇଁଛଙ୍କ ଲୀଳାଖେଳା ଓ ସମୂହ ଅଣ୍ଡାଦାନ ପକ୍ରିୟା ସମଗ୍ର ବିଶ୍ୱରେ ବିରଳ।

ଆହୁରି ପଢ଼ନ୍ତୁ: ମିଠା କିଣାକୁ ନେଇ ବଚସା; ରାଜଧାନୀରେ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ

27 Feb 2023 By The Sakala

ପୁରୀ ରଥଯାତ୍ରା ଶ୍ରେଷ୍ଠ ପାର୍ବଣ ସ୍ଥଳ, କୋଣାର୍କକୁ ମିଳିଲା ଶ୍ରେଷ୍ଠ ଆଇକନିକ୍‌ ସ୍ଥଳ ପୁରସ୍କାର

ରାଜନଗର: ନୂଆଦିଲ୍ଲୀଠାରେ ଇଣ୍ଡିଆ ଟୁଡେ ପର୍ଯ୍ୟଟନ ସମ୍ମିଳନୀରେ ଓଡ଼ିଶା ପର୍ଯ୍ୟଟନ ବିଭାଗ ୩ଟି ବର୍ଗରେ ସମ୍ମାନିତ ହୋଇଛି। ଶ୍ରେଷ୍ଠ ପାର୍ବଣ ସ୍ଥଳ ଭାବେ ପୁରୀ ରଥଯାତ୍ରା, ଶ୍ରେଷ୍ଠ ଆଇକନିକ ସ୍ଥଳ ଭାବେ କୋଣାର୍କ ଏବଂ ଶ୍ରେଷ୍ଠ ବନ୍ୟଜନ୍ତୁ ସ୍ଥଳ ଭାବେ ଭିତରକନିକାକୁ ପୁରସ୍କାର ମିଳିଛି। ବିଶ୍ୱ ପ୍ରସିଦ୍ଧ ଭିତରକନିକା ଶ୍ରେଷ୍ଠ ବନ୍ୟଜନ୍ତୁ ସ୍ଥଳ ଭାବେ ଜାତୀୟ ସ୍ତରରେ ଚୟନ ହେବା ପରେ ବିଭିନ୍ନ ମହଲରେ ଖୁସିର ଲହରି ଖେଳିଯାଇଛି।

ପ୍ରକୃତିର ବିସ୍ମୟ ଭିତରକନିକା। ୬୭୨ବର୍ଗ କିମି ବ୍ୟାପ୍ତ ଭିତରକନିକା ଅଭୟାର୍ୟଣ ଓ ୧୪୫ ବର୍ଗ କିମି ବିଶିଷ୍ଟ ଭିତରକନିକା ଜାତୀୟ ଉଦ୍ୟାନର ଜୈବ ବିବିଧତା ପ୍ରକୃତିପ୍ରେମୀ, ପରିବେଶବିତ୍‌‌, ଜୀବ ବିଜ୍ଞାନୀ, ପକ୍ଷୀ ବିଷାରଦଙ୍କୁ ଆକୃଷ୍ଟ କରିଆସିଛି। ଜୈବ ବିବିଧତା ପାଇଁ ଭିତରକନିକାକୁ ଆନ୍ତର୍ଜାତିକ ରାମସାର ସାଇଟର ମାନ୍ୟତା ମିଳିଛି। ଭାରତରେ ଥିବା ପ୍ରାକୃତିକ ପରିବେଶ ସ୍ଥଳ ମଧ୍ୟରେ ଭିତରକନିକା ଜାତୀୟ ସ୍ତରରେ ଶ୍ରେଷ୍ଠ ଭାବେ ବିବେଚିତ ହୋଇଛି। ବଙ୍ଗୋପସାଗର ତଟବତ୍ତୀ ବ୍ରାହ୍ମଣୀ, ବୈତରଣୀ ଏବଂ ଖରସ୍ରୋତା ତ୍ରିକୋଣ ଭୂମିରେ ପ୍ରକୃତିର ଗନ୍ତାଘର ବିଶ୍ୱପ୍ରସିଦ୍ଧ ଭିତରକନିକାର ଜୈବ ବିବିଧତା ଏବଂ ଭାରତର ଦ୍ୱିତୀୟ ବୃହତ୍ତମ ଲୁଣା ଜଙ୍ଗଲ ସାଙ୍ଗକୁ ଏହାର ପ୍ରାକୃତିକ ବିଭବ ସବୁବେଳେ ଦେଶ ବିଦେଶର ପର୍ଯ୍ୟଟକଙ୍କୁ ଆକର୍ଷିତ କରି ଆସିଛି। ଏହାସହିତ ଭିତରକନିକାରେ ପ୍ରବାହିତ ନଦୀ ନାଳରେ ପ୍ରାକୃତିକ ଭାବେ ବସବାସ କରୁଥିବା ବଉଳା କୁମ୍ଭୀର, ବିଶେଷକରି ଏଥିରେ ବସବାସ କରୁଥିବା ଶଙ୍ଖୁଆ ଧଳା କୁମ୍ଭୀର ପର୍ଯ୍ୟଟକ ଓ ଗବେଷକଙ୍କୁ ଆନମନା କରେ। ଏହାସହ ଗହୀରମଥାର ଅଲିଭ ରିଡଲେ କଇଁଛଙ୍କ ଲୀଳାଖେଳା ଓ ସମୂହ ଅଣ୍ଡାଦାନ ପକ୍ରିୟା ସମଗ୍ର ବିଶ୍ୱରେ ବିରଳ।

https://www.thesakala.in/latest-odisha-news/odisha-tourism-department-honored-in-3-categories-at-india-today-tourism-conference/article-19355
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର