ମୁମ୍ବାଇରେ ବିଶିଷ୍ଟ ଶିଳ୍ପପତି ମୁକେଶ ଅମ୍ବାନୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

The Sakala Picture
Published On

ମୁମ୍ବାଇ: ବିଶିଷ୍ଟ ଶିଳ୍ପପତି ତଥା ରିଲାୟନ୍ସ ଗ୍ରୁପର ମୁଖ୍ୟ ମୁକେଶ ଅମ୍ବାନୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁମ୍ବାଇରେ ମୁକେଶ ଅମ୍ବାନୀ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମଧ୍ୟରେ ସାକ୍ଷାତ ହୋଇଛି । ଓଡ଼ିଶା ନିବେଶର ଉପଯୁକ୍ତ ସ୍ଥାନ ବୋଲି କହିଛନ୍ତି ମୁକେଶ ଅମ୍ବାନୀ । ଆଗାମୀ ଦିନରେ ରିଲାୟନ୍ସ ଗ୍ରୁପ ଓଡିଶାରେ ନିବେଶ କରିବେ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ଆଲୋଚନାରେ ଓଡିଶାରେ ମୁକେଶ ଆମ୍ବାନୀ ନିବେଶ କରିବା ନେଇ […]

ମୁମ୍ବାଇ: ବିଶିଷ୍ଟ ଶିଳ୍ପପତି ତଥା ରିଲାୟନ୍ସ ଗ୍ରୁପର ମୁଖ୍ୟ ମୁକେଶ ଅମ୍ବାନୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁମ୍ବାଇରେ ମୁକେଶ ଅମ୍ବାନୀ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମଧ୍ୟରେ ସାକ୍ଷାତ ହୋଇଛି । ଓଡ଼ିଶା ନିବେଶର ଉପଯୁକ୍ତ ସ୍ଥାନ ବୋଲି କହିଛନ୍ତି ମୁକେଶ ଅମ୍ବାନୀ । ଆଗାମୀ ଦିନରେ ରିଲାୟନ୍ସ ଗ୍ରୁପ ଓଡିଶାରେ ନିବେଶ କରିବେ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ଆଲୋଚନାରେ ଓଡିଶାରେ ମୁକେଶ ଆମ୍ବାନୀ ନିବେଶ କରିବା ନେଇ ଆଗ୍ରହ ପ୍ରକାଶ କରିଛନ୍ତି ଏବଂ ରାଜ୍ୟ ସରକାରଙ୍କ ଉଦ୍ୟମକୁ ପ୍ରଶଂସା କରିଛନ୍ତି ।

ଆହୁରି ପଢ଼ନ୍ତୁ: ଅସୁରକ୍ଷିତ ରାଜଧାନୀ: ଡେଲିଭରୀ ବୟଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ

ସୂଚନାଯୋଗ୍ୟ, ଆଜିଠୁ ଦୁଇ ଦିନିଆ ମୁମ୍ବାଇ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କ୍ରୀଡ଼ାର ବିକାଶରେ ଓଡ଼ିଶାର ଅବଦାନ ପାଇଁ ସମ୍ମାନିତ ହେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କ୍ରୀଡ଼ାର ପ୍ରୋତ୍ସାହନ ଓ ପ୍ରଚାର ପ୍ରସାର ଦିଗରେ ଯେଉଁଭଳି ଅଗ୍ରଗତି ଘଟିଛି ତାହା ଉଲ୍ଲେଖନୀୟ । ଅନ୍ୟ ରାଜ୍ୟ ପାଇଁ ଓଡ଼ିଶା ପାଲଟିଛି ଉଦାହରଣ । କ୍ରୀଡ଼ାଠାରୁ କ୍ରୀଡାବିତ ସଭିଙ୍କ ବିକାଶ ଦିଗରେ ଓଡିଶା ପାଲଟିଛି ରୋଲ ମଡେଲ । ହକି ବିଶ୍ୱକପ ଠାରୁ ବିଭିନ୍ନ କ୍ରୀଡାର କ୍ୟାପିଟାଲ ଏବେ ଓଡିଶା । କ୍ରୀଡା କ୍ଷେତ୍ରରେ ବୈପ୍ଲବିକ ପରିବର୍ତ୍ତନ ପାଇଁ ଓଡିଶା ସାଜିଛି ଉଦାହରଣ । ସମସ୍ତ ଦୃଷ୍ଟିକୋଣକୁ ପରିଲିଖିତ କରି ସ୍ପୋର୍ଟ୍ସ ଷ୍ଟାର ପକ୍ଷରୁ ଓଡିଶାକୁ ମିଳିବାକୁ ଯାଉଛି ଏହି ସମ୍ମାନ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଉକ୍ତ ଅନୁଷ୍ଠାନ ପୁରସ୍କାର ପ୍ରଦାନ କରିବାର କାର୍ଯ୍ୟକ୍ରମ ରହିଛି । ଏକ ଭବ୍ୟ ଉତ୍ସବରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ITDA ବାଲିଗୁଡ଼ା ସହକାରୀ ନିର୍ବାହୀ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଚଢ଼ାଉ

27 Feb 2023 By The Sakala

ମୁମ୍ବାଇରେ ବିଶିଷ୍ଟ ଶିଳ୍ପପତି ମୁକେଶ ଅମ୍ବାନୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ମୁମ୍ବାଇ: ବିଶିଷ୍ଟ ଶିଳ୍ପପତି ତଥା ରିଲାୟନ୍ସ ଗ୍ରୁପର ମୁଖ୍ୟ ମୁକେଶ ଅମ୍ବାନୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁମ୍ବାଇରେ ମୁକେଶ ଅମ୍ବାନୀ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମଧ୍ୟରେ ସାକ୍ଷାତ ହୋଇଛି । ଓଡ଼ିଶା ନିବେଶର ଉପଯୁକ୍ତ ସ୍ଥାନ ବୋଲି କହିଛନ୍ତି ମୁକେଶ ଅମ୍ବାନୀ । ଆଗାମୀ ଦିନରେ ରିଲାୟନ୍ସ ଗ୍ରୁପ ଓଡିଶାରେ ନିବେଶ କରିବେ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ଆଲୋଚନାରେ ଓଡିଶାରେ ମୁକେଶ ଆମ୍ବାନୀ ନିବେଶ କରିବା ନେଇ ଆଗ୍ରହ ପ୍ରକାଶ କରିଛନ୍ତି ଏବଂ ରାଜ୍ୟ ସରକାରଙ୍କ ଉଦ୍ୟମକୁ ପ୍ରଶଂସା କରିଛନ୍ତି ।

ସୂଚନାଯୋଗ୍ୟ, ଆଜିଠୁ ଦୁଇ ଦିନିଆ ମୁମ୍ବାଇ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କ୍ରୀଡ଼ାର ବିକାଶରେ ଓଡ଼ିଶାର ଅବଦାନ ପାଇଁ ସମ୍ମାନିତ ହେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କ୍ରୀଡ଼ାର ପ୍ରୋତ୍ସାହନ ଓ ପ୍ରଚାର ପ୍ରସାର ଦିଗରେ ଯେଉଁଭଳି ଅଗ୍ରଗତି ଘଟିଛି ତାହା ଉଲ୍ଲେଖନୀୟ । ଅନ୍ୟ ରାଜ୍ୟ ପାଇଁ ଓଡ଼ିଶା ପାଲଟିଛି ଉଦାହରଣ । କ୍ରୀଡ଼ାଠାରୁ କ୍ରୀଡାବିତ ସଭିଙ୍କ ବିକାଶ ଦିଗରେ ଓଡିଶା ପାଲଟିଛି ରୋଲ ମଡେଲ । ହକି ବିଶ୍ୱକପ ଠାରୁ ବିଭିନ୍ନ କ୍ରୀଡାର କ୍ୟାପିଟାଲ ଏବେ ଓଡିଶା । କ୍ରୀଡା କ୍ଷେତ୍ରରେ ବୈପ୍ଲବିକ ପରିବର୍ତ୍ତନ ପାଇଁ ଓଡିଶା ସାଜିଛି ଉଦାହରଣ । ସମସ୍ତ ଦୃଷ୍ଟିକୋଣକୁ ପରିଲିଖିତ କରି ସ୍ପୋର୍ଟ୍ସ ଷ୍ଟାର ପକ୍ଷରୁ ଓଡିଶାକୁ ମିଳିବାକୁ ଯାଉଛି ଏହି ସମ୍ମାନ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଉକ୍ତ ଅନୁଷ୍ଠାନ ପୁରସ୍କାର ପ୍ରଦାନ କରିବାର କାର୍ଯ୍ୟକ୍ରମ ରହିଛି । ଏକ ଭବ୍ୟ ଉତ୍ସବରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର