ଦୋଳରେ ବର୍ଷା ସମ୍ଭାବନା

The Sakala Picture
Published On

ଭୁବନେଶ୍ୱର : ଆସନ୍ତା ୭ ତାରିଖ ଦୋଳ ପୂର୍ଣ୍ଣିମାରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ସ୍ୱଳ୍ପ ବର୍ଷା ହେବ। ପଶ୍ଚିମ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ିର ମଧ୍ୟ ହୋଇପାରେ। ପଶ୍ଚିମା ଝଡ଼ (ୱେଷ୍ଟର୍ଣ୍ଣ ଡିଷ୍ଟରବାନ୍ସ) ପ୍ରଭାବରେ ଏହି ବର୍ଷା ହେବାକୁ ଥିବା ବେଳେ ଏହାର ପ୍ରଭାବ ବୃଦ୍ଧି ହେବାର ମଧ୍ୟ ଆଶଙ୍କା ରହିଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୭ ତାରିଖରେ ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, […]

ଭୁବନେଶ୍ୱର : ଆସନ୍ତା ୭ ତାରିଖ ଦୋଳ ପୂର୍ଣ୍ଣିମାରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ସ୍ୱଳ୍ପ ବର୍ଷା ହେବ। ପଶ୍ଚିମ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ିର ମଧ୍ୟ ହୋଇପାରେ। ପଶ୍ଚିମା ଝଡ଼ (ୱେଷ୍ଟର୍ଣ୍ଣ ଡିଷ୍ଟରବାନ୍ସ) ପ୍ରଭାବରେ ଏହି ବର୍ଷା ହେବାକୁ ଥିବା ବେଳେ ଏହାର ପ୍ରଭାବ ବୃଦ୍ଧି ହେବାର ମଧ୍ୟ ଆଶଙ୍କା ରହିଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୭ ତାରିଖରେ ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ଆଶଙ୍କା ରହିଛି। ଅନ୍ୟପଟେ ଆସନ୍ତା ୫ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱାଭାବିକଠାରୁ ତାପମାତ୍ରା ଅଧିକ ରହିବ। କିଛି ସ୍ଥାନରେ ସ୍ୱାଭାବିକଠାରୁ ୨-୩ ଡିଗ୍ରୀ ସେଲସିୟସ ଅଧିକ ରହିବାର ସମ୍ଭାବନା ରହିଛି। ଗତ ୨୪ ଘଣ୍ଟାରେ ରାଜ୍ୟର ୧୦ ଟି ସ୍ଥାନରେ ତାପମାତ୍ରା ୩୭ ଡିଗ୍ରୀ କିମ୍ବା ଏହାଠାରୁ ଅଧିକ ରେକର୍ଡ କରାଯାଇଛି। ଭୁବନେଶ୍ୱର, ଝାରସୁଗୁଡ଼ା, ସମ୍ବଲପୁରରେ ତାପମାତ୍ରା ୩୭.୮ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

ଆହୁରି ପଢ଼ନ୍ତୁ: ନକଲି ଡିଇଫ ରାକେଟ୍‌ ଠାବ; ୧୮୨ ବାଲ୍ଟି ନକଲି ଡିଇଫ ସହ ଗାଡ଼ି ଓ ଉତ୍ପାଦନ ଯନ୍ତ୍ରପାତି ଜବତ, ୪ ଗିରଫ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର