ପୋଲିସ ଉପରେ ବିଜେପିର ଆକ୍ରମଣ ଘଟଣାରେ ଧର୍ମେନ୍ଦ୍ରଙ୍କୁ ପ୍ରଣବଙ୍କ ଜବାବ: ‘ଓଡ଼ିଶା ଏକ ଶାନ୍ତିପ୍ରିୟ ରାଜ୍ୟ, ଏଭଳି ଅପରାଧିକ ତତ୍ତ୍ଵକୁ ଆପଣ ନିୟନ୍ତ୍ରଣ କରନ୍ତୁ’

The Sakala Picture
Published On

ଭୁବନେଶ୍ୱର: ପୋଲିସ ଉପରେ ବିଜେପି ଯୁବ ମୋର୍ଚ୍ଚାର ଆକ୍ରମଣ ଘଟଣାରେ ପୁଣି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କରି ଟ୍ୱିଟ କଲେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ । ଟ୍ୱିଟରରେ ବିଜେପି ଯୁବ ମୋର୍ଚ୍ଚାର କର୍ମୀ ପୋଲିସକୁ ଲହୁଲୁହାଣ କରୁଥିବା ଭିଡିଓ ପୋଷ୍ଟ କରି ପ୍ରଣବ ଲେଖଛନ୍ତି, ଭାଇ, ଆପଣଙ୍କ ଦଳର ଯୁବମୋର୍ଚ୍ଚା ସଭାପତି ଈରାଶିଷ ଆଚାର୍ଯ୍ୟ ଜଣେ ହତ୍ୟା ଅଭିଯୁକ୍ତ । ଏବେ ସେ ଜାମିନରେ ଅଛନ୍ତି। ନିକଟରେ ରାଜଧାନୀରେ ବିକ୍ଷୋଭ ନାଁରେ […]

ଭୁବନେଶ୍ୱର: ପୋଲିସ ଉପରେ ବିଜେପି ଯୁବ ମୋର୍ଚ୍ଚାର ଆକ୍ରମଣ ଘଟଣାରେ ପୁଣି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କରି ଟ୍ୱିଟ କଲେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ । ଟ୍ୱିଟରରେ ବିଜେପି ଯୁବ ମୋର୍ଚ୍ଚାର କର୍ମୀ ପୋଲିସକୁ ଲହୁଲୁହାଣ କରୁଥିବା ଭିଡିଓ ପୋଷ୍ଟ କରି ପ୍ରଣବ ଲେଖଛନ୍ତି, ଭାଇ, ଆପଣଙ୍କ ଦଳର ଯୁବମୋର୍ଚ୍ଚା ସଭାପତି ଈରାଶିଷ ଆଚାର୍ଯ୍ୟ ଜଣେ ହତ୍ୟା ଅଭିଯୁକ୍ତ । ଏବେ ସେ ଜାମିନରେ ଅଛନ୍ତି। ନିକଟରେ ରାଜଧାନୀରେ ବିକ୍ଷୋଭ ନାଁରେ ତାଙ୍କ ନେତୃତ୍ଵରେ ପୁଲିସ ଉପରେ ମରଣାନ୍ତକ ଆକ୍ରମଣ ହେଲା । ଆପଣ ନିଶ୍ଚୟ ଦେଖିଥିବେ।

ଆହୁରି ପଢ଼ନ୍ତୁ: ଆସନ୍ତା ଅଗଷ୍ଟ ୩୧ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଓଡ଼ିଶା ରାଜନୀତି ପାଇଁ ଏହା ଶୁଭଙ୍କର ନୁହେଁ । ଓଡ଼ିଶାବାସୀ ଏସବୁ ଦେଖୁଛନ୍ତି। ସେଥିପାଇଁ ଗତ ପଞ୍ଚାୟତ ନିର୍ବାଚନରେ ୩୦ରୁ ୩୦ ଜିଲ୍ଲା ପରିଷଦରେ ବିଜେପିକୁ ପ୍ରତ୍ୟାଖ୍ୟାନ କଲେ। ଆମେ ଭାବିଥିଲୁ, ଦଳର ଛବି ଖରାପ କରିଥିବାରୁ ଏହି ଦୁଇ ନେତାଙ୍କ ବିରୋଧରେ ଆପଣ କିଛି କାର୍ଯ୍ୟାନୁଷ୍ଠାନ ନେବେ।

ଆହୁରି ପଢ଼ନ୍ତୁ: ଆଜି ଗୁରୁ ଦିବସ; ଭାରତୀୟ ସଂସ୍କୃତିରେ ଗୁରୁ-ଶିଷ୍ୟ ପରମ୍ପରା ଅକ୍ଷୁର୍ଣ୍ଣ ଓ ପବିତ୍ର

ମାତ୍ର ଆଜି ଓଲଟା ଦେଖିବାକୁ ମିଳିଲା। ଆପଣ ଓଡ଼ିଶାରେ ପହଞ୍ଚି ଏଭଳି ହିଂସା ପାଇଁ ସେମାନଙ୍କୁ ଉତ୍ସାହିତ କଲା ପରି କଥା କହୁଛନ୍ତି। ଆପଣଙ୍କୁ ମୋର ଅନୁରୋଧ, ଓଡ଼ିଶା ଏକ ଶାନ୍ତିପ୍ରିୟ ରାଜ୍ୟ । ଏଭଳି ଅପରାଧିକ ତତ୍ତ୍ଵକୁ ଆପଣ ନିୟନ୍ତ୍ରଣ କରନ୍ତୁ। ନହେଲେ ଭବିଷ୍ୟତରେ ଏ ଦୁଇ ନେତା ଆପଣଙ୍କୁ ଏବଂ ଆପଣଙ୍କ ଦଳକୁ ଆହୁରି ଅଧିକ ବଦନାମ କରିବେ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କହିଛନ୍ତି ପ୍ରଣବ ପ୍ରକାଶ ।

ଆହୁରି ପଢ଼ନ୍ତୁ: ରାଉରକେଲାରେ ଚାଞ୍ଚଲ୍ୟ: ଯୁବକଙ୍କ ମୁଣ୍ଡକୁ ଛେଚି ହତ୍ୟା ପରେ ଡ୍ରେନରେ ଫିଙ୍ଗିଦେଲେ ଦୁର୍ବୃତ୍ତ !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର