ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ରାଉରକେଲା ଗସ୍ତ: ୯୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ରାଉରକେଲା ଯିବେ । ଅପରାହ୍ନ ୫ଟା ୨୦ରେ ମୁଖ୍ୟମନ୍ତ୍ରୀ ରାଉରକେଲା ବିମାନବନ୍ଦରରେ ପହଞ୍ଚିବା ପରେ ୫ଟା ୩୦ ମିନିଟରେ ବିର୍ସା ମୁଣ୍ଡା ଆଥଲେଟିକ୍ ଷ୍ଟାଡିୟମକୁ ଉଦଘାଟନ କରିବେ। ଏହାସହ ଷ୍ଟାଡିୟମ ପରିସରରେ ନିର୍ମିତ ମଲଟି ଲେବୁଲ କାର୍ ପାର୍କିଙ୍ଗ ଓ ସୁଇମିଙ୍ଗ ପୁଲ କମ୍ପ୍ଲେକ୍ସ ଉଦଘାଟନ କାର୍ଯ୍ଯକ୍ରମ ରହିଛି । ଏହାସହ ରାଉରକେଲା ସହର ତଥା ସୁନ୍ଦରଗଡ଼ ଜିଲ୍ଲାରେ ୯୦୦ କୋଟି ଟଙ୍କାର ୬୦୦ରୁ ଅଧିକ ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ […]
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ରାଉରକେଲା ଯିବେ । ଅପରାହ୍ନ ୫ଟା ୨୦ରେ ମୁଖ୍ୟମନ୍ତ୍ରୀ ରାଉରକେଲା ବିମାନବନ୍ଦରରେ ପହଞ୍ଚିବା ପରେ ୫ଟା ୩୦ ମିନିଟରେ ବିର୍ସା ମୁଣ୍ଡା ଆଥଲେଟିକ୍ ଷ୍ଟାଡିୟମକୁ ଉଦଘାଟନ କରିବେ। ଏହାସହ ଷ୍ଟାଡିୟମ ପରିସରରେ ନିର୍ମିତ ମଲଟି ଲେବୁଲ କାର୍ ପାର୍କିଙ୍ଗ ଓ ସୁଇମିଙ୍ଗ ପୁଲ କମ୍ପ୍ଲେକ୍ସ ଉଦଘାଟନ କାର୍ଯ୍ଯକ୍ରମ ରହିଛି । ଏହାସହ ରାଉରକେଲା ସହର ତଥା ସୁନ୍ଦରଗଡ଼ ଜିଲ୍ଲାରେ ୯୦୦ କୋଟି ଟଙ୍କାର ୬୦୦ରୁ ଅଧିକ ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ନିର୍ମିତ ହକି ତାଲିମ କେନ୍ଦ୍ର ଉଦଘାଟନ ହେବ । ୫ଟା ୫୦ ମିନିଟରେ ୱାର୍ଲଡ କପ୍ ଭିଲେଜ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୬ଟା ୫୫ ମିନିଟରେ ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ପହଞ୍ଚି FIH ପ୍ରୋ ଲିଗ ଉଦଘାଟନୀ ଉତ୍ସବରେ ଯୋଗଦେବେ । ପରେ FIH କର୍ମକର୍ତ୍ତାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନିତ କରିବା କାର୍ଯ୍ଯକ୍ରମ ରହିଛି । ପରେ ବିର୍ସା ମୁଣ୍ଡା ହକି ଷ୍ଟାଡିୟମ୍ ବିଶ୍ଵର ସର୍ବବୃହତ ହକି ଷ୍ଟାଡିୟମ୍ ଭାବେ ଗିନିଜ୍ ବୁକ ଅଫ ୱାର୍ଲଡ ରେକର୍ଡସରେ ସ୍ଥାନ ପାଇଥିବାରୁ ମୁଖ୍ୟମନ୍ତ୍ରୀ ଏହି ରେକର୍ଡ ଗ୍ରହଣ କରିବାର କାର୍ଯ୍ଯକ୍ରମ ରହିଛି ।