୫ ବର୍ଷରେ ଆଖିବୁଜିଲେଣି ୪୧୬ ହାତୀ, ବିଧାନସଭାରେ ଉତ୍ତର ରଖିଲେ ମନ୍ତ୍ରୀ ପ୍ରଦୀପ ଅମାତ

The Sakala Picture
Published On

ଭୁବନେଶ୍ବର: ୨୦୧୭-୧୮ରୁ ୨୦୨୧-୨୨ ବର୍ଷ ମଧ୍ୟରେ ରାଜ୍ୟର ୩୯ଟି ଜଙ୍ଗଲ ଡିଭିଜନରେ ବିଭିନ୍ନ କାରଣରୁ ୪୧୬ଟି ହାତୀ ମୃତ୍ୟୁବରଣ କରିଛନ୍ତି। ଏ ନେଇ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ପ୍ରଦୀପ ଅମାତ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ପ୍ରାକୃତିକ କାରଣରୁ ୪୪ଟି ହାତୀଙ୍କର ମୃତ୍ୟୁ ହୋଇଛି। ଶିକାର ଦ୍ୱାରା ୧୦ଟି ହାତୀଙ୍କର ମୃତ୍ୟୁ ହୋଇଛି। ବିଷ ପ୍ରୟୋଗ ଦ୍ୱାରା କେବଳ ରାଉରକେଲା ଡିଭିଜନରେ ଗୋଟିଏ ହାତୀର ମୃତ୍ୟୁ ହୋଇଛି। ବିଦ୍ୟୁତ ଆଘାତରେ ୨୬ […]

ଭୁବନେଶ୍ବର: ୨୦୧୭-୧୮ରୁ ୨୦୨୧-୨୨ ବର୍ଷ ମଧ୍ୟରେ ରାଜ୍ୟର ୩୯ଟି ଜଙ୍ଗଲ ଡିଭିଜନରେ ବିଭିନ୍ନ କାରଣରୁ ୪୧୬ଟି ହାତୀ ମୃତ୍ୟୁବରଣ କରିଛନ୍ତି। ଏ ନେଇ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ପ୍ରଦୀପ ଅମାତ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ସାବଧାନ! ଶ୍ରୀମନ୍ଦିରରେ ନାହିଁ ‘ପେଡ୍‌ ଭିଆଇପି ଦର୍ଶନ’ ବ୍ୟବସ୍ଥା, ଜାଲ୍‌ ବିଜ୍ଞାପନ ବିରୋଧରେ ଏଫଆଇଆର

ସେ କହିଛନ୍ତି ଯେ, ପ୍ରାକୃତିକ କାରଣରୁ ୪୪ଟି ହାତୀଙ୍କର ମୃତ୍ୟୁ ହୋଇଛି। ଶିକାର ଦ୍ୱାରା ୧୦ଟି ହାତୀଙ୍କର ମୃତ୍ୟୁ ହୋଇଛି। ବିଷ ପ୍ରୟୋଗ ଦ୍ୱାରା କେବଳ ରାଉରକେଲା ଡିଭିଜନରେ ଗୋଟିଏ ହାତୀର ମୃତ୍ୟୁ ହୋଇଛି। ବିଦ୍ୟୁତ ଆଘାତରେ ୨୬ ହାତୀ ଆକସ୍ମିକ ଭାବେ ମୃତ୍ୟୁବରଣ କରିଛନ୍ତି। ବିଦ୍ୟୁତ ଆଘାତରେ ସୁଚିନ୍ତିତ ଭାବେ ମୃତ୍ୟୁବରଣ କରିଛନ୍ତି ୩୫ଟି ହାତୀ। ରେଳ ଦୁର୍ଘଟଣାରେ ୧୭ଟି ହାତୀଙ୍କର ମୃତ୍ୟୁ ହୋଇଛି। ସଡ଼କ ଦୁର୍ଘଟଣାରେ ୪ଟି ହାତୀ ମୃତ୍ୟୁ ହୋଇଛି। ଅନ୍ୟାନ୍ୟ ଦୁର୍ଘଟଣା କାରଣରୁ ୮୫ଟି ହାତୀ ମୃତ୍ୟୁବରଣ କରିଛନ୍ତି। ଆନ୍ଥରାକ୍ସ ରୋଗରେ ପଡ଼ି ୨୪ଟି ହାତୀଙ୍କର ମୃତ୍ୟୁ ହୋଇଥିବା ବେଳେ ହରପିସ୍ ରୋଗରେ ପଡ଼ି ୧୦ଟି ହାତୀ ମୃତ୍ୟୁମୁଖରେ ପଡ଼ିଛନ୍ତି। ଅନ୍ୟାନ୍ୟ ରୋଗ ଯୋଗୁଁ ୧୨୪ଟି ହାତୀ ମୃତ୍ୟୁବରଣ କରିଛନ୍ତି। ୩୬ଟି ହାତୀଙ୍କର ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି।

ଆହୁରି ପଢ଼ନ୍ତୁ: ବାହୁଡ଼ା ଯାତ୍ରା ପୂର୍ବରୁ ପୁରୀରେ ସମ୍ପନ୍ନ ହେଲା ତିନି ରଥର ଦକ୍ଷିଣ ମୋଡ଼ ନୀତି

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ପୁଣି କରୋନା ଛନକା: ଗଞ୍ଜାମରେ ଚିହ୍ନଟ ହେଲେ ନୂଆ କୋଭିଡ-୧୯ ଆକ୍ରାନ୍ତ !

14 Mar 2023 By The Sakala

୫ ବର୍ଷରେ ଆଖିବୁଜିଲେଣି ୪୧୬ ହାତୀ, ବିଧାନସଭାରେ ଉତ୍ତର ରଖିଲେ ମନ୍ତ୍ରୀ ପ୍ରଦୀପ ଅମାତ

ଭୁବନେଶ୍ବର: ୨୦୧୭-୧୮ରୁ ୨୦୨୧-୨୨ ବର୍ଷ ମଧ୍ୟରେ ରାଜ୍ୟର ୩୯ଟି ଜଙ୍ଗଲ ଡିଭିଜନରେ ବିଭିନ୍ନ କାରଣରୁ ୪୧୬ଟି ହାତୀ ମୃତ୍ୟୁବରଣ କରିଛନ୍ତି। ଏ ନେଇ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ପ୍ରଦୀପ ଅମାତ ସୂଚନା ଦେଇଛନ୍ତି।

ସେ କହିଛନ୍ତି ଯେ, ପ୍ରାକୃତିକ କାରଣରୁ ୪୪ଟି ହାତୀଙ୍କର ମୃତ୍ୟୁ ହୋଇଛି। ଶିକାର ଦ୍ୱାରା ୧୦ଟି ହାତୀଙ୍କର ମୃତ୍ୟୁ ହୋଇଛି। ବିଷ ପ୍ରୟୋଗ ଦ୍ୱାରା କେବଳ ରାଉରକେଲା ଡିଭିଜନରେ ଗୋଟିଏ ହାତୀର ମୃତ୍ୟୁ ହୋଇଛି। ବିଦ୍ୟୁତ ଆଘାତରେ ୨୬ ହାତୀ ଆକସ୍ମିକ ଭାବେ ମୃତ୍ୟୁବରଣ କରିଛନ୍ତି। ବିଦ୍ୟୁତ ଆଘାତରେ ସୁଚିନ୍ତିତ ଭାବେ ମୃତ୍ୟୁବରଣ କରିଛନ୍ତି ୩୫ଟି ହାତୀ। ରେଳ ଦୁର୍ଘଟଣାରେ ୧୭ଟି ହାତୀଙ୍କର ମୃତ୍ୟୁ ହୋଇଛି। ସଡ଼କ ଦୁର୍ଘଟଣାରେ ୪ଟି ହାତୀ ମୃତ୍ୟୁ ହୋଇଛି। ଅନ୍ୟାନ୍ୟ ଦୁର୍ଘଟଣା କାରଣରୁ ୮୫ଟି ହାତୀ ମୃତ୍ୟୁବରଣ କରିଛନ୍ତି। ଆନ୍ଥରାକ୍ସ ରୋଗରେ ପଡ଼ି ୨୪ଟି ହାତୀଙ୍କର ମୃତ୍ୟୁ ହୋଇଥିବା ବେଳେ ହରପିସ୍ ରୋଗରେ ପଡ଼ି ୧୦ଟି ହାତୀ ମୃତ୍ୟୁମୁଖରେ ପଡ଼ିଛନ୍ତି। ଅନ୍ୟାନ୍ୟ ରୋଗ ଯୋଗୁଁ ୧୨୪ଟି ହାତୀ ମୃତ୍ୟୁବରଣ କରିଛନ୍ତି। ୩୬ଟି ହାତୀଙ୍କର ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର