ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି; B ସେଟ ଭିତରେ A ସେଟର ପ୍ରଶ୍ନପତ୍ର ରହିଥିବା ଅଭିଯୋଗ

The Sakala Picture
Published On

କଟକ: ମାଟ୍ରିକ ପରୀକ୍ଷା ସୋସିଆଲ ସାଇନ୍ସ ପ୍ରଶ୍ନପତ୍ରରେ ତ୍ରୁଟି ରହିଥିବା ଅଭିଯୋଗ ହୋଇଛି । ରାଜ୍ୟର ବିଭିନ୍ନ ସ୍କୁଲ୍‌ରୁ ଆସିଛି ଏଭଳି ଅଭିଯୋଗ । ଜଗତସିଂହପୁର ବୃନ୍ଦାବନ ସରକାରୀ ଉଚ୍ଚ ବିଦ୍ୟାଳୟରେ ପରୀକ୍ଷା ଦେଉଥିବା ଛାତ୍ରଛାତ୍ରୀଙ୍କ ‘ବି’ ସେଟ୍ ପ୍ରଶ୍ନପତ୍ରରେ ‘ଏ’ ସେଟ୍‌ର ପ୍ରଶ୍ନ ରହିଥିବା ଛାତ୍ରଛାତ୍ରୀମାନେ ଅଭିଯୋଗ କରିଛନ୍ତି। ଏପରିକି ୧୯ ନମ୍ବର ପ୍ରଶ୍ନ ନଥିବା ମଧ୍ୟ ଛାତ୍ରଛାତ୍ରୀମାନେ କହିଛନ୍ତି । ଏଥିଯୋଗୁ ଛାତ୍ରଛାତ୍ରୀମାନେ ୫୦ ବଦଳରେ ୪୯ଟି ପ୍ରଶ୍ନର ଉତ୍ତର ଦେଇଛନ୍ତି। ସେହିପରି ଢେଙ୍କାନାଳରେ […]

କଟକ: ମାଟ୍ରିକ ପରୀକ୍ଷା ସୋସିଆଲ ସାଇନ୍ସ ପ୍ରଶ୍ନପତ୍ରରେ ତ୍ରୁଟି ରହିଥିବା ଅଭିଯୋଗ ହୋଇଛି । ରାଜ୍ୟର ବିଭିନ୍ନ ସ୍କୁଲ୍‌ରୁ ଆସିଛି ଏଭଳି ଅଭିଯୋଗ । ଜଗତସିଂହପୁର ବୃନ୍ଦାବନ ସରକାରୀ ଉଚ୍ଚ ବିଦ୍ୟାଳୟରେ ପରୀକ୍ଷା ଦେଉଥିବା ଛାତ୍ରଛାତ୍ରୀଙ୍କ ‘ବି’ ସେଟ୍ ପ୍ରଶ୍ନପତ୍ରରେ ‘ଏ’ ସେଟ୍‌ର ପ୍ରଶ୍ନ ରହିଥିବା ଛାତ୍ରଛାତ୍ରୀମାନେ ଅଭିଯୋଗ କରିଛନ୍ତି। ଏପରିକି ୧୯ ନମ୍ବର ପ୍ରଶ୍ନ ନଥିବା ମଧ୍ୟ ଛାତ୍ରଛାତ୍ରୀମାନେ କହିଛନ୍ତି । ଏଥିଯୋଗୁ ଛାତ୍ରଛାତ୍ରୀମାନେ ୫୦ ବଦଳରେ ୪୯ଟି ପ୍ରଶ୍ନର ଉତ୍ତର ଦେଇଛନ୍ତି। ସେହିପରି ଢେଙ୍କାନାଳରେ ମଧ୍ୟ ପ୍ରଶ୍ନପତ୍ରରେ ତ୍ରୁଟି ହୋଇଥିବା ଖବର ଆସିଛି ।

ଆହୁରି ପଢ଼ନ୍ତୁ: OERCର ନୂଆ ସଦସ୍ୟ ଭାବେ ସୁଧାଂଶୁ ଶେଖର ବରପଣ୍ଡାଙ୍କୁ ନିଯୁକ୍ତ କଲେ ରାଜ୍ୟ ସରକାର

ଅନ୍ୟପଟେ ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ରରେ ହୋଇଥିବା ତ୍ରୁଟିକୁ ସ୍ୱୀକାର କରିଛି ବୋର୍ଡ। ମୁଦ୍ରଣ ଜନିତ ତ୍ରୁଟି ହୋଇଥିବା କହିଛନ୍ତି ବୋର୍ଡ ସଭାପତି। କିଛି ସେଣ୍ଟରରେ ଏହି ଭଳି ତ୍ରୁଟି ହୋଇଥିବା କହିଛି ବୋର୍ଡ। ଖାତା ଦେଖା ବେଳେ ସେସବୁକୁ ଧ୍ୟାନରେ ରଖାଯିବ । ଛାତ୍ରଛାତ୍ରୀମାନେ ଚିନ୍ତିତ ନହେବାକୁ ପରାମର୍ଶ ଦେଇଛନ୍ତି ବୋର୍ଡ ସଭାପତି । ଅଳ୍ପ ଛାତ୍ରଛାତ୍ରୀ ଏଭଳି ପ୍ରଶ୍ନପତ୍ର ପାଇଥିଲେ।

ଆହୁରି ପଢ଼ନ୍ତୁ: କାର୍ଯ୍ୟରେ ଅବହେଳା ଅଭିଯୋଗରେ ଜଳ ସଂପଦ ବିଭାଗର ୩ ଇଂଜିନିୟର ସସ୍‌ପେଣ୍ଡ

ଇତିହାସ ଓ ଭୂଗୋଳ ପ୍ରଶ୍ନ ପତ୍ରରେ ଏହିଭଳି ମୁଦ୍ରଣ ଜନିତ ତ୍ରୁଟି ହୋଇଛି। B ସେଟ୍ ଭିତରେ A ସେଟ୍ ପ୍ରଶ୍ନପତ୍ର ପ୍ରିଣ୍ଟ ହୋଇଥିଲା । ଏହି ଘଟଣାର ତଦନ୍ତ କରାଯିବ। ଏଭଳି ତ୍ରୁଟି ପୁନର୍ବାର ହେବ ନାହିଁ ବୋଲି ବୋର୍ଡ ସଭାପତି ରାମଶିଷ ହାଜରା ସୂଚନା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ମାଲକାନଗିରି କେରିମେଟି ଜଙ୍ଗଲରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଓ ବିସ୍ଫୋରକ ଜବତ

18 Mar 2023 By The Sakala

ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି; B ସେଟ ଭିତରେ A ସେଟର ପ୍ରଶ୍ନପତ୍ର ରହିଥିବା ଅଭିଯୋଗ

କଟକ: ମାଟ୍ରିକ ପରୀକ୍ଷା ସୋସିଆଲ ସାଇନ୍ସ ପ୍ରଶ୍ନପତ୍ରରେ ତ୍ରୁଟି ରହିଥିବା ଅଭିଯୋଗ ହୋଇଛି । ରାଜ୍ୟର ବିଭିନ୍ନ ସ୍କୁଲ୍‌ରୁ ଆସିଛି ଏଭଳି ଅଭିଯୋଗ । ଜଗତସିଂହପୁର ବୃନ୍ଦାବନ ସରକାରୀ ଉଚ୍ଚ ବିଦ୍ୟାଳୟରେ ପରୀକ୍ଷା ଦେଉଥିବା ଛାତ୍ରଛାତ୍ରୀଙ୍କ ‘ବି’ ସେଟ୍ ପ୍ରଶ୍ନପତ୍ରରେ ‘ଏ’ ସେଟ୍‌ର ପ୍ରଶ୍ନ ରହିଥିବା ଛାତ୍ରଛାତ୍ରୀମାନେ ଅଭିଯୋଗ କରିଛନ୍ତି। ଏପରିକି ୧୯ ନମ୍ବର ପ୍ରଶ୍ନ ନଥିବା ମଧ୍ୟ ଛାତ୍ରଛାତ୍ରୀମାନେ କହିଛନ୍ତି । ଏଥିଯୋଗୁ ଛାତ୍ରଛାତ୍ରୀମାନେ ୫୦ ବଦଳରେ ୪୯ଟି ପ୍ରଶ୍ନର ଉତ୍ତର ଦେଇଛନ୍ତି। ସେହିପରି ଢେଙ୍କାନାଳରେ ମଧ୍ୟ ପ୍ରଶ୍ନପତ୍ରରେ ତ୍ରୁଟି ହୋଇଥିବା ଖବର ଆସିଛି ।

ଅନ୍ୟପଟେ ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ରରେ ହୋଇଥିବା ତ୍ରୁଟିକୁ ସ୍ୱୀକାର କରିଛି ବୋର୍ଡ। ମୁଦ୍ରଣ ଜନିତ ତ୍ରୁଟି ହୋଇଥିବା କହିଛନ୍ତି ବୋର୍ଡ ସଭାପତି। କିଛି ସେଣ୍ଟରରେ ଏହି ଭଳି ତ୍ରୁଟି ହୋଇଥିବା କହିଛି ବୋର୍ଡ। ଖାତା ଦେଖା ବେଳେ ସେସବୁକୁ ଧ୍ୟାନରେ ରଖାଯିବ । ଛାତ୍ରଛାତ୍ରୀମାନେ ଚିନ୍ତିତ ନହେବାକୁ ପରାମର୍ଶ ଦେଇଛନ୍ତି ବୋର୍ଡ ସଭାପତି । ଅଳ୍ପ ଛାତ୍ରଛାତ୍ରୀ ଏଭଳି ପ୍ରଶ୍ନପତ୍ର ପାଇଥିଲେ।

ଇତିହାସ ଓ ଭୂଗୋଳ ପ୍ରଶ୍ନ ପତ୍ରରେ ଏହିଭଳି ମୁଦ୍ରଣ ଜନିତ ତ୍ରୁଟି ହୋଇଛି। B ସେଟ୍ ଭିତରେ A ସେଟ୍ ପ୍ରଶ୍ନପତ୍ର ପ୍ରିଣ୍ଟ ହୋଇଥିଲା । ଏହି ଘଟଣାର ତଦନ୍ତ କରାଯିବ। ଏଭଳି ତ୍ରୁଟି ପୁନର୍ବାର ହେବ ନାହିଁ ବୋଲି ବୋର୍ଡ ସଭାପତି ରାମଶିଷ ହାଜରା ସୂଚନା ଦେଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର