ଓଡ଼ିଶାରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ

The Sakala Picture
Published On

ପୁରୀ: ଓଡ଼ିଶାରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଛନ୍ତି ମମତା ବାନାର୍ଜୀ । ବିମାନ ବନ୍ଦରରୁ ସିଧାସଳଖ ପୁରୀ ଯିବାର କାର୍ଯ୍ଯକ୍ରମ ରହିଛି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ତିନିଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଆଜି ପୁରୀରେ ପହଞ୍ଚି ରାତ୍ରିଯାପନ କରିବେ। ତା’ ପରଦିନ ଅର୍ଥାତ୍‌‌ ୨୨ ତାରିଖରେ ନିଜ କୌଳିକ ପଣ୍ଡା ତଥା ବରିଷ୍ଠ ଦଇତାପତି ସେବକ ରାମକୃଷ୍ଣ ଦାସମହାପାତ୍ର ଓ ରାଜେଶ ଦାସମହାପାତ୍ରଙ୍କ ସହିତ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ […]

ପୁରୀ: ଓଡ଼ିଶାରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଛନ୍ତି ମମତା ବାନାର୍ଜୀ । ବିମାନ ବନ୍ଦରରୁ ସିଧାସଳଖ ପୁରୀ ଯିବାର କାର୍ଯ୍ଯକ୍ରମ ରହିଛି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ତିନିଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଆଜି ପୁରୀରେ ପହଞ୍ଚି ରାତ୍ରିଯାପନ କରିବେ। ତା’ ପରଦିନ ଅର୍ଥାତ୍‌‌ ୨୨ ତାରିଖରେ ନିଜ କୌଳିକ ପଣ୍ଡା ତଥା ବରିଷ୍ଠ ଦଇତାପତି ସେବକ ରାମକୃଷ୍ଣ ଦାସମହାପାତ୍ର ଓ ରାଜେଶ ଦାସମହାପାତ୍ରଙ୍କ ସହିତ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ। ବେଢ଼ା ପରିକ୍ରମା କରି ମହାପ୍ରଭୁଙ୍କ ଆଶୀର୍ବାଦ ନେବେ। ଏଥିସହ ବଳିଆପଣ୍ଡା ଅଞ୍ଚଳରେ ଏକ ଗେଷ୍ଟ ହାଉସ ନିର୍ମାଣ ହେବାକୁ ଥିବାରୁ ଏହାର କ୍ଷେତ୍ର ପରିଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି।

ଆହୁରି ପଢ଼ନ୍ତୁ: ଇ-କମର୍ସ ପାର୍ସଲ ଜରିଆରେ କରୁଥିଲେ ଗଞ୍ଜେଇ କାରବାର, ଆନ୍ତଃରାଜ୍ୟ ଡ୍ରଗ୍ସ ରାକେଟ୍ ଠାବ

ମମତା ବାନାର୍ଜୀଙ୍କ ଶ୍ରୀମନ୍ଦିରରେ ଦର୍ଶନ ସମୟରେ ତାଙ୍କର କୌଳିକ ଗୁରୁ ତଥା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡ଼ଗ୍ରାହୀ ଜଗନ୍ନାଥ ସ୍ୱାଇଁ ମହାପାତ୍ର ମଧ୍ୟ ଉପସ୍ଥିତ ରହିବେ। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତକୁ ନେଇ ଜଗନ୍ନାଥ ସ୍ୱାଇଁ ମହାପାତ୍ର ବେଶ୍‌‌ ଉତ୍ସାହିତ ଅଛନ୍ତି। ଜଗନ୍ନାଥ ସ୍ୱାଇଁ ମହାପାତ୍ର କହିଛନ୍ତି, ସେ ନିର୍ବାଚନ ପରେ ପରେ ମହାପ୍ରଭୁଙ୍କୁ ଦର୍ଶନ କରିବାକୁ ଆସିଥାନ୍ତେ। ମାତ୍ର କୋଭିଡ଼ ଯୋଗୁ ଆସିପାରି ନ ଥିଲେ। ତେଣୁ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିବେ। ଅନ୍ୟପକ୍ଷରେ ମମତା ବାନାର୍ଜୀ ପୁରୀରେ ରାତ୍ର ରହଣି କରିବାକୁ ଥିବାରୁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ସରିଛି। ୨୩ ତାରିଖରେ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିବେ ବୋଲି ଜଣାଯାଇଛି। ସେହିଦିନ ସେ ପଶ୍ଚିମବଙ୍ଗ ଫେରିଯିବାର କାର୍ଯ୍ୟକ୍ରମ ରହିଛି।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ କୋଠା ଭୁଶୁଡିବା ପରେ ରାଜ୍ୟ ସରକାର ତତ୍ପର; ସହରରେ ଭଙ୍ଗାଯିବ ଦୁର୍ବଳ ଓ ଅସୁରକ୍ଷିତ କୋଠା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର