ଶ୍ରୀଜିଉଙ୍କୁ ଦର୍ଶନ କଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ

The Sakala Picture
Published On

ପୁରୀ:  ମମତା ବାନାର୍ଜୀ ଆଜି ଅପରାହ୍ନ ୪ଟାରେ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ପ୍ରଥମେ ସେ ଶ୍ରୀଜିଉଙ୍କୁ ଦର୍ଶନ କରିବା ସହିତ ଆଶୀର୍ବାଦ ନେଇଥିଲେ। ପରେ ସେ ମନ୍ଦିର ପରିସରରେ ମା’ ଲକ୍ଷ୍ମୀ, ବିମଳା ତଥା ଅନ୍ୟ ଦେବାଦେବୀଙ୍କୁ ଦର୍ଶନ କରିଥିଲେ। ମହାପ୍ରଭୁଙ୍କୁ ମମତାଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଥିଲା। ସୁରକ୍ଷା ବ୍ୟବସ୍ଥା ପାଇଁ ବ୍ୟାପକ ପୁଲିସ ମୁତୟନ କରାଯାଇଥିଲା। ମମତା ବାନାର୍ଜୀ ମଧ୍ୟ ଦର୍ଶନ ପରେ ଗଣମାଧ୍ଯଙ୍କୁ ନିଜ ପ୍ରତିକ୍ରିୟା ଦେଇଥିଲେ […]

ପୁରୀ:  ମମତା ବାନାର୍ଜୀ ଆଜି ଅପରାହ୍ନ ୪ଟାରେ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ପ୍ରଥମେ ସେ ଶ୍ରୀଜିଉଙ୍କୁ ଦର୍ଶନ କରିବା ସହିତ ଆଶୀର୍ବାଦ ନେଇଥିଲେ। ପରେ ସେ ମନ୍ଦିର ପରିସରରେ ମା’ ଲକ୍ଷ୍ମୀ, ବିମଳା ତଥା ଅନ୍ୟ ଦେବାଦେବୀଙ୍କୁ ଦର୍ଶନ କରିଥିଲେ। ମହାପ୍ରଭୁଙ୍କୁ ମମତାଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଥିଲା। ସୁରକ୍ଷା ବ୍ୟବସ୍ଥା ପାଇଁ ବ୍ୟାପକ ପୁଲିସ ମୁତୟନ କରାଯାଇଥିଲା।

ଆହୁରି ପଢ଼ନ୍ତୁ: କରଞ୍ଜିଆ ବନଖଣ୍ଡରୁ ହାତୀ ଶାବକର ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

ମମତା ବାନାର୍ଜୀ ମଧ୍ୟ ଦର୍ଶନ ପରେ ଗଣମାଧ୍ଯଙ୍କୁ ନିଜ ପ୍ରତିକ୍ରିୟା ଦେଇଥିଲେ । ସେ କହିଥିଲେ ଯେ, ମୁଁ ପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କଲି । ସମସ୍ତଙ୍କ ପାଇଁ ପୂଜା କରିଛି । ମୁଁ ବହୁତ ଆଭାରୀ ଯେ ସମସ୍ତଙ୍କ ସହଯୋଗ ମିଳିଲା ।

ଆହୁରି ପଢ଼ନ୍ତୁ: ପାରିବାରିକ ବିବାଦ: ଭିଣୋଇକୁ ଧାରୁଆ ଅସ୍ତ୍ରରେ ହାଣିଲା ଶଳା

ସୂଚନାଯୋଗ୍ୟ, ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ପଶ୍ଚିମବଙ୍ଗର ପର୍ଯ୍ଯଟକଙ୍କ ଉଦେଶ୍ୟରେ ‘ପଶ୍ଚିମବଙ୍ଗ ଭବନ’ ନିର୍ମାଣ ପାଇଁ ଜାଗା ଦିଆଯାଇଛି। ଓଡ଼ିଶା ସରକାରଙ୍କ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ଜିଲ୍ଲାପାଳ ସମର୍ଥ ବର୍ମା, ଅତିରିକ୍ତ ଜିଲ୍ଲାପାଳ ଆଜି ଅପରାହ୍ନରେ ମମତାଙ୍କୁ ଏହି ଜାଗା ଦେଖାଇଛନ୍ତି। ପଶ୍ଚିମବଙ୍ଗରୁ ଶ୍ରୀକ୍ଷେତ୍ର ଆସୁଥିବା ଦର୍ଶନାର୍ଥୀଙ୍କ ପାଇଁ ହେବ ଏହି ଜାଗାରେ ଅତିଥି ଭବନ ନିର୍ମାଣ ହେବ। ବଙ୍ଗୀୟ ପର୍ଯ୍ଯଟକମାନେ ସ୍ୱଳ୍ପ ଖର୍ଚ୍ଚରେ ଅତିଥି ଭବନରେ ରହିପାରିବେ।

ଆହୁରି ପଢ଼ନ୍ତୁ: ଘରୋଇକରଣ ପରେ ବହୁଗୁଣା ହୋଇପାରେ ବିମାନବନ୍ଦର ସେବା ଦେୟ, ୬୦ରୁ ୨୦୦ ଟଙ୍କା ହୋଇପାରେ ପାର୍କିଂ ଫି

ମଙ୍ଗଳବାର ଠାରୁ ମମତା ବାନାର୍ଜୀ ଓଡ଼ିଶାକୁ ୩ଦିନିଆ ଗସ୍ତ କରିଛନ୍ତି।  ମମତା ବାନାର୍ଜୀ ଗୁରୁବାର ଅପରାହ୍ନ ୩ଟାରେ ପୁରୀରୁ ଭୁବନେଶ୍ବର ଅଭିମୁଖେ ବାହାରିବେ। ଅପରାହ୍ନ ସାଢ଼େ ୪ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି କିଛି ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିବେ। ସନ୍ଧ୍ୟା ୬ଟାରେ ଭୁବନେଶ୍ବରରୁ କୋଲକାତା ଅଭିମୁଖେ ବାହାରିବେ।

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର