ତେଲ ଦରରେ ଲାଗୁନି ବ୍ରେକ, ଦୁଇ ଦିନ ପରେ ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ଦର

The Sakala Picture
Published On

ନୂଆଦିଲ୍ଲୀ: ତେଲ ଦରରେ ଲାଗୁନି ବ୍ରେକ। ଦୁଇ ଦିନର ବ୍ଯବଧାନ ପରେ ମଙ୍ଗଳବାର ପୁଣି  ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଇଛି। ପେଟ୍ରୋଲ ଲିଗର ପିଛା ୨୫ ପଇସା ଏବଂ ଡିଜେଲ ୩୫ ପଇସା ବୃଦ୍ଧି ଘଟିଛି। ଫଳରେ ଦେଶର ଅନେକ ସହରରେ ତେଲ ଦର ଲିଟର ପିଛା ୧୦୦ ଟଙ୍କା ଉପରେ ରହିଛି। ପୂର୍ବରୁ ପ୍ରିମିଅମ ପେଟ୍ରୋଲ ଲିଟର ପିଛା ୧୦୦ ଟଙ୍କା ଉପରେ ବିକ୍ରି ହେଉଛି। ନୂଆ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା […]

ନୂଆଦିଲ୍ଲୀ: ତେଲ ଦରରେ ଲାଗୁନି ବ୍ରେକ। ଦୁଇ ଦିନର ବ୍ଯବଧାନ ପରେ ମଙ୍ଗଳବାର ପୁଣି  ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଇଛି। ପେଟ୍ରୋଲ ଲିଗର ପିଛା ୨୫ ପଇସା ଏବଂ ଡିଜେଲ ୩୫ ପଇସା ବୃଦ୍ଧି ଘଟିଛି। ଫଳରେ ଦେଶର ଅନେକ ସହରରେ ତେଲ ଦର ଲିଟର ପିଛା ୧୦୦ ଟଙ୍କା ଉପରେ ରହିଛି। ପୂର୍ବରୁ ପ୍ରିମିଅମ ପେଟ୍ରୋଲ ଲିଟର ପିଛା ୧୦୦ ଟଙ୍କା ଉପରେ ବିକ୍ରି ହେଉଛି।

ଆହୁରି ପଢ଼ନ୍ତୁ: ଆଜି ମା'ଙ୍କ ଭସାଣି: ସୁରକ୍ଷା ପାଇଁ ଭୁବନେଶ୍ୱରରେ ମୁତୟନ ହେବେ ୪୮ ପ୍ଲାଟୁନ୍ ପୋଲିସ, DJ ଉପରେ କଟକଣା

ନୂଆ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୨୫ ପଇସା ବୃଦ୍ଧି ଘଟିବା ଯୋଗୁଁ ୯୦ ଟଙ୍କା ୯୩ ପଇସାରେ ପହଞ୍ଚିଥିବା ବେଳେ  ଡିଜେଲ ୮୧ ଟଙ୍କା ୩୨ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ୯୨ ଟଙ୍କା ୯୦ ପଇସା ଏବଂ ଡିଜେଲ ୮୬ ଟଙ୍କା ୩୧ ପଇସା ରହିଛି। ଭୋପାଳରେ ପେଟ୍ରୋଲ ୯୮ ଟଙ୍କା ୯୬ ପଇସା ଏବଂ ଡିଜେଲ ୮୯ ଟଙ୍କା ୬୦ ପଇସାରେ ପହଞ୍ଚିଛି।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସୃଷ୍ଟି ହେଲା ସୁଦୃଶ୍ୟ ଲଘୁଚାପ, ଆଜି ନେବ ଅବପାତର ରୂପ

ସେହିପରି ଆଜି ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୩୫ ପଇସା ବଢ଼ିଥିବାବେଳେ ଡିଜେଲ ଦର ୪୩ ପଇସା ବୃଦ୍ଧି ପାଇଛି। ଫଳରେ ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୯୧ ଟଙ୍କା ୬୪ ପଇସା ଏବଂ ଡିଜେଲ ୮୮ ଟଙ୍କା ୬୬ ପଇସା ହୋଇଛି। କଟକରେ ପେଟ୍ରୋଲ ଲିଟର ପିଛା ୯୧ ଟଙ୍କା ୯୫ ପଇସା ଏବଂ ଡିଜେଲ ୮୮ ଟଙ୍କା ୯୧ ପଇସାରେ ବିକ୍ରି ହେଉଛି। ସେହିପରି ସମ୍ବଲପୁରରେ ପେଟ୍ରୋଲ ୯୨ ଟଙ୍କା ୨୧ ପଇସା ଏବଂ ଡିଜେଲ ୮୯ ଟଙ୍କା ୧୮ ପଇସା ରହିଛି।

ଆହୁରି ପଢ଼ନ୍ତୁ: ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ପୂଜା ଗେଟ୍ ଏବଂ ତୋରଣ ହଟାଇବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର