ଜାପାନରୁ ଆସିବ ବଡ଼ ନିବେଶ : ଆସନ୍ତାକାଲି ଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ବର : ଓଡ଼ିଶାକୁ ଶିଳ୍ପ ସମୃଦ୍ଧ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅବିରତ ଉଦ୍ୟମ ଜାରି ରଖିଛନ୍ତି। ଏଥିପାଇଁ ଦେଶ, ବିଦେଶକୁ ଯାଇ ପୁଞ୍ଜି ନିବେଶକ ସମ୍ମିଳନୀରେ ଯୋଗଦେଉଛନ୍ତି। ବିଦେଶର ବଡ଼ ବଡ଼ ଶିଳ୍ପପତିମାନଙ୍କୁ ଓଡ଼ିଶା ଆସିବା ପାଇଁ ଆହ୍ୱାନ ଦେଉଛନ୍ତି। ବିଗତ କିଛିବର୍ଷ ଧରି ମୁଖ୍ୟମନ୍ତ୍ରୀଙ୍କ ଏଭଳି ପ୍ରୟାସ ଯୋଗୁ ଓଡ଼ିଶା ଏବେ ପୁଞ୍ଜି ନିବେଶକମାନଙ୍କ ପସନ୍ଦ ପାଲଟିଛି। ଏହି କ୍ରମରେ ଆସନ୍ତାକାଲି ଅର୍ଥାତ ଏପ୍ରିଲ ୩ ତାରିଖରୁ ମୁଖ୍ୟମନ୍ତ୍ରୀ ଏକ ଉଚ୍ଚସ୍ତରୀୟ ପ୍ରତିନିଧି […]

ଭୁବନେଶ୍ବର : ଓଡ଼ିଶାକୁ ଶିଳ୍ପ ସମୃଦ୍ଧ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅବିରତ ଉଦ୍ୟମ ଜାରି ରଖିଛନ୍ତି। ଏଥିପାଇଁ ଦେଶ, ବିଦେଶକୁ ଯାଇ ପୁଞ୍ଜି ନିବେଶକ ସମ୍ମିଳନୀରେ ଯୋଗଦେଉଛନ୍ତି। ବିଦେଶର ବଡ଼ ବଡ଼ ଶିଳ୍ପପତିମାନଙ୍କୁ ଓଡ଼ିଶା ଆସିବା ପାଇଁ ଆହ୍ୱାନ ଦେଉଛନ୍ତି। ବିଗତ କିଛିବର୍ଷ ଧରି ମୁଖ୍ୟମନ୍ତ୍ରୀଙ୍କ ଏଭଳି ପ୍ରୟାସ ଯୋଗୁ ଓଡ଼ିଶା ଏବେ ପୁଞ୍ଜି ନିବେଶକମାନଙ୍କ ପସନ୍ଦ ପାଲଟିଛି। ଏହି କ୍ରମରେ ଆସନ୍ତାକାଲି ଅର୍ଥାତ ଏପ୍ରିଲ ୩ ତାରିଖରୁ ମୁଖ୍ୟମନ୍ତ୍ରୀ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳଙ୍କ ସହ ଜାପାନ ଅଭିମୁଖେ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ଟୋକିଓରେ ପୁଞ୍ଜି ନିବେଶକ ସମ୍ମିଳନୀରେ ଯୋଗ ଦେବା ସହ କ୍ବୋଟୋ ଓ ଓସାକା ଭଳି ମହାନଗରୀ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ ଭାଗନେବେ ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହ: ସମସ୍ତଙ୍କ ସାମ୍ନାରେ ସ୍ତ୍ରୀକୁ ଛୁରାମାଡ଼ କଲା ନୃଶଂସ ସ୍ୱାମୀ

ମୁଖ୍ୟମନ୍ତ୍ରୀ କିଛି ସରକାରୀ ଓ ବ୍ୟାବସାୟିକ ବୈଠକରେ ଭାଗନେବେ । ଓଡ଼ିଶାରେ ଜାପାନୀ ପୁଞ୍ଜିନିବେଶ ସଂପର୍କରେ ବିଭିନ୍ନ ଉଦ୍ୟୋଗୀଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି।  ମୁଖ୍ୟମନ୍ତ୍ରୀ କିଛି ସରକାରୀ ଓ ବ୍ୟାବସାୟିକ ବୈଠକରେ ଭାଗନେବେ । ଓଡ଼ିଶାରେ ଜାପାନୀ ପୁଞ୍ଜିନିବେଶ ସଂପର୍କରେ ବିଭିନ୍ନ ଉଦ୍ୟୋଗୀଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି।

ଆହୁରି ପଢ଼ନ୍ତୁ: ଖରା ଛୁଟିରେ ପିଲାଙ୍କୁ ସମର ଲର୍ଣ୍ଣିଂ ବ୍ୟବସ୍ଥା, ବାପା-ମା'ଙ୍କ ହ୍ୱାଟ୍ସଆପ୍‌ରେ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଆସାଇନ୍‌ମେଣ୍ଟ: ଓସେପା

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସମୟରେ ଓଡ଼ିଶାରେ ଜାପାନର ବଡ଼ ବଡ଼ କମ୍ପାନୀ କିପରି ପୁଞ୍ଜିନିବେଶ କରିବେ ସେ ନେଇ ଗୁରୁତ୍ବ ଦିଆଯିବ । ବିଶେଷ କରି ଜାପାନର ମେଟାଲ, ଖାଦ୍ୟ ପ୍ରକ୍ରିୟାକରଣ, ଆଇଟି କ୍ଷେତ୍ରକୁ ଫୋକସ କରିବେ ମୁଖ୍ୟମନ୍ତ୍ରୀ । ଜାପାନରୁ ଓଡ଼ିଶାକୁ ଏସବୁ କ୍ଷେତ୍ରରେ ଅଧିକ ପୁଞ୍ଜି ଆଣିବାକୁ ନିବେଶକାରୀଙ୍କ ସହ ଓ୍ବାନ ଟୁ ଓ୍ବାନ ଆଲୋଚନା ଓ ରୋଡ୍ ଶୋ’ କରି ଆକୃଷ୍ଟ କରାଯିବ । ବିଦେଶରୁ ପୁଞ୍ଜି ଆଣିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦମ୍ୟକୁ ପ୍ରଶଂସା କରିଛନ୍ତି ବିଶେଷଜ୍ଞ ।

ଆହୁରି ପଢ଼ନ୍ତୁ: ଜନଗଣନା କରିବା ବାହାନାରେ ଆସିଲା, ବେକରେ ଛୁରୀ ଲଗାଇ ଫୋନ ଓ ମଙ୍ଗଳସୂତ୍ର ନେଇଗଲା ଲୁଟେରା

ରୋମ ,ଦୁବାଇ ପରେ ଜାପାନ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆସନ୍ତା ୩ ତାରିଖରେ ମୁଖ୍ୟମନ୍ତ୍ରୀ ଜାପାନ ଗସ୍ତ କରି ନିବେଶ ସମ୍ମିଳନୀରେ ସାମିଲ ହେବା ସହ ରୋଡ୍ ଶୋ’ କରିବେ । ଦୁବାଇରୁ ୨୧ ହଜାର କୋଟି ଟଙ୍କାର ପୁଞ୍ଜି ଆସିବା ପରେ ଜାପାନରୁ ଅଧିକ ପୁଞ୍ଜି ଆଣିବା ପାଇଁ ପ୍ଲାନ୍ ରହିଛି । ଜାପାନର ବିଭିନ୍ନ ମେଟାଲ, ଖାଦ୍ୟ ପ୍ରକ୍ରିୟାକରଣ ୟୁନିଟ୍ ସହ ଆଇଟି ସେକ୍ଟର ପରିଦର୍ଶନ କରିବେ ଶିଳ୍ପ ବିଭାଗର ଟିମ୍ । ନିବେଶକାରୀଙ୍କ ସହ ଓ୍ବାନ ଟୁ ଓ୍ବାନ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ । ନୂଆ ଶିଳ୍ପନୀତି ଓ ଶିଳ୍ପାୟନ ପାଇଁ ରାଜ୍ୟ ସରକାର ଯୋଗାଇଥିବା ଓ୍ବାନ ପ୍ଲସ ସୁବିଧା ସମ୍ପର୍କରେ ନିବେଶକାରୀଙ୍କୁ ବୁଝାଇବେ । ଏବେ ଜାପାନର ୫୨ଟି କମ୍ପାନୀ ରାଜ୍ୟର ବିଭିନ୍ନ ସେକ୍ଟରରେ ବାଣିଜ୍ୟ କାରବାର କରୁଛନ୍ତି । ଆଗକୁ ଏହି ଧାରା ଅଧିକ ତ୍ବରାନ୍ବିତ ହେବ ବୋଲି ରାଜ୍ୟ ସରକାର ଆଶା ରହିଛନ୍ତି।

ସେପଟେ ମୁଖ୍ୟମନ୍ତ୍ରୀଙ୍କ ଜାପାନ ଗସ୍ତ ଦ୍ବାରା ଅଧିକ ପୁଞ୍ଜି ଆସିବାର ଆଶା ରଖିଛି ଶିଳ୍ପ ବିଭାଗ । ପୂର୍ବରୁ ୨୦୧୮ ମେକ୍ ଇନ୍ ଓଡ଼ିଶା କନକ୍ଲେଭରେ ଜାପାନର ପ୍ରତିନିଧିମାନେ ସାମିଲ ହୋଇ ଓଡ଼ିଶା ସହ ବାଣିଜ୍ୟ ସମ୍ପର୍କ ମଜଭୁତ କରିଛନ୍ତି । ତେଣୁ ମୁଖ୍ୟମନ୍ତ୍ରୀଙ୍କ ଜାପାନ ଗସ୍ତ ବିଦେଶରୁ ବଡ଼ ପୁଞ୍ଜି ଆଣିବ ବୋଲି ବିଶେଷଜ୍ଞମାନେ ଆକଳନ କରିଛନ୍ତି । ମେକ୍ ଇନ୍ ଓଡ଼ିଶା କାର୍ଯ୍ୟକ୍ରମ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ରୋମ୍ ଓ ଦୁବାଇ ଗସ୍ତ ପରେ ବିଦେଶରୁ ପୁଞ୍ଜିର ସୁଅ ଛୁଟିଥିଲା । ବିଦେଶରୁ ପୁଞ୍ଜି ଆଣିବାରେ ଦେଶର ଟପ୍ ୩ ରାଜ୍ୟରେ ଓଡ଼ିଶା ରହିଛି । ମୁଖ୍ୟମନ୍ତ୍ରୀଙ୍କ ଜାପାନ ଗସ୍ତ ବେଶ ସଫଳ ହେବ ବୋଲି ବିଶେଷଜ୍ଞ ଆଶା ରଖିଛନ୍ତି ।

ଅନ୍ୟପଟେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ଆଭିମୁଖ୍ୟକୁ ସଫଳ କରିବା ପାଇଁ ଇଣ୍ଡିଆ-ଜାପାନ ଫ୍ରେଣ୍ଡଶିପ ସେଣ୍ଟର ପକ୍ଷରୁ ପ୍ରସ୍ତୁତି ଚାଲିଛି। ଜାପାନର ପୁଞ୍ଜି ନିବେଶକମାନେ କିପରି ଓଡ଼ିଶାରେ ପୁଞ୍ଜି ନିବେଶ ପାଇଁ ଆଗ୍ରହ ପ୍ରକାଶ କରିବେ ସେ ନେଇ ଉଦ୍ୟମ ହେବ ବୋଲି ଜାପାନରେ ରହୁଥିବା ପୁରୀର ଶିଳ୍ପଦ୍ୟୋଗୀ ତଥା ଇଣ୍ଡିଆ-ଜାପାନ ଫ୍ରେଣ୍ଡଶିପ୍‌‌ ସେଣ୍ଟର ସଭାପତି କୁନା ଦାଶ ସୂଚନା ଦେଇଛନ୍ତି।

ଏହି ସପ୍ତାହବ୍ୟାପୀ ଗସ୍ତ କାଳରେ ମୁଖ୍ୟମନ୍ତ୍ରୀଙ୍କ ସହ ତାଙ୍କ ବ୍ୟକ୍ତିଗତ ସଚିବ ଭି.କେ. ପାଣ୍ଡିଆନ ଓ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ। ମୁଖ୍ୟମନ୍ତ୍ରୀ ଜାପାନର ପ୍ରମୁଖ ଶିଳ୍ପପତିମାନଙ୍କୁ ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ଅନୁରୋଧ କରିବେ।ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତ ସମ୍ପର୍କରେ ଭାରତ ଓ ଜାପାନ ସମ୍ପର୍କ ସେତୁର ମାର୍ଗଦର୍ଶକ କୁନା ଦାଶ କହିଛନ୍ତି, ସେ ଦୀର୍ଘ ୩୦ ବର୍ଷରୁ ଊର୍ଦ୍ଧ୍ବ ଜାପାନରେ ରହିଆସୁଛନ୍ତି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ଜାପାନ ଆସିବା ନିଶ୍ଚିତ ଏକ ବଡ଼ ଖୁସି କଥା। ଜାପାନରେ ଟେକ୍ନୋଲୋଜି ବହୁ ଅଗ୍ରଗତି କରିଛି। ଓଡ଼ିଶାରେ ପୁଞ୍ଜିନିବେଶ ହେଲେ ନିଯୁକ୍ତି ଓ ରୋଜଗାରର ସୁଯୋଗ ସୃଷ୍ଟି ହେବ। ବିଦେଶୀ ପୁଞ୍ଜି ନିବେଶ ପାଇଁ ଓଡ଼ିଶା ଭାରତ ବର୍ଷର ଆକର୍ଷଣୀୟ କେନ୍ଦ୍ରବିନ୍ଦୁ ପାଲଟିଛି। ବିଦେଶୀ କମ୍ପାନୀ ଓଡ଼ିଶାରେ ହେବା ଦ୍ୱାରା ଆମ ରାଜ୍ୟର ବିକାଶ ଆହୁରି ଆଗେଇବ। ନିଶ୍ଚିତ ମୁଖ୍ୟମନ୍ତ୍ରୀ ଏଭଳି ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଶ୍ରୀ ଦାଶ ଦୀର୍ଘବର୍ଷ ଧରି ଓଡ଼ିଶା ଓ ଜାପାନର ଶିକ୍ଷା, ସଂସ୍କୃତିର ଭାବ ବିନିମୟ କରି ଆସୁଛନ୍ତି। ଶ୍ରୀ ଦାଶ କୁହନ୍ତି, ଜାପାନିଜମାନେ ଓଡ଼ିଶାକୁ ବେଶ୍‌‌ ପସନ୍ଦ କରିଥାନ୍ତି। ମୁଖ୍ୟମନ୍ତ୍ରୀ ଜାପାନ ଯିବା ଦ୍ୱାରା ଏହି ସମ୍ପର୍କ ଆହୁରି ସୁଦୃଢ ହେବ।

02 Apr 2023 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର