ଶାଗ ସଂଗ୍ରହ କରିବାକୁ ଯାଇ ହାତୀ ଆକ୍ରମଣରେ ୨ ମୃତ, ଜଣେ ଆହତ
ବାରିପଦା: ଜଙ୍ଗଲକୁ ଶାଗ ସଂଗ୍ରହ କରିବାକୁ ଯାଇ ହାତୀ ଆକ୍ରମଣରେ ଗଲା ଜୀବନ। ଏପରି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ବନଖଣ୍ଡର ବିଶୋଇ ରେଞ୍ଜର ଟୁଙ୍ଗୁରୁ ଜଙ୍ଗଲରେ। ସୂଚନା ଅନୁଯାୟୀ, ବିଶୋଇ ଥାନା ଦୁଧକୁଣ୍ଡି ଗ୍ରାମର ଦୁଇଜଣ ମହିଳା ଓ ଜଣେ ନାବାଳିକା ଗାଁ ପାଖ ଜଙ୍ଗଲକୁ ଶାଗ ସଂଗ୍ରହ କରିବାକୁ ଯାଇଥିଲେ । ଏହି ସମୟରେ ସେମାନେ ହାତୀ ଆକ୍ରମଣର ଶିକାର ହୋଇଥିଲେ। ଘଟଣାସ୍ଥଳରେ ହିଁ ଉଭୟଙ୍କ ମୃତ୍ୟୁ ହୋଇଥିଲା । ମୃତକ […]
ବାରିପଦା: ଜଙ୍ଗଲକୁ ଶାଗ ସଂଗ୍ରହ କରିବାକୁ ଯାଇ ହାତୀ ଆକ୍ରମଣରେ ଗଲା ଜୀବନ। ଏପରି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ବନଖଣ୍ଡର ବିଶୋଇ ରେଞ୍ଜର ଟୁଙ୍ଗୁରୁ ଜଙ୍ଗଲରେ।
ଆହୁରି ପଢ଼ନ୍ତୁ: ଆଜି ମା'ଙ୍କ ଭସାଣି: ସୁରକ୍ଷା ପାଇଁ ଭୁବନେଶ୍ୱରରେ ମୁତୟନ ହେବେ ୪୮ ପ୍ଲାଟୁନ୍ ପୋଲିସ, DJ ଉପରେ କଟକଣା
ସୂଚନା ଅନୁଯାୟୀ, ବିଶୋଇ ଥାନା ଦୁଧକୁଣ୍ଡି ଗ୍ରାମର ଦୁଇଜଣ ମହିଳା ଓ ଜଣେ ନାବାଳିକା ଗାଁ ପାଖ ଜଙ୍ଗଲକୁ ଶାଗ ସଂଗ୍ରହ କରିବାକୁ ଯାଇଥିଲେ । ଏହି ସମୟରେ ସେମାନେ ହାତୀ ଆକ୍ରମଣର ଶିକାର ହୋଇଥିଲେ। ଘଟଣାସ୍ଥଳରେ ହିଁ ଉଭୟଙ୍କ ମୃତ୍ୟୁ ହୋଇଥିଲା । ମୃତକ ଦ୍ୱୟ ହେଲେ ମେଘନା ବିନ୍ଧାଣି (୮ବର୍ଷ ) ଓ କାନ୍ଦିରି ମୁର୍ମୁ (୪୫ବର୍ଷ )।
ଆହୁରି ପଢ଼ନ୍ତୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: ବଡ଼ଚଣା ପୂର୍ତ୍ତ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କୁ ବାନ୍ଧିଲା ଭିଜିଲାନ୍ସ
ତେବେ ଧାନୀ ବିନ୍ଧାଣି (୩୦ ବର୍ଷ ) ନାମକ ମହିଳାଙ୍କ ଅବସ୍ଥା ଗୁରୁତର ଥିବା ଜଣା ପଡ଼ିଛି। ତାଙ୍କୁ ବାରିପଦା ପିଆରଏମ ମେଡିକାଲ କଲେଜ ଓ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଖବର ପାଇ ଜଙ୍ଗଲ ବିଭାଗ କର୍ମଚାରୀ ପହଂଚି ଉଦ୍ଧାର କାର୍ଯ୍ୟ ଚଳାଇଥିବା ସୂଚନା ମିଳିଛି।






