ସ୍ଵାଭିମାନ ଅଞ୍ଚଳରେ ‘ପୁଷ୍ପା -୨’ର ସୁଟିଂ ପାଇଁ ଅନୁମତି ଲୋଡିଲେ ପ୍ରଯୋଜକ ଟିମ୍

The Sakala Picture
Published On

ମାଲକାନଗିରି: ମାଲକାନଗିରି ସ୍ଵାଭିମାନ ଅଞ୍ଚଳରେ ସୁଟିଂ ହେବ ସୁପର ହିଟ ଚଳଚ୍ଚିତ୍ର ପୁଷ୍ପାର ପାର୍ଟ୍ -୨। ଏ ନେଇ ଜିଲ୍ଲାପାଳ ଓ ଏସ୍‌.ପି.ଙ୍କ ଠାରୁ ଅନୁମତି ଲୋଡିଛନ୍ତି ପ୍ରଯୋଜକ। ପୁଷ୍ପାର ଦ୍ଵିତୀୟ ଭାଗ କେବେ ଆସିବ ସେ ନେଇ ଦର୍ଶକ ଅପେକ୍ଷା କରିଥିବା ବେଳେ ଏହି ଚଳଚ୍ଚିତ୍ରର ସୁଟିଂ ପାଇଁ ମାଲକାନଗିରି ଜିଲ୍ଲାକୁ ମନୋନୀତ କରିଛନ୍ତି ଏହାର ପ୍ରଯୋଜକ ଟିମ। ପ୍ରଜୋଜକ ସଂସ୍ଥା ମୈତ୍ରୀ ମୁଭି ମେକର ପକ୍ଷରୁ ପୁଷ୍ପା -୧ ଅପୂର୍ବ ସଫଳତା ହାସଲ କରିଥିବା […]

ମାଲକାନଗିରି: ମାଲକାନଗିରି ସ୍ଵାଭିମାନ ଅଞ୍ଚଳରେ ସୁଟିଂ ହେବ ସୁପର ହିଟ ଚଳଚ୍ଚିତ୍ର ପୁଷ୍ପାର ପାର୍ଟ୍ -୨। ଏ ନେଇ ଜିଲ୍ଲାପାଳ ଓ ଏସ୍‌.ପି.ଙ୍କ ଠାରୁ ଅନୁମତି ଲୋଡିଛନ୍ତି ପ୍ରଯୋଜକ। ପୁଷ୍ପାର ଦ୍ଵିତୀୟ ଭାଗ କେବେ ଆସିବ ସେ ନେଇ ଦର୍ଶକ ଅପେକ୍ଷା କରିଥିବା ବେଳେ ଏହି ଚଳଚ୍ଚିତ୍ରର ସୁଟିଂ ପାଇଁ ମାଲକାନଗିରି ଜିଲ୍ଲାକୁ ମନୋନୀତ କରିଛନ୍ତି ଏହାର ପ୍ରଯୋଜକ ଟିମ। ପ୍ରଜୋଜକ ସଂସ୍ଥା ମୈତ୍ରୀ ମୁଭି ମେକର ପକ୍ଷରୁ ପୁଷ୍ପା -୧ ଅପୂର୍ବ ସଫଳତା ହାସଲ କରିଥିବା ବେଳେ ପୁଷ୍ପା -୨ ଚଳଚ୍ଚିତ୍ର ନିମନ୍ତେ ଏହି ପ୍ରଯୋଜନା ସଂସ୍ଥା ପକ୍ଷରୁ ସୁଟିଂ କାର୍ଯ୍ୟ ଜାରିଥିବା ବେଳେ ଏହି ସଂସ୍ଥା ମାଲକାନଗିରି ଜିଲ୍ଲାର ସ୍ୱାଭିମାନ ଅଞ୍ଚଳ ଓ ସପ୍ତଧାରା ନଦୀର ବିଭିନ୍ନ ଜାଗାରେ ସୁଟିଂ କରିବା ନିମନ୍ତେ ଆଗ୍ରହ ପ୍ରକାଶ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲା: ପୁରୁଷ ବନ୍ଧୁ ଭୀମସେନ ପ୍ରସାଦ ଟୁଡୁଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

ମାଲକାନଗିରି ଭଳି ଜିଲ୍ଲାରେ ଏପରି ସୁପର ହିଟ ଚଳଚ୍ଚିତ୍ରର ଦ୍ଵିତୀୟ ଭାଗ ସୁଟିଂ ହେବା ଜିଲ୍ଲାପାଇଁ ଗର୍ବର ବିଷୟ ହୋଇଥିବା ବେଳେ ଏନେଇ ଆଜି ଏହି ପ୍ରଯୋଜକ ଟିମ ମାଲକାନଗିରି ଜିଲ୍ଲାପାଲ ବିଶାଳ ସିଂ ଓ ଆରକ୍ଷୀ ଅଧିକ୍ଷକ ନିତେଶ ୱାଧ୍ୱାନୀଙ୍କୁ ଲିଖିତ ଭାବେ ସୁଟିଙ୍ଗ ଅନୁମତି ପାଇଁ ଆବେଦନ କରିଛନ୍ତିା ଚଳଚିତ୍ର ନିର୍ମାଣ ସଂସ୍ଥାର ଏକ ଟିମ୍ ଗତ ଏକମାସ ଧରି ମାଲକାନଗିରି ଜିଲ୍ଲାର ବିଭିନ୍ନ ସ୍ଥାନ ବୁଲିଥିବା ବେଳେ ଶେଷରେ ସ୍ୱାଭିମାନ ଅଞ୍ଚଳର ଝୁଲା ପୋଲ, ହନ୍ତାଳଗୁଡା ଘାଟି ଓ ଚିତ୍ରକୋଣ୍ଡା ସ୍ପିଲବେରେ ନିର୍ମାଣାଧୀନ ପୋଲ ନିକଟରେ ସୁଟିଂ କରିବା ନିମନ୍ତେ ଯୋଜନା କରିଛନ୍ତିା ଏଥିନେଇ ମୈତ୍ରି ମୁଭି ମେକର ସଂସ୍ଥା ପକ୍ଷରୁ ଫାଇଟ୍ ମାଷ୍ଟର ପିଟର ହାଇନସ୍‌, କଳା ନିର୍ଦେଶକ ରାମକ୍ରିଷ୍ଣା, ଫାଇଟ ମାଷ୍ଟର ଡ୍ରାଗନ ପ୍ରକାଶ, ସହକାରୀ ପ୍ରଯୋଜକ ସୁଭ୍ରମଣ୍ୟମ୍‌, ସହ ନିର୍ଦେଶକ ପ୍ରସାଦ ମାରିସେଟି, କ୍ୟାମେରା ମେନ ଦେବରାଜ ପ୍ରମୁଖ ଗତକାଲି ଓ ଆଜି ସ୍ୱାଭିମାନ ଅଞ୍ଚଳର ବିଭିନ୍ନ ସ୍ଥାନ ବୁଲି ଦେଖିଥିଲୋ ତେବେ ଆସନ୍ତା ମେ’ ମାସ ପ୍ରଥମ ସପ୍ତାହରେ ଏହି ସୁଟିଂ କରିବା ନିମନ୍ତେ ଦିନ ଧାର୍ଯ୍ୟ କରିଥିବା ଜଣାପଡିଛିା ଚଳଚ୍ଚିତ୍ର ସୁଟିଂ ବିଷୟରେ ସ୍ଥାନୀୟ ଲୋକେ ଜାଣିବା ପରେ ବେସ ଖୁସିବ୍ୟକ୍ତ କରିବା ସହ ଉତ୍ସାହର ସହ ଏହାକୁ ଅପେକ୍ଷା କରି ରହିଛନ୍ତି ।

ଆହୁରି ପଢ଼ନ୍ତୁ: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖସିଗଲା ହୁଲକ୍ ଗିବନ୍, ପର୍ଯ୍ୟଟକ ପାଟି ଶୁଣି ପୁଣି ନିଜେ ଫେରିଲା ଖୁଆଡ଼କୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର