ଅସହ୍ୟ ଖରାରେ ସିଝୁଛି ସାରା ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡ଼ା ରାଜ୍ୟର ସବୁଠୁ ଉତ୍ତପ୍ତ ସହର

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ଅସହ୍ୟ ଖରାରେ ବିଭିନ୍ନ ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ। ଆଜି ଦିନ ୧୧ଟା ୩୦ ମିନିଟ ସୁଦ୍ଧା ଝାରସୁଗୁଡ଼ା ରାଜ୍ୟର ଉତ୍ତପ୍ତ ସହର ହୋଇଛି । ଏଠାରେ ୩୯.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ରାଜଧାନୀ ଭୁବନେଶ୍ଵରର ତାପମାତ୍ରା ୩୭.୮ ଡିଗ୍ରୀ ସେଲସିୟସ ଥିଲା। କେନ୍ଦୁଝରରେ ୩୯.୨ ଡିଗ୍ରୀ, ସମ୍ବଲପୁରରେ ୩୮.୪ ଡିଗ୍ରୀ, ହୀରାକୁଦରେ ୩୬.୮ ଡିଗ୍ରୀ, ଚାନ୍ଦବାଲିରେ ୩୮.୦ ଡିଗ୍ରୀ ବାଲେଶ୍ୱରରେ ୩୭.୦ ଡିଗ୍ରୀ ତାପମାତ୍ରା […]

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ଅସହ୍ୟ ଖରାରେ ବିଭିନ୍ନ ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ। ଆଜି ଦିନ ୧୧ଟା ୩୦ ମିନିଟ ସୁଦ୍ଧା ଝାରସୁଗୁଡ଼ା ରାଜ୍ୟର ଉତ୍ତପ୍ତ ସହର ହୋଇଛି । ଏଠାରେ ୩୯.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ରାଜଧାନୀ ଭୁବନେଶ୍ଵରର ତାପମାତ୍ରା ୩୭.୮ ଡିଗ୍ରୀ ସେଲସିୟସ ଥିଲା।

ଆହୁରି ପଢ଼ନ୍ତୁ: ଜନ୍ମ ପ୍ରମାଣପତ୍ର ପାଇଁ ଗରିବଙ୍କୁ ଲୁଟୁଛନ୍ତି ସରକାରୀ ବାବୁ, ୭୦ ଟଙ୍କା ପରିବର୍ତ୍ତେ ନେଉଛନ୍ତି ୯୦୦

କେନ୍ଦୁଝରରେ ୩୯.୨ ଡିଗ୍ରୀ, ସମ୍ବଲପୁରରେ ୩୮.୪ ଡିଗ୍ରୀ, ହୀରାକୁଦରେ ୩୬.୮ ଡିଗ୍ରୀ, ଚାନ୍ଦବାଲିରେ ୩୮.୦ ଡିଗ୍ରୀ
ବାଲେଶ୍ୱରରେ ୩୭.୦ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଗୋପାଳପୁରରେ ୩୩.୮ ଡିଗ୍ରୀ, ପୁରୀରେ ୩୩.୬ ଡିଗ୍ରୀ ପାରାଦୀପରେ ୩୨.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

ତେବେ ୨ଦିନ ମଧ୍ୟରେ ୩ରୁ ୫ଡିଗ୍ରୀ ଯାଏଁ ତାପମାତ୍ରା ବଢିବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ଏବଂ ୨ଦିନ ପାଇଁ ହିଟୱେଭ ଜାରି କରିଛି ପାଣିପାଗ ବିଭାଗ । ଆଜି ପାଇଁ ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ଅନୁଗୁଳ, ଦେବଗଡ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆହୁରି ପଢ଼ନ୍ତୁ: ଘର କବାଟ ଭାଙ୍ଗି ଆଲମିରାରୁ ୮ ଭରି ସୁନା ସମେତ ନଗଦ ୩ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ପ୍ରଖର ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ଏକାଧିକ ପଦକ୍ଷେପ ଗ୍ରହଣ କରାଯାଇଛି । ଦିନ ୧୧ଟାରୁ ୩ଟା ମଧ୍ୟରେ ଜରୁରୀ କାମ ନଥିଲେ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି। ଶ୍ରମିକମାନଙ୍କ କାମ କରିବା ସମୟ ବି ପରିବର୍ତ୍ତନ କରାଯାଇଛି ।

14 Apr 2023 By The Sakala

ଅସହ୍ୟ ଖରାରେ ସିଝୁଛି ସାରା ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡ଼ା ରାଜ୍ୟର ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ଅସହ୍ୟ ଖରାରେ ବିଭିନ୍ନ ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ। ଆଜି ଦିନ ୧୧ଟା ୩୦ ମିନିଟ ସୁଦ୍ଧା ଝାରସୁଗୁଡ଼ା ରାଜ୍ୟର ଉତ୍ତପ୍ତ ସହର ହୋଇଛି । ଏଠାରେ ୩୯.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ରାଜଧାନୀ ଭୁବନେଶ୍ଵରର ତାପମାତ୍ରା ୩୭.୮ ଡିଗ୍ରୀ ସେଲସିୟସ ଥିଲା।

କେନ୍ଦୁଝରରେ ୩୯.୨ ଡିଗ୍ରୀ, ସମ୍ବଲପୁରରେ ୩୮.୪ ଡିଗ୍ରୀ, ହୀରାକୁଦରେ ୩୬.୮ ଡିଗ୍ରୀ, ଚାନ୍ଦବାଲିରେ ୩୮.୦ ଡିଗ୍ରୀ
ବାଲେଶ୍ୱରରେ ୩୭.୦ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଗୋପାଳପୁରରେ ୩୩.୮ ଡିଗ୍ରୀ, ପୁରୀରେ ୩୩.୬ ଡିଗ୍ରୀ ପାରାଦୀପରେ ୩୨.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

ତେବେ ୨ଦିନ ମଧ୍ୟରେ ୩ରୁ ୫ଡିଗ୍ରୀ ଯାଏଁ ତାପମାତ୍ରା ବଢିବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ଏବଂ ୨ଦିନ ପାଇଁ ହିଟୱେଭ ଜାରି କରିଛି ପାଣିପାଗ ବିଭାଗ । ଆଜି ପାଇଁ ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ଅନୁଗୁଳ, ଦେବଗଡ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ପ୍ରଖର ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ଏକାଧିକ ପଦକ୍ଷେପ ଗ୍ରହଣ କରାଯାଇଛି । ଦିନ ୧୧ଟାରୁ ୩ଟା ମଧ୍ୟରେ ଜରୁରୀ କାମ ନଥିଲେ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି। ଶ୍ରମିକମାନଙ୍କ କାମ କରିବା ସମୟ ବି ପରିବର୍ତ୍ତନ କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର