ବଲାଙ୍ଗିର ସରକାରୀ ଗାର୍ଲସ ହାଇସ୍କୁଲର ଭିତ୍ତିଭୂମି ସମୀକ୍ଷା କଲେ ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର

The Sakala Picture
Published On

ଭୁବନେଶ୍ୱର: ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ଭିଡିଓ କନଫରେନ୍ସିଂ ମାଧ୍ୟମରେ ବଲାଙ୍ଗିର ସରକାରୀ ଗାର୍ଲସ ହାଇସ୍କୁଲର ଭିତ୍ତିଭୂମିର ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନରେ ଶ୍ରୀମୟୀ ମିଶ୍ର ପିଲାଦିନେ ପଢ଼ିଥିବା ନିଜର ଏହି ହାଇସ୍କୁଲକୁ ‘ପୋଷ୍ୟ ସ୍କୁଲ’ ଭାବେ ଗ୍ରହଣ କରିଛନ୍ତି। ସ୍କୁଲର ସୌନ୍ଦର୍ଯ୍ୟକରଣ ସମେତ ସେଠାରେ ଛାତ୍ରୀମାନଙ୍କ ପାଇଁ ଉନ୍ନତମାନର ଲାଇବ୍ରେରୀ, ସାଇନ୍ସ ଲାବ୍ରୋଟୋରୀ, କମ୍ପ୍ୟୁଟର ଲ୍ୟାବ୍ , ସ୍ମାର୍ଟ କ୍ଲାସରୁମ୍ ସୁବିଧା ଆଦି ଉପଲବ୍ଧ କରାଇବା ଦିଗରେ ତୁରନ୍ତ […]

ଭୁବନେଶ୍ୱର: ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ଭିଡିଓ କନଫରେନ୍ସିଂ ମାଧ୍ୟମରେ ବଲାଙ୍ଗିର ସରକାରୀ ଗାର୍ଲସ ହାଇସ୍କୁଲର ଭିତ୍ତିଭୂମିର ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନରେ ଶ୍ରୀମୟୀ ମିଶ୍ର ପିଲାଦିନେ ପଢ଼ିଥିବା ନିଜର ଏହି ହାଇସ୍କୁଲକୁ ‘ପୋଷ୍ୟ ସ୍କୁଲ’ ଭାବେ ଗ୍ରହଣ କରିଛନ୍ତି। ସ୍କୁଲର ସୌନ୍ଦର୍ଯ୍ୟକରଣ ସମେତ ସେଠାରେ ଛାତ୍ରୀମାନଙ୍କ ପାଇଁ ଉନ୍ନତମାନର ଲାଇବ୍ରେରୀ, ସାଇନ୍ସ ଲାବ୍ରୋଟୋରୀ, କମ୍ପ୍ୟୁଟର ଲ୍ୟାବ୍ , ସ୍ମାର୍ଟ କ୍ଲାସରୁମ୍ ସୁବିଧା ଆଦି ଉପଲବ୍ଧ କରାଇବା ଦିଗରେ ତୁରନ୍ତ ପଦକ୍ଷେପ ନିଆଯିବ ବୋଲି ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଟଙ୍କପାଣି ବ୍ରିଜରେ ଅଟୋ ରଖି କୁଆଖାଇ ନଦୀକୁ ଡେଇଁ ଯୁବକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

ଏବେ କୋଭିଡ୍‌-୧୯ କଟକଣା ଥିବାରୁ ଏହି ସ୍କୁଲର ବିଭିନ୍ନ ଷ୍ଟେକ୍ ହୋଲଡରମାନଙ୍କ ସହ ଭିତ୍ତିଭୂମି ପ୍ରସଙ୍ଗରେ ବିଚାରବିମର୍ଶ କରିଥିଲେ। ସ୍କୁଲ ପ୍ରଧାନଶିକ୍ଷୟିତ୍ରୀ ଭାରତୀ ନନ୍ଦଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ଯୋଗ ଦେଇ ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ସ୍କୁଲକୁ କିଭଳି ଉନ୍ନତମାନର କରାଯାଇପାରିବ ସେ ନେଇ ସ୍କୁଲର କିଛି ପୁରାତନ ଛାତ୍ରୀ, ବର୍ତ୍ତମାନର ଛାତ୍ରୀଙ୍କ ସମେତ ଶିକ୍ଷିୟିତ୍ରୀ ଓ ପରିଚାଳନା କମିଟି ସଦସ୍ୟଙ୍କ ମତାମତ ଲୋଡ଼ିଥିଲେ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ୯ ଜଣ ଯୁବ ଆଇଏଏସ୍ ଅଫିସରଙ୍କୁ ଉପ-ଜିଲ୍ଲାପାଳ ଭାବେ ନିଯୁକ୍ତି

ରାଜ୍ୟ ସରକାର ହାଇସ୍କୁଲ ଅପଗ୍ରେଡେସନ୍ କାର୍ଯ୍ୟକ୍ରମରେ ଏହି ସରକାରୀ ହାଇସ୍କୁଲକୁ ସାମିଲ କରାଯାଇଥିବା ତଥା ରାଜ୍ୟର ମେଡିକାଲ ଓ ଇଞ୍ଜିନିୟରିଂ ପାଠ୍ୟକ୍ରମରେ ସରକାରୀ ସ୍କୁଲର ଛାତ୍ରଛାତ୍ରୀଙ୍କ ପାଇଁ ୧୫ପ୍ରତିଶତ ସଂରକ୍ଷଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତିକୁ ଛାତ୍ରୀମାନେ ପ୍ରଶଂସା କରିବା ସହ କୃତଜ୍ଞତା ଜଣାଇଥିଲେ। ‘ମୋ ସ୍କୁଲ’ କାର୍ଯ୍ୟକ୍ରମ ହେଉଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମହତ୍ୱାକାଂକ୍ଷୀ କାର୍ଯ୍ୟକ୍ରମ । ଯାହା ସ୍କୁଲ ସହ ପୁରାତନ ଛାତ୍ରଛାତ୍ରୀଙ୍କୁ ଯୋଡ଼ିବାର ଏକ ଅଭିନବ ପ୍ରୟାସ।

ଆହୁରି ପଢ଼ନ୍ତୁ: ପୁଣି ଅଶାନ୍ତ ରାଜଧାନୀ; ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ

ନିଜେ ପଢ଼ିଥିବା ସ୍କୁଲର ଭିତ୍ତିଭୂମି ବିକାଶ ପାଇଁ ସେ ପ୍ରତିଶ୍ରୁତିବଦ୍ଧ। ସ୍କୁଲ କର୍ତ୍ତୃପକ୍ଷଙ୍କ ଅନୁରୋଧରେ ‘ସ୍ମାର୍ଟ କ୍ଲାସରୁମ୍‌’ ନିର୍ମାଣ କରାଯାଇଛି। ସ୍କୁଲ ଖୋଲିଲେ ଏହା ଉଦଘାଟନ ହେବ। ଏହି ସ୍ମାର୍ଟ କ୍ଲାସରୁମରେ ୫୦ଜଣ ଛାତ୍ରୀ ଏକକାଳୀନ ବସିବାର ସୁବିଧା କରାଯାଇଛି। ସେହିପରି ସ୍କୁଲରେ ଶୈକ୍ଷିକ ପରିବେଶ ଓ ପିଲାମାନଙ୍କ ମଧ୍ୟରେ ପାଠପଢ଼ାରେ ପ୍ରତିଯୋଗିତାମୂଳକ ମନୋଭାବ ବୃଦ୍ଧି ସହ ଭଲ ରେଜଲ୍ଟ କରିବା ପାଇଁ ସ୍କୁଲ ପରିସରରେ ନିୟମିତ କୋଚିଂ କ୍ଲାସ୍ , ସୁପର-୩୦ କ୍ଲାସ ରୁମ୍ , ବିଭିନ୍ନ ପୁରସ୍କାର, ଫଟୋ ଡକ୍ୟୁମେଣ୍ଟେସନ୍ ସହ ବାର୍ଷିକ ଆକ୍ସନ ପ୍ଲାନ୍ ପ୍ରସ୍ତୁତ ନିମନ୍ତେ ପରାମର୍ଶ ଦେଇଛନ୍ତି ଓଟିଡିସି ଅଧ୍ୟକ୍ଷା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର