ଆହୁରି ୨ ଦିନ କଲବଲ କରିପାରେ ତାତି, ୨୧ରୁ କାଳବୈଶାଖୀ ସମ୍ଭାବନା

The Sakala Picture
Published On

ଭୁବନେଶ୍ୱର: ତତଲା କଡେଇରେ ସିଝୁଛି ସାରା ଓଡ଼ିଶା । ଆକାଶରୁ ବର୍ଷୁଛି ନିଆଁ । ଘରୁ ବାହାରିଲେ ମୁହଁ ପୋଡ଼ି ଯାଉଛି। ଆଉ ଏପରି ଅବସ୍ଥାରେ ଅସମ୍ଭାଳ ତାତିକୁ ଗୁଳୁଗଳିରେ ଆଉଟୁ ପାଉଟୁ ହେଉଛନ୍ତି ରାଜ୍ୟବାସୀ। ଆଜି ମଧ୍ୟ ସାରା ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ରାଜ୍ୟବ୍ୟାପୀ ଆକାଶରୁ ଦିନ ତମାମ୍‌‌ ନିଆଁବର୍ଷା ହେଉଥିବା ବେଳେ ଆଗାମୀ ୨ ଦିନ ଯାଏଁ ତାପମାତ୍ରା ଅପରିବର୍ତ୍ତିତ […]

ଭୁବନେଶ୍ୱର: ତତଲା କଡେଇରେ ସିଝୁଛି ସାରା ଓଡ଼ିଶା । ଆକାଶରୁ ବର୍ଷୁଛି ନିଆଁ । ଘରୁ ବାହାରିଲେ ମୁହଁ ପୋଡ଼ି ଯାଉଛି। ଆଉ ଏପରି ଅବସ୍ଥାରେ ଅସମ୍ଭାଳ ତାତିକୁ ଗୁଳୁଗଳିରେ ଆଉଟୁ ପାଉଟୁ ହେଉଛନ୍ତି ରାଜ୍ୟବାସୀ। ଆଜି ମଧ୍ୟ ସାରା ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ରାଜ୍ୟବ୍ୟାପୀ ଆକାଶରୁ ଦିନ ତମାମ୍‌‌ ନିଆଁବର୍ଷା ହେଉଥିବା ବେଳେ ଆଗାମୀ ୨ ଦିନ ଯାଏଁ ତାପମାତ୍ରା ଅପରିବର୍ତ୍ତିତ ରହିବ। ଏହାପରେ କାଳବୈଶାଖୀ ଯୋଗୁଁ ତାପମାତ୍ରାରେ ହ୍ରାସ ଘଟିବା ଆଶା କରାଯାଉଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଅପରପକ୍ଷେ ୨୦ ତାରିଖ ପାଇଁ ରାଜ୍ୟର ୬ ଜିଲ୍ଲାକୁ ହିଟ୍‌‌ ୱେଭ୍‌ ସତର୍କ ସୂଚନା ଜାରି କରାଯାଇଛି। ଉପରୋକ୍ତ ଜିଲ୍ଲାଗୁଡ଼ିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର ଏବଂ ବୌଦ୍ଧ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଭୋଟ୍ ତାଲିକାରୁ କଟିଛି ୯ ଲକ୍ଷ ୮୦ ହଜାର ଭୋଟରଙ୍କ ନାଁ, ତୃଣମୂଳ ସ୍ତରରେ ଯାଞ୍ଚ ହୋଇନଥିବା ଅଭିଯୋଗ

ଗୋଟିଏ ପଟେ ପ୍ରଚଣ୍ଡ ତାତି ଯୋଗୁଁ ଲୋକେ ସନ୍ତୁଳି ହେଉଥିବା ବେଳେ ସମାନ ସମୟରେ ଅସହ୍ୟ ଗୁଳୁଗୁଳି ମଧ୍ୟ ଜନଜୀବନକୁ ଅସ୍ତବ୍ୟସ୍ତ କରି ଦେଇଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଡ. ଉମାଶଙ୍କର ଦାସ କହିଛନ୍ତି ଯେ ରାଜ୍ୟବ୍ୟାପି ତାତି ଯୋଗୁଁ ପାଣିପାଗରେ ଆର୍ଦ୍ରତା ଦେଖାଦେଉଛି। ବର୍ତ୍ତମାନ ସ୍ଥିତିରେ ଉପକୂଳ ଅଞ୍ଚଳରେ ୪୦ରୁ ୫୦ ପ୍ରତିଶତ ଆର୍ଦ୍ରତା ରହୁଛି। ସେହିପରି ଆଭ୍ୟନ୍ତରୀଣ ଓଡ଼ିଶାରେ ୨୦ରୁ ୨୫ ପ୍ରତିଶତ ପର୍ଯ୍ୟନ୍ତ ଆର୍ଦ୍ରତା ରହୁଛି। ଅର୍ଥାତ୍‌‌ ଆଭ୍ୟନ୍ତରୀଣ ଓଡ଼ିଶାରେ ଦିନ ତାପମାତ୍ରା ଅଧିକ ରହୁଥିଲେ ହେଁ ରାତି ସମୟରେ ଏହା ସ୍ୱାଭାବିକ କିମ୍ବା ତାହାଠାରୁ କମ୍‌‌ ରହୁଛି। ମାତ୍ର ଉପକୂଳ ଅଞ୍ଚଳରେ ରାତି ତାପମାତ୍ରା ସ୍ୱାଭାବିକଠାରୁ ୨ରୁ ୩ ଡିଗ୍ରୀ ଅଧିକ ରହୁଛି। ଯାହାଫଳରେ ଦିନରେ ଯେଉଁ ତାତି ରହୁଛି, ସେଥିପାଇଁ ରାତିରେ ମଧ୍ୟ ଗରମ ଅନୁଭୂତ ହେଉଥିବା ସେ କହିଛନ୍ତି। ଏପରି ପାଗ ଆଗାମୀ ୨ ଦିନ ପର୍ଯ୍ୟନ୍ତ ଲାଗି ରହିବ ଏହାପରେ ଏଥିରେ ସାମାନ୍ୟ ଆଶ୍ୱସ୍ତି ମିଳିବ ବୋଲି ସେ କହିଛନ୍ତି।

ଆହୁରି ପଢ଼ନ୍ତୁ: ପ୍ଲଟ ବ୍ୟବସାୟୀ ସୁଧୀର ପାତ୍ର ଅପହରଣ ଓ ହତ୍ୟା ଘଟଣା: ମୁଖ୍ୟ ଅଭିଯୁକ୍ତ ଝିଆରୀ ସମେତ ୮ ଗିରଫ

ଅନ୍ୟପକ୍ଷରେ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ ୨୧ ତାରିଖଠାରୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ସମ୍ଭାବନା ରହିଛି। ୨୧ ତାରିଖରେ କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଏବଂ ରାୟଗଡ଼ା ଆଦି ଜିଲ୍ଲାକୁ କାଳବୈଶାଖୀ ସତର୍କ ସୂଚନା ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ବ୍ଲକସ୍ତରୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ: ସାନଅଁଳକୁ ହରାଇ ଚାମ୍ପିୟନ ହେଲା ତିଛିଣି ତ୍ରିଲୋଚନେଶ୍ୱର ଟିମ୍

20 Apr 2023 By The Sakala

ଆହୁରି ୨ ଦିନ କଲବଲ କରିପାରେ ତାତି, ୨୧ରୁ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର: ତତଲା କଡେଇରେ ସିଝୁଛି ସାରା ଓଡ଼ିଶା । ଆକାଶରୁ ବର୍ଷୁଛି ନିଆଁ । ଘରୁ ବାହାରିଲେ ମୁହଁ ପୋଡ଼ି ଯାଉଛି। ଆଉ ଏପରି ଅବସ୍ଥାରେ ଅସମ୍ଭାଳ ତାତିକୁ ଗୁଳୁଗଳିରେ ଆଉଟୁ ପାଉଟୁ ହେଉଛନ୍ତି ରାଜ୍ୟବାସୀ। ଆଜି ମଧ୍ୟ ସାରା ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ରାଜ୍ୟବ୍ୟାପୀ ଆକାଶରୁ ଦିନ ତମାମ୍‌‌ ନିଆଁବର୍ଷା ହେଉଥିବା ବେଳେ ଆଗାମୀ ୨ ଦିନ ଯାଏଁ ତାପମାତ୍ରା ଅପରିବର୍ତ୍ତିତ ରହିବ। ଏହାପରେ କାଳବୈଶାଖୀ ଯୋଗୁଁ ତାପମାତ୍ରାରେ ହ୍ରାସ ଘଟିବା ଆଶା କରାଯାଉଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଅପରପକ୍ଷେ ୨୦ ତାରିଖ ପାଇଁ ରାଜ୍ୟର ୬ ଜିଲ୍ଲାକୁ ହିଟ୍‌‌ ୱେଭ୍‌ ସତର୍କ ସୂଚନା ଜାରି କରାଯାଇଛି। ଉପରୋକ୍ତ ଜିଲ୍ଲାଗୁଡ଼ିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର ଏବଂ ବୌଦ୍ଧ।

ଗୋଟିଏ ପଟେ ପ୍ରଚଣ୍ଡ ତାତି ଯୋଗୁଁ ଲୋକେ ସନ୍ତୁଳି ହେଉଥିବା ବେଳେ ସମାନ ସମୟରେ ଅସହ୍ୟ ଗୁଳୁଗୁଳି ମଧ୍ୟ ଜନଜୀବନକୁ ଅସ୍ତବ୍ୟସ୍ତ କରି ଦେଇଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଡ. ଉମାଶଙ୍କର ଦାସ କହିଛନ୍ତି ଯେ ରାଜ୍ୟବ୍ୟାପି ତାତି ଯୋଗୁଁ ପାଣିପାଗରେ ଆର୍ଦ୍ରତା ଦେଖାଦେଉଛି। ବର୍ତ୍ତମାନ ସ୍ଥିତିରେ ଉପକୂଳ ଅଞ୍ଚଳରେ ୪୦ରୁ ୫୦ ପ୍ରତିଶତ ଆର୍ଦ୍ରତା ରହୁଛି। ସେହିପରି ଆଭ୍ୟନ୍ତରୀଣ ଓଡ଼ିଶାରେ ୨୦ରୁ ୨୫ ପ୍ରତିଶତ ପର୍ଯ୍ୟନ୍ତ ଆର୍ଦ୍ରତା ରହୁଛି। ଅର୍ଥାତ୍‌‌ ଆଭ୍ୟନ୍ତରୀଣ ଓଡ଼ିଶାରେ ଦିନ ତାପମାତ୍ରା ଅଧିକ ରହୁଥିଲେ ହେଁ ରାତି ସମୟରେ ଏହା ସ୍ୱାଭାବିକ କିମ୍ବା ତାହାଠାରୁ କମ୍‌‌ ରହୁଛି। ମାତ୍ର ଉପକୂଳ ଅଞ୍ଚଳରେ ରାତି ତାପମାତ୍ରା ସ୍ୱାଭାବିକଠାରୁ ୨ରୁ ୩ ଡିଗ୍ରୀ ଅଧିକ ରହୁଛି। ଯାହାଫଳରେ ଦିନରେ ଯେଉଁ ତାତି ରହୁଛି, ସେଥିପାଇଁ ରାତିରେ ମଧ୍ୟ ଗରମ ଅନୁଭୂତ ହେଉଥିବା ସେ କହିଛନ୍ତି। ଏପରି ପାଗ ଆଗାମୀ ୨ ଦିନ ପର୍ଯ୍ୟନ୍ତ ଲାଗି ରହିବ ଏହାପରେ ଏଥିରେ ସାମାନ୍ୟ ଆଶ୍ୱସ୍ତି ମିଳିବ ବୋଲି ସେ କହିଛନ୍ତି।

ଅନ୍ୟପକ୍ଷରେ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ ୨୧ ତାରିଖଠାରୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ସମ୍ଭାବନା ରହିଛି। ୨୧ ତାରିଖରେ କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଏବଂ ରାୟଗଡ଼ା ଆଦି ଜିଲ୍ଲାକୁ କାଳବୈଶାଖୀ ସତର୍କ ସୂଚନା ଜାରି କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର