ଓଡ଼ିଶା ଦକ୍ଷତା କନକ୍ଲେଭ୍ ୨୦୨୩କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ୱର: କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହେଲା ଦକ୍ଷତା ପ୍ରଦର୍ଶନର ମହାକୁମ୍ଭ ‘ଓଡ଼ିଶା ଦକ୍ଷତା କନକ୍ଲେଭ୍‌‌-୨୦୨୩’ । ଓଡ଼ିଶା ଦକ୍ଷତା କନକ୍ଲେଭ୍ ୨୦୨୩ କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆୟୋଜିତ ସଭାରେ ଓଡ଼ିଆ ପିଲାଙ୍କ ସହ ସମ୍ବଲପୁର ଇଟିଜର ଛାତ୍ରୀ ବନ୍ଦେ ଉତ୍କଳ ଜନନୀ ଗାନ କରିଥିଲେ । ଏହାପରେ ସିଙ୍ଗାପୁରର ଆନ୍ଥେମ୍ ପରିବେଷଣ କରାଯାଇଥିଲା । ମୁଖ୍ୟମନ୍ତ୍ରୀ କନକ୍ଲେଭରେ ଯୋଗଦେବା ସହ ଅଭିଭାଷଣ ରଖିଥିଲେ । ୧ ଲକ୍ଷ ଯୁବପିଢ଼ିଙ୍କୁ ଟ୍ରେନିଂ ପାଇଁ […]

ଭୁବନେଶ୍ୱର: କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହେଲା ଦକ୍ଷତା ପ୍ରଦର୍ଶନର ମହାକୁମ୍ଭ ‘ଓଡ଼ିଶା ଦକ୍ଷତା କନକ୍ଲେଭ୍‌‌-୨୦୨୩’ । ଓଡ଼ିଶା ଦକ୍ଷତା କନକ୍ଲେଭ୍ ୨୦୨୩ କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆୟୋଜିତ ସଭାରେ ଓଡ଼ିଆ ପିଲାଙ୍କ ସହ ସମ୍ବଲପୁର ଇଟିଜର ଛାତ୍ରୀ ବନ୍ଦେ ଉତ୍କଳ ଜନନୀ ଗାନ କରିଥିଲେ । ଏହାପରେ ସିଙ୍ଗାପୁରର ଆନ୍ଥେମ୍ ପରିବେଷଣ କରାଯାଇଥିଲା । ମୁଖ୍ୟମନ୍ତ୍ରୀ କନକ୍ଲେଭରେ ଯୋଗଦେବା ସହ ଅଭିଭାଷଣ ରଖିଥିଲେ । ୧ ଲକ୍ଷ ଯୁବପିଢ଼ିଙ୍କୁ ଟ୍ରେନିଂ ପାଇଁ ବଜେଟରେ ୧୦୦ କୋଟିର ବ୍ୟବସ୍ଥା ହୋଇଛି । ସ୍କିଲ୍ ଇନ୍ ଓଡ଼ିଶା ଏବେ ବିଶ୍ୱରେ ଝଟକିବାକୁ ଯାଉଛି ବୋଲି ଅଭିଭାଷଣରେ କହିଛନ୍ତି ମୁଖ୍ୟମନ୍ତ୍ରୀ । ଅଭିଭାଷଣ ପରେ ଏଗଜିବିସନ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ଭାରସାମ୍ୟ ହରାଇ ଓଲଟିଲା ଡିଜେ ଗାଡ଼ି: ଜଣଙ୍କର ମୃତ୍ୟୁ, ୧୦ରୁ ଊର୍ଦ୍ଧ୍ୱ ଆହତ

କନକ୍ଲେଭରେ ପଲିଟେକ୍ନିକ୍, ବୈଷୟିକ ଶିକ୍ଷାନୁଷ୍ଠାନ, ଇଞ୍ଜିନିୟରିଂ କଲେଜର ପ୍ରାୟ ୩ ହଜାର ଶିକ୍ଷାର୍ଥୀ ଓ ଶିଳ୍ପପତି ଯୋଗ ଦେଇଛନ୍ତି । ମେକ୍ ଇନ୍ ଓଡ଼ିଶାର ପାର୍ଟ ୨ ହେଉଛି ଏହି ବିଶ୍ବସ୍ତରୀୟ ଦକ୍ଷତା ଉତ୍ସବ । ବିଶ୍ବସ୍ତରରେ ରେକର୍ଡ କରିଥିବା ଓଡ଼ିଆ ପିଲାଙ୍କ ସାମର୍ଥ୍ୟର ସୋ-କେସିଂ ପାଇଁ ଏଭଳି ସ୍କିଲ୍ କନକ୍ଲେଭର ଆୟୋଜନ କରାଯାଉଛି । ଆଜି ଉଦଘାଟନୀ ଦିବସରେ ଖଣି ଅଞ୍ଚଳରେ ଆର୍ଥ ମୁଭର୍ସ୍ ଚଳାଉଥିବା ୮ରୁ ୧୦ ଜଣ ମହିଳା ଡ୍ରାଇଭରଙ୍କୁ ପୁରସ୍କୃତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆହୁରି ପଢ଼ନ୍ତୁ: ଆଜି କୋଟିଆ ଗସ୍ତରେ ଯିବ ବିଜେଡିର ପ୍ରତିନିଧି ଦଳ, ଆନ୍ଧ୍ର ସରକାରଙ୍କ ନିର୍ବାଚନ ସମ୍ପର୍କିତ କାର୍ଯ୍ୟକଳାପକୁ କରିବ ବିରୋଧ

ଓଡ଼ିଶା ଦେଶର ପ୍ରଥମ ରାଜ୍ୟ ଭାବେ ଏହି କନକ୍ଲେଭ୍‌‌ ଆୟୋଜନ କରୁଛି। ଯାହାକି ଆସନ୍ତା ୨୦ରୁ ୨୨ ତାରିଖ ଯାଏଁ ଅନୁଷ୍ଠିତ ହେବ। ବିଶ୍ୱ ବଜାରରେ ‘ସ୍କିଲ୍‌‌-ଇନ୍‌‌-ଓଡ଼ିଶା’ର ବ୍ରାଣ୍ଡ୍‌‌କୁ ପ୍ରୋତ୍ସାହିତ କରିବା ଦକ୍ଷ ମାନବ ସମ୍ବଳ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ଏହି କନ୍‌‌କ୍ଲେଭର ପ୍ରମୁଖ ଉଦ୍ଦେଶ୍ୟ ରହିଛି।

ଆହୁରି ପଢ଼ନ୍ତୁ: ସମ୍ଭାବ୍ୟ ବାତ୍ୟା ପାଇଁ ରାଷ୍ଟ୍ରପତିଙ୍କ ରାଇରଙ୍ଗପୁର ଗସ୍ତରେ ପରିବର୍ତ୍ତନ, ନଭେମ୍ୱର ୪ରେ ଆସିପାରନ୍ତି ରାଷ୍ଟ୍ରପତି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର