ଆଜି ଇଦ୍‌ ଉଲ୍‌ ଫିତର୍, ଚଳଚଞ୍ଚଳ ମସଜିଦ ଓ ଇଦଗା ମୈଦାନ

The Sakala Picture
Published On

ଭୁବନେଶ୍ୱର: ଆଜି ମୁସଲମାନଙ୍କ ବଡ଼ ପର୍ବ ଇଦ। ଏହି ଉପଲକ୍ଷେ ଆଜି ରାଜ୍ୟର ସବୁ ମସଜିଦ ଓ ଇଦଗା ମୈଦାନ ଚଳଚଞ୍ଚଳ ହୋଇଉଠିଲାଣି। ସକାଳୁ ସକାଳୁ ସମୂହ ନମାଜ ପାଠ ପାଇଁ ବିଭିନ୍ନ ମସଜିଦରେ ପ୍ରବଳ ଭିଡ଼ ଜମିଥିବା ଦେଖିବାକୁ ମିଳିଛି। ସମୂହ ନମାଜ ପାଠ ପରେ ପରସ୍ପରକୁ ଇଦ ମୁବାରକ ଜଣାଇବେ ସଭିଁଏ। ଏହାପରେ ଘରେ ଘରେ ସୁସ୍ୱାଦୁ ବ୍ୟଞ୍ଜନ ସାଙ୍ଗକୁ ମଉଜର ଆସର ଜମିବ। ଆଜିର ଦିନକୁ ଇସଲାମ ଧର୍ମରେ ବଳିଦାନର ଦିନ ବୋଲି […]

ଭୁବନେଶ୍ୱର: ଆଜି ମୁସଲମାନଙ୍କ ବଡ଼ ପର୍ବ ଇଦ। ଏହି ଉପଲକ୍ଷେ ଆଜି ରାଜ୍ୟର ସବୁ ମସଜିଦ ଓ ଇଦଗା ମୈଦାନ ଚଳଚଞ୍ଚଳ ହୋଇଉଠିଲାଣି। ସକାଳୁ ସକାଳୁ ସମୂହ ନମାଜ ପାଠ ପାଇଁ ବିଭିନ୍ନ ମସଜିଦରେ ପ୍ରବଳ ଭିଡ଼ ଜମିଥିବା ଦେଖିବାକୁ ମିଳିଛି। ସମୂହ ନମାଜ ପାଠ ପରେ ପରସ୍ପରକୁ ଇଦ ମୁବାରକ ଜଣାଇବେ ସଭିଁଏ। ଏହାପରେ ଘରେ ଘରେ ସୁସ୍ୱାଦୁ ବ୍ୟଞ୍ଜନ ସାଙ୍ଗକୁ ମଉଜର ଆସର ଜମିବ।

ଆହୁରି ପଢ଼ନ୍ତୁ: ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରି ଗଛରେ ଟାଙ୍ଗି ଦେଲେ ଦୁର୍ବୁତ୍ତ !

ଆଜିର ଦିନକୁ ଇସଲାମ ଧର୍ମରେ ବଳିଦାନର ଦିନ ବୋଲି କୁହାଯାଏ । ଇସଲାମ ଧର୍ମାବଲମ୍ବୀମାନେ ଏହି ପର୍ବରେ ଭଗବାନ ଆଲ୍ଲାଙ୍କୁ କୃତଜ୍ଞତା ଜ୍ଞାପନ କରିବା ସହିତ ଭୋଜି-ଭାତ ସହିତ ଅନେକ ସୁସ୍ୱାଦୁ ଭୋଜନର ମଜା ନେଇଥାନ୍ତି । ଏହାଛଡ଼ା ନୂଆ ପୋଷାକ, ସାଙ୍ଗସାଥି, ଜ୍ଞାତି-କୁଟୁମ୍ବଙ୍କ ଭିତରେ ଉପହାରର ଆଦାନ ପ୍ରଦାନ କରିଥାନ୍ତି। ଏଇ ଦିନ କଳିତକରାଳ, ବିଶେଷକରି ପାରିବାରିକ ଝଗଡ଼ାକୁ ମେଣ୍ଟେଇବାକୁ ଚେଷ୍ଟା କରିଥାନ୍ତି ।

ଆହୁରି ପଢ଼ନ୍ତୁ: ବିଜେପି ସରକାରଙ୍କ ଅଢେଇ ବର୍ଷର ଶାସନରେ ରାଜ୍ୟର ଶିକ୍ଷା ବ୍ୟବସ୍ଥା ଭୁଶୁଡିବା ସ୍ଥିତିରେ ପହଞ୍ଚିଛି: ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର