ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା; ଆଜି ପାଇଁ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

The Sakala Picture
Published On

ଭୁବନେଶ୍ୱର: ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା । ଆଜି ପାଇଁ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିସବୁ ଜିଲ୍ଲା ଗୁଡ଼ିକ ହେଲା -ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, କେଉଁଝର, ମୟୁରଭଂଜ,ଅନୁଗୁଳ, ଢେ଼ଙ୍କାନାଳ,ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ମାଲକାନାଗିରି । ଏସବୁ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ବର୍ଷା ସହ ଘଣ୍ଟା ପ୍ରତି ୩୦ ରୁ […]

ଭୁବନେଶ୍ୱର: ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା । ଆଜି ପାଇଁ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିସବୁ ଜିଲ୍ଲା ଗୁଡ଼ିକ ହେଲା -ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, କେଉଁଝର, ମୟୁରଭଂଜ,ଅନୁଗୁଳ, ଢେ଼ଙ୍କାନାଳ,ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ମାଲକାନାଗିରି । ଏସବୁ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ବର୍ଷା ସହ ଘଣ୍ଟା ପ୍ରତି ୩୦ ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି: ୫ଟି ଆଲମିରା ଯାଞ୍ଚ ଶେଷ, ଅତ୍ୟାଧୁନିକ ୩ଡି ମ୍ୟାପିଂରେ ରହିବ ସବୁ ତଥ୍ୟ

ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲାରେ ଆଜି କାଳବୈଶାଖୀ ପ୍ରଭାବ ଅଧିକ ହେବା ସମ୍ଭାବନା ରହିଛି। କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ସହ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି। ସେହିସବୁ ଜିଲ୍ଲା ଗୁଡ଼ିକ ହେଲା – ଗଂଜାମ,ଗଜପତି, କୋରାପୁଟ, ମୟୁରଭଂଜ,ବାଲେଶ୍ଵର। ସେହିପରି ଆସନ୍ତାକାଲି ପାଇଁ ୧୦ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା କାଲି କାଳବୈଶାଖୀ ପ୍ରଭାବ ସାମାନ୍ୟ କମିବା ପରେ ୩୦ରୁ ପୁଣି ପ୍ରଭାବ ବଢ଼ିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଆହୁରି ପଢ଼ନ୍ତୁ: ପାଠ୍ୟପୁସ୍ତକରେ ବ୍ୟାପକ ତ୍ରୁଟି ପ୍ରସଙ୍ଗରେ ସରକାରଙ୍କ ଉପରେ ବର୍ଷିଲା ବିଜେଡି, '୩ ମାସ ପରେ ମଧ୍ୟ ତ୍ରୁଟିଶୂନ୍ୟ ପୁସ୍ତକ ପ୍ରଦାନରେ ରାଜ୍ୟ ସରକାର ବିଫଳ'

ବର୍ତ୍ତମାନ ଦିନ ତାପମାତ୍ରା ସ୍ଵାଭାବିକ ଠାରୁ ୨ ଡିଗ୍ରୀ କମ୍ ରହିଛି। ଏଥିସହ ଗତ ୨୪ ଘଣ୍ଟାରେ ତାଳଚେରରେ ସର୍ବାଧିକ ବର୍ଷା ୩୯.୪ ଡିଗ୍ରୀ ସେଲିସିୟସ ରେକର୍ଡ଼ କରାଯାଇଥିବା ବେଳେ ସର୍ବନିମ୍ନ ତାପମାତ୍ରା ବାଲେଶ୍ଵରରେ ୧୯.୪ ଡିଗ୍ରୀ ରେକର୍ଡ କରାଯାଇଛି। ଆଜି ଭୁବନେଶ୍ଵରରେ ତାପମାତ୍ରା ୩୬ ଡିଗ୍ରୀ ପାଖାପାଖି ରହିବାର ସମ୍ଭାବନା ରହିଛି ।

ଆହୁରି ପଢ଼ନ୍ତୁ: ପଛକୁ ପଛ ଆସୁଛି ଦୁଇଟି ଲଘୁଚାପ ! ଆସନ୍ତା ୯ ତାରିଖରୁ ରାଜ୍ୟରେ ପୁଣି ବଢ଼ିବ ବର୍ଷାର ପରିମାଣ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର