ଆଇଏଏସ୍ ସ୍ତରରେ ଅଦଳବଦଳ: ସଂଜୟ ସିଂହ ହେଲେ ବିଏମସିର ନୂଆ କମିଶନର, ପ୍ରେମଚନ୍ଦ୍ର ଚୌଧୁରୀ ହେଲେ ସାଧାରଣ ପ୍ରଶାସନ ବିଭାଗର ସ୍ୱତନ୍ତ୍ର ଅଫିସର

The Sakala Picture
Published On

ଭୁବନେଶ୍ୱର: ଆଇଏଏସ୍ ସ୍ତରରେ ଅଦଳବଦଳ କରାଯାଇଛି। ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀଙ୍କୁ ବଦଳି କରାଯାଇଛି । ଏବେ ତାଙ୍କ ସ୍ଥାନରେସଞ୍ଜୟ ସିଂହଙ୍କୁ ବିଏମସିର ନୂଆ କମିଶନର ଭାବରେ ନିଯୁକ୍ତି ମିଳିଛି। ପ୍ରେମଚନ୍ଦ୍ର ଚୌଧୁରୀ ପୂର୍ବରୁ ବିଏମସି କମିଶନର ତଥା ଭୁବନେଶ୍ୱର ଡେଭଲପମେଣ୍ଟ ଅଥୋରିଟି (ବିଡିଏ)ର ଭାଇସ୍ ଚେୟାରମ୍ୟାନ୍ (ଅତିରିକ୍ତ) ତଥା ଭୁବନେଶ୍ୱର ସ୍ମାର୍ଟ ସିଟି ଲି.ର ସିଇଓ ଦାୟିତ୍ୱରେ ଥିଲେ । ହେଲେ ଏବେ ତାଙ୍କୁ ସାଧାରଣ ପ୍ରଶାସନର ସ୍ବତନ୍ତ୍ର ଅଧିକାରୀ ଦାୟିତ୍ବ ପ୍ରଦାନ କରାଯାଇଛି। ସଞ୍ଜୟ […]

ଭୁବନେଶ୍ୱର: ଆଇଏଏସ୍ ସ୍ତରରେ ଅଦଳବଦଳ କରାଯାଇଛି। ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀଙ୍କୁ ବଦଳି କରାଯାଇଛି । ଏବେ ତାଙ୍କ ସ୍ଥାନରେସଞ୍ଜୟ ସିଂହଙ୍କୁ ବିଏମସିର ନୂଆ କମିଶନର ଭାବରେ ନିଯୁକ୍ତି ମିଳିଛି।

ଆହୁରି ପଢ଼ନ୍ତୁ: ଲଗାଣ ବର୍ଷାରେ ମୟୂରଭଞ୍ଜ ସ୍ଥିତି ବେହାଲ; ବାଙ୍ଗିରିପୋଷି ଓ ସାରସକଣାରେ ସର୍ବାଧିକ ବର୍ଷା, କାତରା ଓ ବୁଢାବଳଙ୍ଗରେ ବନ୍ୟା

ପ୍ରେମଚନ୍ଦ୍ର ଚୌଧୁରୀ ପୂର୍ବରୁ ବିଏମସି କମିଶନର ତଥା ଭୁବନେଶ୍ୱର ଡେଭଲପମେଣ୍ଟ ଅଥୋରିଟି (ବିଡିଏ)ର ଭାଇସ୍ ଚେୟାରମ୍ୟାନ୍ (ଅତିରିକ୍ତ) ତଥା ଭୁବନେଶ୍ୱର ସ୍ମାର୍ଟ ସିଟି ଲି.ର ସିଇଓ ଦାୟିତ୍ୱରେ ଥିଲେ । ହେଲେ ଏବେ ତାଙ୍କୁ ସାଧାରଣ ପ୍ରଶାସନର ସ୍ବତନ୍ତ୍ର ଅଧିକାରୀ ଦାୟିତ୍ବ ପ୍ରଦାନ କରାଯାଇଛି।

ଆହୁରି ପଢ଼ନ୍ତୁ: ଲଗାଣ ବର୍ଷା ଯୋଗୁଁ ମାଟିକାନ୍ଥ ପଡି ମହିଳା ମୃତ

ସଞ୍ଜୟ କୁମାର ସିଂ ନୂଆ ବିଏମସି କମିଶନର ଦାୟିତ୍ୱ ନେବା ସହ ବିଡିଏର ଉପାଧ୍ୟକ୍ଷ ଦାୟିତ୍ୱରେ ମଧ୍ୟ ରହିବେ । ସ୍ମାର୍ଟ ସିଟିର ସିଇଓ ଦାୟିତ୍ୱ ମଧ୍ୟ ସଞ୍ଜୟ ସିଂହ ନେବେ । ଏ ନେଇ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ଇ-କମର୍ସ ପାର୍ସଲ ଜରିଆରେ କରୁଥିଲେ ଗଞ୍ଜେଇ କାରବାର, ଆନ୍ତଃରାଜ୍ୟ ଡ୍ରଗ୍ସ ରାକେଟ୍ ଠାବ

ବିଷ୍ଣୁପଦ ସେଠୀଙ୍କୁ ସୂଚନା ଓ ଲୋକ ସଂପର୍କ ଦାୟିତ୍ୱ ମିଳିଛି । ବିଷ୍ଣୁପଦ ସେଠୀ ଏବେ ରାଜସ୍ୱ ବିଭାଗର ପ୍ରମୁଖ ସଚିବ ଅଛନ୍ତି । ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଦାୟିତ୍ୱରେ ମଧ୍ୟ ଅଛନ୍ତି ବିଷ୍ଣୁପଦ ସେଠୀ ।

କ୍ରିଷନ କୁମାରଙ୍କୁ ଇଡକୋର ଅତିରିକ୍ତ ଦାୟିତ୍ୱ ମିଳିଛି । କ୍ରିଷନ କୁମାର ଏବେ ପୂର୍ତ୍ତ ବିଭାଗ ସଚିବ ଦାୟିତ୍ୱରେ ଅଛନ୍ତି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ୱରେ ମଧ୍ୟ ଅଛନ୍ତି କ୍ରିଷନ କୁମାର । PKDA ଅତିରିକ୍ତ ଦାୟିତ୍ୱରେ ଅଛନ୍ତି କ୍ରିଷନ କୁମାର।

ହେମନ୍ତ ଶର୍ମାଙ୍କୁ ଦକ୍ଷତା ବିକାଶ ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ହେମନ୍ତ ଶର୍ମାଙ୍କୁ ବୈଷୟିକ ଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ ମିଳିଛି । ହେମନ୍ତ ଶର୍ମା ଏବେ ଶିଳ୍ପ ବିଭାଗର ସଚିବ ଅଛନ୍ତି ।  IPICOLର ଅଧ୍ୟକ୍ଷ ଦାୟିତ୍ୱରେ ମଧ୍ୟ ଅଛନ୍ତି ହେମନ୍ତ ଶର୍ମା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର