ପୁଣି ବିରାଟ ଓ ଗମ୍ଭୀରଙ୍କ ମଧ୍ୟରେ ବାକ୍ ଯୁଦ୍ଧ, ଉଭୟଙ୍କର କଟିଲା ଶତପ୍ରତିଶତ ମ୍ୟାଚ ଫି’

The Sakala Picture
Published On

ଲକ୍ଷ୍ନୌ: ପୁଣି ଥରେ ବିରାଟ କ‌ୋହଲି ଓ ଗୌତମ ଗମ୍ଭୀରଙ୍କ ମଧ୍ୟରେ ବାକ୍ ଯୁଦ୍ଧ ଦେଖିବାକୁ ମିଳିଛି। ଗତକାଲି ଲକ୍ଷ୍ନୌର ଏକନା କ୍ରିକେଟ ଷ୍ଟାଡିୟମରେ ଲକ୍ଷ୍ନୌ –ବାଙ୍ଗାଲୋର ଆଇପିଏଲ୍ ମ୍ୟାଚ ପରେ ଏଭଳି ଅଭାବନୀୟ ଘଟଣା ଘଟିିଛି। ଆରସିବି ଲକ୍ଷ୍ନୌ ସୁପର ଜ୍ୟାଣ୍ଟସକୁ ହରାଇବା ପରେ ବିରାଟ ଓ ଲକ୍ଷ୍ନୌ ମେଣ୍ଟର ଗୌତମ ଗମ୍ଭୀରଙ୍କ ମଧ୍ୟରେ ପଡ଼ିଆ ଭିତରେ କୌଣସି କାରଣକୁ ନେଇ ବାକ୍-ଯୁଦ୍ଧ ଆରମ୍ଭ ହୋଇଯାଇଥିଲା। ପରେ ଅମିତ ମିଶ୍ର, ବାଙ୍ଗାଲୋର କ୍ୟାପଟେନ୍ ଫାପ୍ ଡୁ […]

ଲକ୍ଷ୍ନୌ: ପୁଣି ଥରେ ବିରାଟ କ‌ୋହଲି ଓ ଗୌତମ ଗମ୍ଭୀରଙ୍କ ମଧ୍ୟରେ ବାକ୍ ଯୁଦ୍ଧ ଦେଖିବାକୁ ମିଳିଛି। ଗତକାଲି ଲକ୍ଷ୍ନୌର ଏକନା କ୍ରିକେଟ ଷ୍ଟାଡିୟମରେ ଲକ୍ଷ୍ନୌ –ବାଙ୍ଗାଲୋର ଆଇପିଏଲ୍ ମ୍ୟାଚ ପରେ ଏଭଳି ଅଭାବନୀୟ ଘଟଣା ଘଟିିଛି। ଆରସିବି ଲକ୍ଷ୍ନୌ ସୁପର ଜ୍ୟାଣ୍ଟସକୁ ହରାଇବା ପରେ ବିରାଟ ଓ ଲକ୍ଷ୍ନୌ ମେଣ୍ଟର ଗୌତମ ଗମ୍ଭୀରଙ୍କ ମଧ୍ୟରେ ପଡ଼ିଆ ଭିତରେ କୌଣସି କାରଣକୁ ନେଇ ବାକ୍-ଯୁଦ୍ଧ ଆରମ୍ଭ ହୋଇଯାଇଥିଲା। ପରେ ଅମିତ ମିଶ୍ର, ବାଙ୍ଗାଲୋର କ୍ୟାପଟେନ୍ ଫାପ୍ ଡୁ ପ୍ଲେସିସ୍ ଓ ଲକ୍ଷ୍ନୌ କୋଚ୍ ବିଜୟ ଦାହିୟା ଦୁହିଁଙ୍କୁ ଅଲଗା କରିଦେଇଥିଲେ। ବାଙ୍ଗାଲୋରଠାରୁ ଲକ୍ଷ୍ନୌ ହାରିଯିବା ପରେ ଏଭଳି ପରିସ୍ଥିତି ସୃଷ୍ଟି ହୋଇଥିଲା।

ଆହୁରି ପଢ଼ନ୍ତୁ: ଆଜି କୋଟିଆ ଗସ୍ତରେ ଯିବ ବିଜେଡିର ପ୍ରତିନିଧି ଦଳ, ଆନ୍ଧ୍ର ସରକାରଙ୍କ ନିର୍ବାଚନ ସମ୍ପର୍କିତ କାର୍ଯ୍ୟକଳାପକୁ କରିବ ବିରୋଧ

ତେବେ ଏହି ଘଟଣାରେ ଆଇପିଏଲ୍ କୋଡ୍ ଅଫ୍ କଣ୍ଡକ୍ଟ ଅନୁସାରେ ଦୁଇ ଖେଳାଳିଙ୍କୁ ଜରିମାନା କରାଯାଇଛି। ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍ ମେଣ୍ଟର ଗୌତମ ଗମ୍ଭୀରଙ୍କ ଶତପ୍ରତିଶତ ମ୍ୟାଚଫି କାଟି ଦିଆଯାଇଛି। ସେହିପରି ଆରସିବି ବ୍ୟାଟର ବିରାଟ କୋହଲିଙ୍କର ମଧ୍ୟ ଶତପ୍ରତିଶତ ମ୍ୟାଚଫି କଟାଯାଇଛି। ଦୁହେଁ ଆଇପିଏଲ୍ କୋଡ ଅଫ୍ କଣ୍ଡକ୍ଟର ଧାରା ୨-୨୧ ଅନ୍ତର୍ଗତ ଲେଭଲ୍ -୨ ଅବମାନନା କରିଥିବା ସ୍ବୀକାର କରିଛନ୍ତି। ସେହିପରି ଏହି ଘଟଣାରେ ‌ଲକ୍ଷ୍ନୌର ବୋଲର ନବୀନ୍-ଉଲ୍-ହକଙ୍କର ୫୦ ପ୍ରତିଶତ ମ୍ୟାଚ ଫି କଟାଯାଇଛି।

ଆହୁରି ପଢ଼ନ୍ତୁ: ବିଜେପି ଶାସନରେ ଓଡ଼ିଶାର ପର୍ଯ୍ୟଟନସ୍ଥଳୀ ଅସୁରକ୍ଷିତ, ମହିଳା ଓ ପର୍ଯ୍ୟଟକଙ୍କୁ ସୁରକ୍ଷା ଦେବାରେ ସରକାର ବିଫଳ: ବିଜେଡି

 

ଆହୁରି ପଢ଼ନ୍ତୁ: ସମ୍ଭାବ୍ୟ ବାତ୍ୟାକୁ ନେଇ ରାୟଗଡ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି: ୩ପାୱାର ବୋଟ୍‌ ସହ ୮୪ ଅସ୍ଥାୟୀ ଆଶ୍ରୟସ୍ଥଳୀ ପ୍ରସ୍ତୁତ, ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର