ମହାମହିମଙ୍କ ରାଷ୍ଟ୍ରପତିଙ୍କ ତିନିଦିନିଆ ଓଡ଼ିଶା ଗସ୍ତର ଆଜି ଶେଷଦିନ, ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ହେବେ ସାମିଲ

The Sakala Picture
Published On

ବାରିପଦା: ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ର୍ମୁର୍ମୁଙ୍କ ୩ଦିନିଆ ଓଡ଼ିଶା ଗସ୍ତର ଶେଷ ଦିନ । ଅନ୍ତିମ ଦିନରେ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ସାମିଲ ହେବେ ରାଷ୍ଟ୍ରପତି । ସେଠାରେ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ଦୀକ୍ଷାନ୍ତ ଭାଷଣ ଦେବାର କାର୍ଯ୍ୟକ୍ରମ କରିଛି । ଏହି ଅବସରରେ ମାଙ୍କିଡିଆ, ଲୋଧା ଆଦି କେତେକ ପ୍ରାଚୀନ ଜନଜାତିର ପ୍ରତିନିଧିଙ୍କୁ ଭେଟିବା ସହ ବିଭିନ୍ନ ବ୍ୟକ୍ତିବିଶେଷଙ୍କୁ ପ୍ରଦାନ କରିବେ ସମ୍ମାନସୂଚକ ଡକ୍ଟରେଟ୍ । ପରେ ଅପରାହ୍ନରେ ନୂଆଦିଲ୍ଲୀ ଫେରିଯିବେ […]

ବାରିପଦା: ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ର୍ମୁର୍ମୁଙ୍କ ୩ଦିନିଆ ଓଡ଼ିଶା ଗସ୍ତର ଶେଷ ଦିନ । ଅନ୍ତିମ ଦିନରେ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ସାମିଲ ହେବେ ରାଷ୍ଟ୍ରପତି । ସେଠାରେ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ଦୀକ୍ଷାନ୍ତ ଭାଷଣ ଦେବାର କାର୍ଯ୍ୟକ୍ରମ କରିଛି । ଏହି ଅବସରରେ ମାଙ୍କିଡିଆ, ଲୋଧା ଆଦି କେତେକ ପ୍ରାଚୀନ ଜନଜାତିର ପ୍ରତିନିଧିଙ୍କୁ ଭେଟିବା ସହ ବିଭିନ୍ନ ବ୍ୟକ୍ତିବିଶେଷଙ୍କୁ ପ୍ରଦାନ କରିବେ ସମ୍ମାନସୂଚକ ଡକ୍ଟରେଟ୍ । ପରେ ଅପରାହ୍ନରେ ନୂଆଦିଲ୍ଲୀ ଫେରିଯିବେ ରାଷ୍ଟ୍ରପତି ।

ଆହୁରି ପଢ଼ନ୍ତୁ: ଆମେରିକା ଆକ୍ରମଣରେ ଇରାନର ‘IRIS Dena’ ଧ୍ୱଂସ: ଶ୍ରୀଲଙ୍କା ନିକଟରେ ଅନ୍ୟ ଏକ ଇରାନୀ ଜାହାଜର ଜରୁରୀ ସହାୟତା ଲୋଡ଼ା

ଆଜି ସକାଳ ୯ଟା ୪୦ରେ ସର୍କିଟ ହାଉସରୁ ବାହାରି ବାରିପଦା ତକତପୁର ସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ପହଁଞ୍ଚିବେ। ମହାରାଜାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ପରେ ୧୦ଟା ୧୫ରୁ ୧୧ଟା ପର୍ଯ୍ୟନ୍ତ ଆଦିମ ଜନଜାତି ସମ୍ପ୍ରଦାୟର ଲୋକଙ୍କ ସହ ମିଶିବେ। ପରେ ୧୧ଟା ୧୫ରୁ ୧୨ଟା ୧୫ ପର୍ଯ୍ୟନ୍ତ ବିଶ୍ୱବିଦ୍ୟାଳୟର ଦ୍ୱାଦଶ ସମାବର୍ତ୍ତନ ଉତ୍ସବର ମୁଖ୍ୟ ଅତିଥି ଭାବେ ଉଦବୋଧନ ଦେବେ । ୧୨ଟା ୨୫ରେ ସେଠାରୁ ବାହାରି ବାରିପଦା ହେଲିପ୍ୟାଡ୍‌ରୁ କୋଲେଇକୁଣ୍ଡା ଦେଇ ପାଲମ ଏୟାରପୋର୍ଟ ଅଭିମୁଖେ ଯାତ୍ରା କରିବାର କାର୍ଯ୍ୟକ୍ରମ ରହିଛି।

ଆହୁରି ପଢ଼ନ୍ତୁ: ଆସାମରେ ବାୟୁସେନାର ସୁଖୋଇ-୩୦ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ, ୨ ପାଇଲଟ୍ ଶହୀଦ

ରାଷ୍ଟ୍ରପତି ହେବା ପରେ ପ୍ରଥମଥର କରି ଜନ୍ମମାଟିରେ ଆସିଥିଲେ ମହାମହିମ । ନିଜ ଗାଁ ପାହାଡ଼ପୁର ଯାଇ ସ୍ବର୍ଗତ ଶ୍ୟାମଚରଣ ମୁର୍ମୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ । ଏହାସହିତ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ । ସେହିପରି ଗତକାଲି ଦ୍ବିତୀୟ ଦିନରେ ରାଇରଙ୍ଗପୁରସ୍ଥିତ ଶିବମନ୍ଦିର ଓ ଜଗନ୍ନାଥ ମନ୍ଦିର ପରିଦର୍ଶନ ପରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ପୀଠରେ ଶ୍ରଦ୍ଧାଞ୍ଜଳି ଦେଇଥିଲେ । ଏହା ସହ ଶିମିଳିପାଳ ପରିଦର୍ଶନ କରିଥିଲେ ରାଷ୍ଟ୍ରପତି ।

ଆହୁରି ପଢ଼ନ୍ତୁ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

06 May 2023 By The Sakala

ମହାମହିମଙ୍କ ରାଷ୍ଟ୍ରପତିଙ୍କ ତିନିଦିନିଆ ଓଡ଼ିଶା ଗସ୍ତର ଆଜି ଶେଷଦିନ, ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ହେବେ ସାମିଲ

ବାରିପଦା: ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ର୍ମୁର୍ମୁଙ୍କ ୩ଦିନିଆ ଓଡ଼ିଶା ଗସ୍ତର ଶେଷ ଦିନ । ଅନ୍ତିମ ଦିନରେ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ସାମିଲ ହେବେ ରାଷ୍ଟ୍ରପତି । ସେଠାରେ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ଦୀକ୍ଷାନ୍ତ ଭାଷଣ ଦେବାର କାର୍ଯ୍ୟକ୍ରମ କରିଛି । ଏହି ଅବସରରେ ମାଙ୍କିଡିଆ, ଲୋଧା ଆଦି କେତେକ ପ୍ରାଚୀନ ଜନଜାତିର ପ୍ରତିନିଧିଙ୍କୁ ଭେଟିବା ସହ ବିଭିନ୍ନ ବ୍ୟକ୍ତିବିଶେଷଙ୍କୁ ପ୍ରଦାନ କରିବେ ସମ୍ମାନସୂଚକ ଡକ୍ଟରେଟ୍ । ପରେ ଅପରାହ୍ନରେ ନୂଆଦିଲ୍ଲୀ ଫେରିଯିବେ ରାଷ୍ଟ୍ରପତି ।

ଆଜି ସକାଳ ୯ଟା ୪୦ରେ ସର୍କିଟ ହାଉସରୁ ବାହାରି ବାରିପଦା ତକତପୁର ସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ପହଁଞ୍ଚିବେ। ମହାରାଜାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ପରେ ୧୦ଟା ୧୫ରୁ ୧୧ଟା ପର୍ଯ୍ୟନ୍ତ ଆଦିମ ଜନଜାତି ସମ୍ପ୍ରଦାୟର ଲୋକଙ୍କ ସହ ମିଶିବେ। ପରେ ୧୧ଟା ୧୫ରୁ ୧୨ଟା ୧୫ ପର୍ଯ୍ୟନ୍ତ ବିଶ୍ୱବିଦ୍ୟାଳୟର ଦ୍ୱାଦଶ ସମାବର୍ତ୍ତନ ଉତ୍ସବର ମୁଖ୍ୟ ଅତିଥି ଭାବେ ଉଦବୋଧନ ଦେବେ । ୧୨ଟା ୨୫ରେ ସେଠାରୁ ବାହାରି ବାରିପଦା ହେଲିପ୍ୟାଡ୍‌ରୁ କୋଲେଇକୁଣ୍ଡା ଦେଇ ପାଲମ ଏୟାରପୋର୍ଟ ଅଭିମୁଖେ ଯାତ୍ରା କରିବାର କାର୍ଯ୍ୟକ୍ରମ ରହିଛି।

ରାଷ୍ଟ୍ରପତି ହେବା ପରେ ପ୍ରଥମଥର କରି ଜନ୍ମମାଟିରେ ଆସିଥିଲେ ମହାମହିମ । ନିଜ ଗାଁ ପାହାଡ଼ପୁର ଯାଇ ସ୍ବର୍ଗତ ଶ୍ୟାମଚରଣ ମୁର୍ମୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ । ଏହାସହିତ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ । ସେହିପରି ଗତକାଲି ଦ୍ବିତୀୟ ଦିନରେ ରାଇରଙ୍ଗପୁରସ୍ଥିତ ଶିବମନ୍ଦିର ଓ ଜଗନ୍ନାଥ ମନ୍ଦିର ପରିଦର୍ଶନ ପରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ପୀଠରେ ଶ୍ରଦ୍ଧାଞ୍ଜଳି ଦେଇଥିଲେ । ଏହା ସହ ଶିମିଳିପାଳ ପରିଦର୍ଶନ କରିଥିଲେ ରାଷ୍ଟ୍ରପତି ।

https://www.thesakala.in/latest-odisha-news/today-is-the-last-day-of-president-draupadi-murmus-three-day-odisha-visit/article-21383
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର