ଆଜି ବଙ୍ଗୋପସାଗରରେ ସୃଷ୍ଟିହେବ ଘୂର୍ଣ୍ଣିବଳୟ; ୮ ତାରିଖ ସୁଦ୍ଧା ନେଇପାରେ ଅବପାତର ରୂପ

The Sakala Picture
Published On

ଭୁବନେଶ୍ୱର: ବଙ୍ଗୋପସାଗରରେ ଶନିବାର ଘୂର୍ଣ୍ଣିବଳୟ ସୃଷ୍ଟିହେବ। ଏହାର ପ୍ରଭାବରେ ରବିବାର ଲଘୁଚାପ ଓ ଏହା ଅଧିକ ଘନୀଭୂତ ହୋଇ ୮ ତାରିଖ ବେଳକୁ ଅବପାତରେ ପରିଣତ ହେବ। ପରେ ଏହା ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ବାତ୍ୟାର ରୂପ ନେଇ ଉତ୍ତର ଦିଗରେ ଗତି କରିବ ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ପ୍ରବେଶ କରିବ। ଏହି ଘୂର୍ଣ୍ଣିବଳୟ ଯୋଗୁଁ ଶନିବାରଠାରୁ ଗଭୀର ସମୁଦ୍ରରେ ସ୍ଥିତି ବିଗିଡ଼ିବା ସହ ସମୁଦ୍ର ଆଶାନ୍ତ ରହିବ। ଏହାକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀମାନଙ୍କୁ ଏବେଠାରୁ ସମୁଦ୍ର ମଧ୍ୟକୁ […]

ଭୁବନେଶ୍ୱର: ବଙ୍ଗୋପସାଗରରେ ଶନିବାର ଘୂର୍ଣ୍ଣିବଳୟ ସୃଷ୍ଟିହେବ। ଏହାର ପ୍ରଭାବରେ ରବିବାର ଲଘୁଚାପ ଓ ଏହା ଅଧିକ ଘନୀଭୂତ ହୋଇ ୮ ତାରିଖ ବେଳକୁ ଅବପାତରେ ପରିଣତ ହେବ। ପରେ ଏହା ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ବାତ୍ୟାର ରୂପ ନେଇ ଉତ୍ତର ଦିଗରେ ଗତି କରିବ ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ପ୍ରବେଶ କରିବ। ଏହି ଘୂର୍ଣ୍ଣିବଳୟ ଯୋଗୁଁ ଶନିବାରଠାରୁ ଗଭୀର ସମୁଦ୍ରରେ ସ୍ଥିତି ବିଗିଡ଼ିବା ସହ ସମୁଦ୍ର ଆଶାନ୍ତ ରହିବ। ଏହାକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀମାନଙ୍କୁ ଏବେଠାରୁ ସମୁଦ୍ର ମଧ୍ୟକୁ ଯିବା ପାଇଁ ବାରଣ କରାଯାଇଛି।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଏଫ୍‌ସିଆଇ ଚାଉଳ ନ ଉଠାଇବା ପ୍ରସଙ୍ଗ: ସରକାରଙ୍କ ଅପାରଗତା ପାଇଁ ଯୋଗାଣ ବ୍ୟବସ୍ଥା ଫେଲ୍‌ ମାରିଛି କହିଲା ବିଜେଡି

ଅନ୍ୟପଟେ ଆଇଏମଡି ପକ୍ଷରୁ ଏବେ ବି ବାତ୍ୟାର ଗତିପଥକୁ ନେଇ ସ୍ପଷ୍ଟ ସୂଚନା ଦିଆଯାଇ ନାହିଁ। ଶୁକ୍ରବାର ଆଇଏମଡି ମହାନିର୍ଦ୍ଦେଶକ ଡ. ମୃତ୍ୟୁଞ୍ଜୟ ମହାପାତ୍ର ଓଡ଼ିଶା ଗସ୍ତରେ ଆସିଥିବା ବେଳେ ଲଘୁଚାପ ସୃଷ୍ଟି ହେବା ପରେ ହିଁ ବାତ୍ୟାର ଗତିପଥ ଓ ଏହାର ତୀବ୍ରତା ସମ୍ପର୍କରେ ଜଣାପଡ଼ିବା ସହ ଓଡ଼ିଶା ଉପରେ ଏହାର ପ୍ରଭାବ କ’ଣ ରହିବ, ତାହା ସ୍ପଷ୍ଟ ହେବ ବୋଲି କହିଛନ୍ତି।

ଆହୁରି ପଢ଼ନ୍ତୁ: ଲୁଗା ଶୁଖାଇବା ବେଳେ ଅଘଟଣ: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମା’-ଝିଅଙ୍କ ମୃତ୍ୟୁ

ଅନ୍ୟପଟେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ଲାଗି ରହିଛି। ଶୁକ୍ରବାର ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ହୋଇଛି। ଖୋର୍ଦ୍ଧା, ଯାଜପୁର, ନୂଆପଡ଼ା, ବଲାଙ୍ଗିର, ଝାରସୁଗୁଡା, ସୁନ୍ଦରଗଡ଼, ସମ୍ୱଲପୁରରେ ଆଦିରେ କାଳବୈଶାଖୀର ଅଧିକ ପ୍ରଭାବ ପଡ଼ିଥିବା ଜଣାପଡ଼ିଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରେ ୩୮ ମିମି ବର୍ଷା ହୋଇଥିବା ବେଳେ ବାଲେଶ୍ୱରରେ ୧୮.୫ ମିମି ବର୍ଷା ରେକର୍ଡ ହୋଇଛି। ନବରଙ୍ଗପୁରରେ ୨୪ ମିମି ବର୍ଷା ହୋଇଥିବା ବେଳେ ଖୋର୍ଦ୍ଧାରେ ୧୮ ମିମି ବର୍ଷା ରେକର୍ଡ ହୋଇଛି। ତେବେ ଆସନ୍ତାକାଲିଠାରୁ କାଳବୈଶାଖୀ ପ୍ରଭାବ ପୂର୍ବାପେକ୍ଷା ହ୍ରାସ ପାଇବ। ଏଥିପାଇଁ ଅନେକ ସ୍ଥାନରେ ତାପମାତ୍ରା ବୃଦ୍ଧି ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଶନିବାରଠାରୁ ପରବର୍ତ୍ତୀ ଦୁଇ ଦିନ ମଧ୍ୟରେ ୩-୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବାର ସମ୍ଭାବନା ରହିଛି। ଏଥିସହ ରାଜ୍ୟକୁ ଜଳୀୟବାଷ୍ପର ପ୍ରବାହ ଅଧିକ ରହୁଥିବାରୁ ରାଜ୍ୟରେ ଗୁଳୁଗୁଳି ମଧ୍ୟ ଅଧିକ ଅନୁଭୂତ ହେବ ବୋଲି ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ରକରି ବାପାଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା ନିଶାସକ୍ତ ପୁଅ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର