ଝାରସୁଗୁଡ଼ା ଉପନିର୍ବାଚନ: ଆଜି ବିଜେଡି ପ୍ରାର୍ଥିନୀ ଦୀପାଳି ଦାସଙ୍କ ପାଇଁ ପ୍ରଚାର କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ
ଝାରସୁଗୁଡ଼ା: ଝାରସୁଗୁଡ଼ା ଉପନିର୍ବାଚନରେ ବିଜେଡି ପ୍ରାର୍ଥିନୀ ଦୀପାଳି ଦାସଙ୍କ ପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଚାର କରିବେ। ଏନେଇ ପ୍ରସ୍ତୁତି ଚୂଡ଼ାନ୍ତ ହୋଇସାରିଛି। ବିଜୁ ଜନତା ଦଳର ରାଜ୍ୟ ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ନିଜେ ସ୍ଥିତି ପରଖିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ କର୍ମୀ ଓ ଭୋଟର ମାନଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳୁଛି। ମୁଖ୍ୟମନ୍ତ୍ରୀ ନବୀନ ନିବାସରୁ ଅପରାହ୍ନ ୩.୩୫ରେ ବାହାରି ସ୍ବତନ୍ତ୍ର ବିମାନ ଯୋଗେ ଅପରାହ୍ନ ୩.୪୫ରେ ଝାରସୁଗୁଡ଼ା ଅଭିମୁଖେ ଯାତ୍ରା […]
ଝାରସୁଗୁଡ଼ା: ଝାରସୁଗୁଡ଼ା ଉପନିର୍ବାଚନରେ ବିଜେଡି ପ୍ରାର୍ଥିନୀ ଦୀପାଳି ଦାସଙ୍କ ପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଚାର କରିବେ। ଏନେଇ ପ୍ରସ୍ତୁତି ଚୂଡ଼ାନ୍ତ ହୋଇସାରିଛି। ବିଜୁ ଜନତା ଦଳର ରାଜ୍ୟ ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ନିଜେ ସ୍ଥିତି ପରଖିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ କର୍ମୀ ଓ ଭୋଟର ମାନଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳୁଛି।
ମୁଖ୍ୟମନ୍ତ୍ରୀ ନବୀନ ନିବାସରୁ ଅପରାହ୍ନ ୩.୩୫ରେ ବାହାରି ସ୍ବତନ୍ତ୍ର ବିମାନ ଯୋଗେ ଅପରାହ୍ନ ୩.୪୫ରେ ଝାରସୁଗୁଡ଼ା ଅଭିମୁଖେ ଯାତ୍ରା କରିବେ। ଅପରାହ୍ନ ୪.୩୦ରେ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ପହଞ୍ଚି ୪.୫୦ରେ ଅମଲିପାଲିଠାରେ ଆୟୋଜିତ ନିର୍ବାଚନୀ ସଭାରେ ଯୋଗଦେବେ। ସଂଧ୍ୟା ୫ଟା ୧୫ରେ ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ଭୁବନେଶ୍ବର ପ୍ରତ୍ୟାବର୍ତ୍ତନ କରିବେ। ମୁଖ୍ୟମନ୍ତ୍ରୀଙ୍କ ଏହି ପ୍ରଚାର କାର୍ଯ୍ୟକ୍ରମରେ ପ୍ରବଳ ଜନସମାଗମକୁ ଦୃଷ୍ଟିରେ ରଖି ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଝାରସୁଗୁଡ଼ାରେ ୭ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି। ଅନ୍ୟ ଜିଲ୍ଲାରୁ ମଧ୍ୟ ପୁଲିସ ଅଧିକାରୀ ଓ ଫୋର୍ସ ଆସିବାର କାର୍ଯ୍ୟକ୍ରମ ରହିଥିବା ଝାରସୁଗୁଡ଼ା ଏସଡିପିଓ ନିର୍ମଳ ମହାପାତ୍ର ସୂଚନା ଦେଇଛନ୍ତି।