କରୋନା ମୁକାବିଲା ପାଇଁ ସର୍ବଦଳୀୟ ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

The Sakala Picture
Published On

ରାଜ୍ୟରେ ଦିନକୁ ଦିନ ବଢ଼ିବାରେ ଲାଗିଛି ମହାମାରୀ କରୋନା ସଂକ୍ରମଣ । ଏହାକୁ ଦୃଷ୍ଟିରେ ରଖି କୋଭିଡ ମୁକାବିଲା ନେଇ ସର୍ବଦଳୀୟ ବୈଠକ ଡାକିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆସନ୍ତା ୧୭ ତାରିଖରେ ବିଧାନସଭାର ସମ୍ମିଳନୀ କକ୍ଷରେ ବସିବ ବୈଠକ। ଆଲୋଚନାରେ ସମସ୍ତ ବିଧାୟକ ଭିଡିଓ କନଫରେନ୍ସିଂ ଜରିଆରେ ଅଂଶଗ୍ରହଣ କରିବେ। କରୋନା ମୁକାବିଲା ନେଇ ବୈଠକରେ ସମସ୍ତ ବିଧାୟକଙ୍କ ସହ ଆଲୋଚନା କରିବେ ମାନ୍ୟବର ମୁଖ୍ୟମନ୍ତ୍ରୀ। ରାଜ୍ୟରେ କରୋନା ମୁକାବିଲା ନେଇ ମିଳିତ ଉଦ୍ୟମର […]

ରାଜ୍ୟରେ ଦିନକୁ ଦିନ ବଢ଼ିବାରେ ଲାଗିଛି ମହାମାରୀ କରୋନା ସଂକ୍ରମଣ । ଏହାକୁ ଦୃଷ୍ଟିରେ ରଖି କୋଭିଡ ମୁକାବିଲା ନେଇ ସର୍ବଦଳୀୟ ବୈଠକ ଡାକିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆସନ୍ତା ୧୭ ତାରିଖରେ ବିଧାନସଭାର ସମ୍ମିଳନୀ କକ୍ଷରେ ବସିବ ବୈଠକ। ଆଲୋଚନାରେ ସମସ୍ତ ବିଧାୟକ ଭିଡିଓ କନଫରେନ୍ସିଂ ଜରିଆରେ ଅଂଶଗ୍ରହଣ କରିବେ। କରୋନା ମୁକାବିଲା ନେଇ ବୈଠକରେ ସମସ୍ତ ବିଧାୟକଙ୍କ ସହ ଆଲୋଚନା କରିବେ ମାନ୍ୟବର ମୁଖ୍ୟମନ୍ତ୍ରୀ।

ଆହୁରି ପଢ଼ନ୍ତୁ: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲା: ପୁରୁଷ ବନ୍ଧୁ ଭୀମସେନ ପ୍ରସାଦ ଟୁଡୁଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

ରାଜ୍ୟରେ କରୋନା ମୁକାବିଲା ନେଇ ମିଳିତ ଉଦ୍ୟମର ଆବଶ୍ୟକତା ଥିଲା ବୋଲି ନରସିଂହ କହିଛନ୍ତି । ସର୍ବଦଳୀୟ ବୈଠକ ପାଇଁ କଂଗ୍ରେସ ପୂର୍ବରୁ ଦାବି କରିଥିଲା । ୨ୟ ଓ ୩ୟ ଲହରୀ ପାଇଁ ସରକାର କ’ଣ ପ୍ରସ୍ତୁତ କରିଛନ୍ତି ସେନେଇ ବୈଠକରେ ଆଲୋଚନା ହେବ ବୋଲି ନରସିଂହ ମିଶ୍ର କହିଛନ୍ତି ।

ଆହୁରି ପଢ଼ନ୍ତୁ: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖସିଗଲା ହୁଲକ୍ ଗିବନ୍, ପର୍ଯ୍ୟଟକ ପାଟି ଶୁଣି ପୁଣି ନିଜେ ଫେରିଲା ଖୁଆଡ଼କୁ

ବୈଠକ ପାଇଁ ବିଧାନସଭାର ନୂତନ ସମ୍ମିଳନୀ କକ୍ଷ ଓ ଜିଲ୍ଲାସ୍ତରରେ ବ୍ୟବସ୍ଥା କରାଯାଇଥିବା ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି । ଭୁବନେଶ୍ବରର କିଛି ସ୍ଥାନରେ ମଧ୍ୟ ବ୍ୟବସ୍ଥା କରାଯାଇଛି । ସମସ୍ତ ବିଧାୟକ ମାନେ ବୈଠକରେ ନିଜ ଅଞ୍ଚଳର କୋଭିଡ ସ୍ଥିତି ସମ୍ପର୍କରେ ଆଲୋଚନା କରିବେ ।

ଆହୁରି ପଢ଼ନ୍ତୁ: ଟଙ୍କପାଣି ବ୍ରିଜରୁ କୁଆଖାଇ ନଦୀକୁ ଦେଇଥିବା ଅଟୋ ଚାଳକଙ୍କ ମୃତଦେହ ଉଦ୍ଧାର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର