‘ମୋ ସରକାର’ର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭଲ କାମ ପାଇଁ ପ୍ରଶଂସା ଓ ଅବହେଳା ପାଇଁ ଅଫିସରଙ୍କୁ ଦଣ୍ଡ ଉପରେ ଗୁରୁତ୍ଵ

The Sakala Picture
Published On

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ରାଜ୍ୟ ସରକାରଙ୍କ ଗୁରୁତ୍ବପୂର୍ଣ୍ଣ ‘ମୋ ସରକାର’ କାର୍ଯ୍ୟକ୍ରମର ସମୀକ୍ଷା କରି ଅଧିକାରୀ ମାନଙ୍କୁ ନିୟମିତ ଫିଡବ୍ୟାକ ସଂଗ୍ରହ କରିବାକୁ ପରାମର୍ଶ ଦେବା ସହିତ ଭଲ ଫିଡ୍‌ବ୍ୟାକକୁ ଭିତ୍ତିକରି ଅଧିକାରୀ ମାନଙ୍କୁ ପ୍ରଶଂସାପତ୍ର ପ୍ରଦାନ କରିବା ସହିତ ଅବହେଳା ପାଇଁ ଦଣ୍ଡ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଆଜିର ସମୀକ୍ଷାରେ ସ୍ବାସ୍ଥ୍ୟ, ରାଜସ୍ବ, ଗୃହ, କୃଷି ଓ ଅନ୍ୟାନ୍ୟ ବିଭାଗ ସେମାନଙ୍କ ମୋ ସରକାର କାର୍ଯ୍ୟକ୍ରମ ଉପରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ […]

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ରାଜ୍ୟ ସରକାରଙ୍କ ଗୁରୁତ୍ବପୂର୍ଣ୍ଣ ‘ମୋ ସରକାର’ କାର୍ଯ୍ୟକ୍ରମର ସମୀକ୍ଷା କରି ଅଧିକାରୀ ମାନଙ୍କୁ ନିୟମିତ ଫିଡବ୍ୟାକ ସଂଗ୍ରହ କରିବାକୁ ପରାମର୍ଶ ଦେବା ସହିତ ଭଲ ଫିଡ୍‌ବ୍ୟାକକୁ ଭିତ୍ତିକରି ଅଧିକାରୀ ମାନଙ୍କୁ ପ୍ରଶଂସାପତ୍ର ପ୍ରଦାନ କରିବା ସହିତ ଅବହେଳା ପାଇଁ ଦଣ୍ଡ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ଶୁଣାଣିକୁ ସେପ୍ଟେମ୍ବର ୭କୁ ଘୁଞ୍ଚାଇଲେ ସୁପ୍ରିମକୋର୍ଟ

ଆଜିର ସମୀକ୍ଷାରେ ସ୍ବାସ୍ଥ୍ୟ, ରାଜସ୍ବ, ଗୃହ, କୃଷି ଓ ଅନ୍ୟାନ୍ୟ ବିଭାଗ ସେମାନଙ୍କ ମୋ ସରକାର କାର୍ଯ୍ୟକ୍ରମ ଉପରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଉପସ୍ଥାପନା ରଖିଥିଲେ।

ଆହୁରି ପଢ଼ନ୍ତୁ: କନ୍ଧମାଳରେ ସଶସ୍ତ୍ର ଲୁଟେରା ଗ୍ୟାଙ୍ଗ୍‌ ଠାବ: ୩ ଗିରଫ, ବନ୍ଧୁକ ସହ ବିପୁଳ ପରିମାଣର ଗଞ୍ଜେଇ ଜବତ

ରାଜସ୍ବ ବିଭାଗରେ ମୋ ସରକାର କାର୍ଯ୍ୟକ୍ରମ ଦ୍ବାରା କାର୍ଯ୍ୟ ଦକ୍ଷତା ବୃଦ୍ଧି ପାଇଛି ବୋଲି ସମୀକ୍ଷାରୁ ଜଣାଯାଇଛି । ଲୋକଙ୍କୁ ବିଭିନ୍ନ ସେବା ଯୋଗାଇ ଦେବାର ସମୟ ସୀମା ବହୁତ କମିଯାଇଛି। ପୂର୍ବରୁ ମ୍ୟୁଟେସନ କେସ୍‌ ଗୁଡିକରେ ଫଇସଲା ପାଇଁ ୧୦୦ରୁ ୧୫୦ ଦିନ ଲାଗୁ ଥିବା ବେଳେ, ୨୦୨୩-୨୪ରେ ଏହା ୨୧ ଦିନରୁ କମ୍‌ ସମୟ ଲାଗୁଛି । ଏପରିକି ୩,୭୦,୦୦୦ ପଟ୍ଟା ୭ ଦିନ ମଧ୍ୟରେ ପ୍ରଦାନ କରାଯାଇଛି। ସେହିପରି ବିଭିନ୍ନ ସାର୍ଟିଫିକେଟ ପ୍ରଦାନ କ୍ଷେତ୍ରରେ ମଧ୍ୟ ଯଥେଷ୍ଟ ଉନ୍ନତି ଆସିଛି ବୋଲି ସୂଚନା ଦିଆଯାଇଥିଲା ।

ଆହୁରି ପଢ଼ନ୍ତୁ: ବିଜେପିର ଜନବିରୋଧୀ ନୀତି ପାଇଁ ଓଡ଼ିଶା ଉପେକ୍ଷିତ: ବିଜେଡି

ରାଜସ୍ବ ବିଭାଗରେ ଫିଡବ୍ୟାକ ଭିତ୍ତିରେ ୬ ଜଣ ଓଏଏସ୍‌ ଅଧିକାରୀଙ୍କୁ ସମୟ ପୂର୍ବରୁ ବାଧ୍ୟତାମୂଳକ ଅବସର ଦିଆଯାଇଥିବାବେଳେ, ୩୨ ଜଣ ଓଏଏସ୍‌ ଅଧିକାରୀ ଓ ୧୪ ଜଣ ଓଆରଏସ୍‌ ଅଧିକାରୀଙ୍କୁ ସସ୍‌ପେଣ୍ଡ କରାଯାଇଛି । ୪ ଜଣ ଓଏଏସ୍‌ ଅଧିକାରୀଙ୍କୁ ବରଖାସ୍ତ କରାଯାଇଛି। ୧୧ ଜଣ ଓଏଏସ୍‌ ଅଧିକାରୀଙ୍କ ଗ୍ରାଚ୍ୟୁଇଟି ଓ ପେନ୍‌ସନ୍ ବନ୍ଦ କରାଯାଇଛି । ସେହିପରି ୬୭ ଜଣ ଓଏଏସ୍‌ ଅଧିକାରୀ ଓ ୩୦ ଜଣ ଓଆରଏସ୍‌ ଅଧିକାରୀଙ୍କ ବିରୁଦ୍ଧରେ ବିଭାଗୀୟ ପଦକ୍ଷେପ ଗ୍ରହଣ କରାଯାଇଛି ।

ସ୍ବାସ୍ଥ୍ୟ ବିଭାଗର ୯୯ ପ୍ରତିଶତରୁ ଅଧିକ ଫିଡବ୍ୟାକ ଆଉଟଷ୍ଟାଣ୍ଡିଂ ବା ଅତି ଭଲ ଅଛି ବୋଲି ଜଣାଯାଇଛି । ସରକାରୀ ହସ୍‌ପିଟାଲରେ ମାଗଣା ଚିକିତ୍ସା ମିଳୁଥିବା ବେଳେ, ବେସରକାରୀ ହସ୍‌ପିଟାଲ ଗୁଡିକରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ରୂପାୟନ କ୍ଷେତ୍ରରେ ସାମାନ୍ୟ ଅବହେଳା ହେଲେ, ତୁରନ୍ତ ପଦକ୍ଷେପ ନିଆଯାଉଛି ।

ପେନ୍‌ସନ ପ୍ରଦାନ ଏବଂ ଅନ୍ୟାନ୍ୟ କ୍ଷେତ୍ରରେ ସବୁ ବ୍ୟବସ୍ଥା ସତ୍ତ୍ବେ ଅବସରପ୍ରାପ୍ତ କର୍ମଚାରୀମାନେ ଠିକ୍‌ ସମୟରେ ପେନ୍‌ସନ୍‌ ପାଉନାହାନ୍ତି। ତେଣୁ ପ୍ରତ୍ୟେକ ବିଭାଗ ଏହାକୁ ସମୀକ୍ଷା କରି ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ପଦୋନ୍ନତି କ୍ଷେତ୍ରରେ ମଧ୍ୟ ଉନ୍ନତି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ଆଲୋଚନାରେ ଅଂଶଗ୍ରହଣ କରି ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ କହିଥିଲେ ଯେଉଁସବୁ କ୍ଷେତ୍ରରେ ନିୟମିତ ଭାବରେ ଭଲ ଫିଡବ୍ୟାକ ମିଳୁନାହିଁ, ସେ ସବୁ କ୍ଷେତ୍ରରେ ଯୋଜନାର ବ୍ୟବସ୍ଥାକୁ ପରିବର୍ତ୍ତନ କରି ସେଥିରେ ଅଧିକ ଉନ୍ନତି ଆଣିବାର ଆବଶ୍ୟକତା ରହିଛି । ରାଜ୍ୟ ସରକାରଙ୍କ ସବୁ କାର୍ଯ୍ୟକ୍ରମ ଓ ଯୋଜନାକୁ ଦକ୍ଷ ଭାବରେ କାର୍ଯ୍ୟକାରୀ କରିବାର ଉଦ୍ଦେଶ୍ୟ ନେଇ ମୋ ସରକାର ଫିଡ୍‌ବ୍ୟାକ ବ୍ୟବସ୍ଥା ଗ୍ରହଣ କରାଯାଇଛି ବୋଲି ସେ କହିଛନ୍ତି । ଉନ୍ନୟନ କମିଶନର ଅନୁ ଗର୍ଗ ସ୍ବାଗତ ଭାଷଣ ଦେଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର