ମନୋରଞ୍ଜନ
ଓଡ଼ିଶା
ଆସନ୍ତା ୨୨ ଯାଏଁ ରାଜ୍ୟରେ ଜାରି ରହିବ ପ୍ରବଳ ତାତି
ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଅସହ୍ୟ ତାତି । ତାତି ସାଙ୍ଗକୁ ଉପକୂଳବର୍ତ୍ତୀ ଅଞ୍ଚଳରେ ଗୁଳୁଗୁଳି ମଧ୍ୟ ଜାରି ରହିଛି। ରାଜ୍ୟରେ ଦିନରେ ତାପମାତ୍ରା ବୃଦ୍ଧି ସହିତ ଅପରାହ୍ନରେ କାଳବୈଶାଖୀ ବର୍ଷା ହେଉଛି । ଫଳରେ ସକାଳୁ ଗରମ ସହିତ ଅପରାହ୍ମରେ ଆଶ୍ବସ୍ତି ମିଳୁଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୫ ଦିନ ମଧ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ମୁଖ୍ୟତଃ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ଅଧିକ ରହିବାକୁ ଥିବା ବେଳେ ଅଧିକାଂଶ […]
ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଅସହ୍ୟ ତାତି । ତାତି ସାଙ୍ଗକୁ ଉପକୂଳବର୍ତ୍ତୀ ଅଞ୍ଚଳରେ ଗୁଳୁଗୁଳି ମଧ୍ୟ ଜାରି ରହିଛି। ରାଜ୍ୟରେ ଦିନରେ ତାପମାତ୍ରା ବୃଦ୍ଧି ସହିତ ଅପରାହ୍ନରେ କାଳବୈଶାଖୀ ବର୍ଷା ହେଉଛି । ଫଳରେ ସକାଳୁ ଗରମ ସହିତ ଅପରାହ୍ମରେ ଆଶ୍ବସ୍ତି ମିଳୁଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୫ ଦିନ ମଧ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ମୁଖ୍ୟତଃ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ଅଧିକ ରହିବାକୁ ଥିବା ବେଳେ ଅଧିକାଂଶ ଅଞ୍ଚଳରେ ତାପମାତ୍ରା ୪୨ ଡିଗ୍ରୀ ଉପରେ ରହିବ। ଅନ୍ୟପଟେ ଶୁକ୍ରବାର ରାଜ୍ୟର କିଛି ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଆଶଙ୍କା ରହିଛି। ଗଜପତି, ଗଞ୍ଜାମ, କୋରାପୁଟ, ମାଲକାନଗିରି, ରାୟଗଡ଼ା, ମୟୂରଭଞ୍ଜ ଓ ବାଲେଶ୍ୱର ଆଦିରେ ବିଜୁଳି ଘଡ଼ଘଡ଼ି ସହିତ ପବନର ବେଗ ୩୦-୪୦ କିମି ଟପିବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରିଛି।
ଖରା ସମୟରେ ଜରୁରୀ କାମ ନଥିଲେ ଘରୁ ନବାହାରିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେପଟେ ଉପକୂଳ ଓଡ଼ିଶାରେ କାଳବୈଶାଖୀ ସକ୍ରିୟ ରହିଥିବାରୁ ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ହେଉଛି । ଏହି ସମୟରେ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହୁଛି ।