ରାଜ୍ୟରେ ଜାରି ରହିବ ଅସହ୍ୟ ତାତି, ଆଉ ୪ ଦିନ କାଳବୈଶାଖୀ ସମ୍ଭାବନା

The Sakala Picture
Published On

ଭୁବନେଶ୍ୱର: ଅସହ୍ୟ ଗ୍ରୀଷ୍ମ ପ୍ରବାହରେ କଲବଲ ହେଉଛି ସାରା ଓଡିଶା । ତେବେ ଆସନ୍ତା ୨୪ ତାରିଖ ଯାଏ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ବହିବ । ପ୍ରବଳ ତାତି ଓ ଭୀଷଣ ଗୁଳୁଗୁଳି କଲବଲ କରିବ । ରାଜ୍ୟର ବିଭିନ୍ନ ସ୍ଥାନରେ ଆଗାମୀ ୪ ଦିନ କାଳବୈଶାଖୀ ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ପୂର୍ବାନୁମାନ କରାଯାଇଛି। ତେବେ ଏହି ୫ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ତେବେ ଆଭ୍ୟନ୍ତରୀଣ […]

ଭୁବନେଶ୍ୱର: ଅସହ୍ୟ ଗ୍ରୀଷ୍ମ ପ୍ରବାହରେ କଲବଲ ହେଉଛି ସାରା ଓଡିଶା । ତେବେ ଆସନ୍ତା ୨୪ ତାରିଖ ଯାଏ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ବହିବ । ପ୍ରବଳ ତାତି ଓ ଭୀଷଣ ଗୁଳୁଗୁଳି କଲବଲ କରିବ । ରାଜ୍ୟର ବିଭିନ୍ନ ସ୍ଥାନରେ ଆଗାମୀ ୪ ଦିନ କାଳବୈଶାଖୀ ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ପୂର୍ବାନୁମାନ କରାଯାଇଛି। ତେବେ ଏହି ୫ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ତେବେ ଆଭ୍ୟନ୍ତରୀଣ ଓଡ଼ିଶା ଯେପରିକି ସୁନ୍ଦରଗଡ଼, ସମ୍ବଲପୁର, ଅନୁଗୋଳ, ବୌଦ୍ଧ, ସୋନପୁର, ବରଗଡ଼, ବଲାଙ୍ଗୀର, କଳାହାଣ୍ଡି ଓ ଝାରସୁଗୁଡ଼ାର କେତେକ ସ୍ଥାନରେ ପାରଦ ୪୨ ଡିଗ୍ରୀ କିମ୍ବା ତ୍ୱଦୁର୍ଦ୍ଧ ରହିପାରେ ବୋଲି କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଆହୁରି ପଢ଼ନ୍ତୁ: ଇ-କମର୍ସ ପାର୍ସଲ ଜରିଆରେ କରୁଥିଲେ ଗଞ୍ଜେଇ କାରବାର, ଆନ୍ତଃରାଜ୍ୟ ଡ୍ରଗ୍ସ ରାକେଟ୍ ଠାବ

କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ୍‌‌ ଅନୁଯାୟୀ ୨୧ ତାରିଖରେ ରାଜ୍ୟର ୧୪ଟି ଜିଲ୍ଲାରେ ବିଜୁଳି, ଘଡଘଡି ସମ୍ଭାବନା ରହିଛି। ଉପରୋକ୍ତ ଜିଲ୍ଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼. କନ୍ଧମାଳ, କଟକ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱର। ସେହିପରି ୨୨ ତାରିଖରେ ୮ଟି ଜିଲ୍ଲାକୁ କାଳବୈଶାଖୀ ସତର୍କ ସୂଚନା ଜାରି କରାଯାଇଥିବା ବେଳେ ୨୩ ତାରିଖରେ ୯ଟି ଏବଂ ୨୪ ତାରିଖ ପାଇଁ ୧୨ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ରମାଦେବୀ ବିଶ୍ୱବିଦ୍ୟାଳୟରେ ବ୍ୟାପକ ଲାଞ୍ଚ କାରବାର: ୧୦୦ ଟଙ୍କା ନ ଦେଲେ ମିଳୁନି ସିଏଲ୍‌‌ସି !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର