ଏମ୍‌ସ ଭୁବନେଶ୍ବରରେ ଆରମ୍ଭ ହେବ ଟିଚିଙ୍ଗ୍‌ ଓ ରିସର୍ଚ୍ଚ ଆସିଷ୍ଟାଣ୍ଟ୍‌ କାର୍ଯ୍ୟକ୍ରମ

The Sakala Picture
Published On

ଭୁବନେଶ୍ୱର: ଏମ୍‌ସ ଭୁବନେଶ୍ୱରରେ ଏମ୍‌ବିବିଏସ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଗବେଷଣା ଏବଂ ନବସୃଜନ ଦିଗରେ ଉତ୍ସାହପୂର୍ଣ୍ଣ ବାତାବରଣ ସୃଷ୍ଟି କରିବା ସହିତ ସକ୍ରିୟ ଭାଗିଦାରୀତା ତଥା ସହଯୋଗ ନିମନ୍ତେ ଟିଚିଙ୍ଗ୍‌ ଆସିଷ୍ଟାଣ୍ଟ୍‌(ଟିଏ) ଏବଂ ରିସର୍ଚ୍ଚ ଆସିଷ୍ଟାଣ୍ଟ୍‌(ଆର୍‌ଏ) କାର୍ଯ୍ୟକ୍ରମ ଆରମ୍ଭ ହେବ। ଏମ୍‌ସରେ ଅଧ୍ୟୟନ କରୁଥିବା ସିନିୟର୍‌ ମେଧାବୀ ଛାତ୍ରଛାତ୍ରୀ ସେମାନଙ୍କର ଜୁନିୟର୍‌ ଛାତ୍ରଛାତ୍ରୀଙ୍କର ଟିଏ ଏବଂ ଆର୍‌ଏ ଭାବେ ଦାୟିତ୍ବ ନିର୍ବାହ କରିବେ। ଏଥିସହିତ ସେମାନେ ଜୁନିଅର ଛାତ୍ରଛାତ୍ରୀଙ୍କୁ ଉଭୟ ପାଠପଢ଼ା ତଥା ଗବେଷଣାରେ ସକ୍ରିୟ ସହଯୋଗ କରିବେ […]

ଭୁବନେଶ୍ୱର: ଏମ୍‌ସ ଭୁବନେଶ୍ୱରରେ ଏମ୍‌ବିବିଏସ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଗବେଷଣା ଏବଂ ନବସୃଜନ ଦିଗରେ ଉତ୍ସାହପୂର୍ଣ୍ଣ ବାତାବରଣ ସୃଷ୍ଟି କରିବା ସହିତ ସକ୍ରିୟ ଭାଗିଦାରୀତା ତଥା ସହଯୋଗ ନିମନ୍ତେ ଟିଚିଙ୍ଗ୍‌ ଆସିଷ୍ଟାଣ୍ଟ୍‌(ଟିଏ) ଏବଂ ରିସର୍ଚ୍ଚ ଆସିଷ୍ଟାଣ୍ଟ୍‌(ଆର୍‌ଏ) କାର୍ଯ୍ୟକ୍ରମ ଆରମ୍ଭ ହେବ। ଏମ୍‌ସରେ ଅଧ୍ୟୟନ କରୁଥିବା ସିନିୟର୍‌ ମେଧାବୀ ଛାତ୍ରଛାତ୍ରୀ ସେମାନଙ୍କର ଜୁନିୟର୍‌ ଛାତ୍ରଛାତ୍ରୀଙ୍କର ଟିଏ ଏବଂ ଆର୍‌ଏ ଭାବେ ଦାୟିତ୍ବ ନିର୍ବାହ କରିବେ। ଏଥିସହିତ ସେମାନେ ଜୁନିଅର ଛାତ୍ରଛାତ୍ରୀଙ୍କୁ ଉଭୟ ପାଠପଢ଼ା ତଥା ଗବେଷଣାରେ ସକ୍ରିୟ ସହଯୋଗ କରିବେ ବୋଲି ଏମ୍‌ସ ଭୁବନେଶ୍ୱରର ନୂତନ ଅଧ୍ୟକ୍ଷ ପ୍ରଫେସର (ଡ) ଏ କେ ବିଶୋଇ ସୂଚନା ଦେଇଛନ୍ତି। ନୂତନ ଭାବେ ଏହି ମର୍ଯ୍ୟାଦାଜନକ ଜାତୀୟ ସ୍ବାସ୍ଥ୍ୟ ପ୍ରତିଷ୍ଠାନର ଅଧ୍ୟକ୍ଷ ଭାବେ ମନୋନୀତ ହେବା ପରେ ଏମ୍‌ସକୁ ପ୍ରଥମ ଗସ୍ତରେ ଆସି ଏପରି ମତବ୍ୟକ୍ତ କରିଛନ୍ତି ଡ. ବିଶୋଇ। ଏଥି ସହିତ ଏହି କାର୍ଯ୍ୟକ୍ରମ ଡାକ୍ତରୀ ଛାତ୍ରଛାତ୍ରୀଙ୍କ ପାଇଁ ଆଧୁନିକ ଚିକିତ୍ସା ବିଜ୍ଞାନରୁ ଅଧିକ ଶିକ୍ଷାଲାଭ ଏବଂ ନୂତନ ଅନୁସନ୍ଧାନ କ୍ଷେତ୍ରରେ ସେମାନଙ୍କର ପାରଦର୍ଶିତାକୁ ବୃଦ୍ଧି କରିବାରେ ବିଶେଷ ସହାୟକ ହେବ ବୋଲି ଡ. ବିଶୋଇ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଅସୁସ୍ଥ ସ୍ୱାମୀଙ୍କ ପାଖକୁ ନେବା ବାହାନାରେ ଘରୁ ଡାକି ନେଇ ମହିଳାଙ୍କୁ ଦୁଷ୍କର୍ମ, ୨ ଗିରଫ

ତିନି ଦଶନ୍ଧିର ବୃତ୍ତିଗତ ଉତ୍କର୍ଷତା ସହିତ ସମଗ୍ର ଦେଶରେ ସୁପରିଚିତ ସଫଳ କାର୍ଡିଆକ୍ ସର୍ଜନ, ଡ. ଅକ୍ଷୟ କୁମାର ବିଶୋଇଙ୍କୁ ଏମ୍‌ସ ଭୁବନେଶ୍ୱରର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ବାସ ସ୍ୱାଗତ କରିଥିଲେ। ଏହି ଗସ୍ତ ଅବସରରେ ଡ. ବିଶୋଇ ଓପିଡି ପରିଦର୍ଶନ କରି ରୋଗୀମାନଙ୍କ ସହିତ ଆଲୋଚନା କରିଥିଲେ। ସେହିପରି ବିଭିନ୍ନ ବିଭାଗର ବିଭାଗୀୟ ମୁଖ୍ୟ, ଛାତ୍ରଛାତ୍ରୀ ଏବଂ ଏମ୍‌ସର କର୍ମଚାରୀଙ୍କ ସହିତ ମଧ୍ୟ ବିଭିନ୍ନ ପ୍ରସଙ୍ଗରେ ବିସ୍ତୃତ ଆଲୋଚନା କରିଥିଲେ ନୂତନ ଅଧ୍ୟକ୍ଷ।

ଆହୁରି ପଢ଼ନ୍ତୁ: ନୟାଗଡ଼ର ରୁଖି ପାହାଡ଼ରେ ଫସିଗଲେ କଲେଜ ଛାତ୍ର, ୨ ଘଣ୍ଟାର ଅକ୍ଳାନ୍ତ ପରିଶ୍ରମ ପରେ ସୁରକ୍ଷିତ ଉଦ୍ଧାର

ଏମ୍‌ସରେ ସ୍ବାସ୍ଥ୍ୟସେବା ପ୍ରଦାନ ବ୍ୟବସ୍ଥାକୁ ଆହୁରି ଅଧିକ କ୍ରିୟାଶୀଳ କରିବା ନିମନ୍ତେ ବିଭିନ୍ନ ବିଭାଗ ମଧ୍ୟରେ ଉପଯୁକ୍ତ ସମନ୍ୱୟ ସୃଷ୍ଟି ସହିତ ଉଭୟ ଶିକ୍ଷା ଏବଂ ସ୍ୱାସ୍ଥ୍ୟସେବାରେ ସଂପୃକ୍ତ ହେବା ନେଇ ସମସ୍ତଙ୍କୁ ଆହ୍ବାନ ଦେଇଛନ୍ତି ଡ. ବିଶୋଇ। କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ବାସ ଏମ୍‌ସ ଭୁବନେଶ୍ୱରର ନୂତନ ଅଧ୍ୟକ୍ଷଙ୍କୁ ସ୍ୱାଗତ କରିବା ସହିତ ଡ. ବିଶୋଇଙ୍କ ଅନୁଭବ ଏବଂ ପାରଦର୍ଶିତା ସହଯୋଗରେ ଏହି ଅନୁଷ୍ଠାନ ଗବେଷଣା ଏବଂ ଶିକ୍ଷା କ୍ଷେତ୍ରରେ ଆହୁରି ଅଧିକ ସଫଳତା ହାସଲ କରିବବୋଲି ଆଶାପ୍ରକଟ କରିଛନ୍ତି। ଏହି ପରିଦର୍ଶନ ସମୟରେ ଏମ୍‌ସ ମେଡିକାଲ୍‌ ଅଧୀକ୍ଷକ ଡ. ଦିଲ୍ଲୀପ କୁମାର ପରିଡ଼ା, କୁଳସଚିବ ବି ବି ମିଶ୍ରଙ୍କ ସମେତ ବରିଷ୍ଠ ଅଧ୍ୟାପକ/ଅଧ୍ୟାପିକା ତଥା ପ୍ରଶାସନିକ ଅଧିକାରୀମାନେ ଉପସ୍ଥିତ ଥିଲେ।

ଆହୁରି ପଢ଼ନ୍ତୁ: ଆବାସିକ ଦ୍ୟାଳୟରେ ରାଗିଂ: ଷଷ୍ଠ ଶ୍ରେଣୀ ଛାତ୍ରଙ୍କୁ ନିର୍ଧୁମ ମାଡ଼ ମାରିବା ସହ କାମ କରାଇଲେ ଦଶମ ଶ୍ରେଣୀ ଛାତ୍ର !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର