‘ମୋ ଘର’ ଯୋଜନାରେ କ୍ୟାବିନେଟ ମୋହର, ଘର ତିଆରି ପାଇଁ ସହାୟତା ଦେବେ ରାଜ୍ୟ ସରକାର

The Sakala Picture
Published On

ଭୁବନେଶ୍ବର : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକରେ ‘ମୋ ଘର’ ନାମରେ ଏକ ନୂଆ ଜନକଲ୍ୟାଣକାରୀ ଯୋଜନା ଉପରେ କ୍ୟାବିନେଟ ମୋହର ବାଜିଛି। ଏହି ନୂଆ ‘ମୋ ଘର’ ଯୋଜନା ଅଧିନରେ ସରକାର ଗ୍ରାମାଞ୍ଚଳରେ ବସବାସ କରୁଥିବା ଲୋକଙ୍କୁ ଘର ତିଆରି ପାଇଁ ସହାୟତା ପ୍ରଦାନ କରିବେ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳିର ଚତୁର୍ଥ ବର୍ଷ ପୂର୍ତ୍ତି ହୋଇଛି। ଏହି ପ୍ରରିପେକ୍ଷୀରେ ଆଜିର କ୍ୟାବିନେଟରେ ନବୀନ ପଟ୍ଟନାୟକ […]

ଭୁବନେଶ୍ବର : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକରେ ‘ମୋ ଘର’ ନାମରେ ଏକ ନୂଆ ଜନକଲ୍ୟାଣକାରୀ ଯୋଜନା ଉପରେ କ୍ୟାବିନେଟ ମୋହର ବାଜିଛି। ଏହି ନୂଆ ‘ମୋ ଘର’ ଯୋଜନା ଅଧିନରେ ସରକାର ଗ୍ରାମାଞ୍ଚଳରେ ବସବାସ କରୁଥିବା ଲୋକଙ୍କୁ ଘର ତିଆରି ପାଇଁ ସହାୟତା ପ୍ରଦାନ କରିବେ।

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳିର ଚତୁର୍ଥ ବର୍ଷ ପୂର୍ତ୍ତି ହୋଇଛି। ଏହି ପ୍ରରିପେକ୍ଷୀରେ ଆଜିର କ୍ୟାବିନେଟରେ ନବୀନ ପଟ୍ଟନାୟକ ମୋ ଘର ପରି ଏକ ଗୁରୁତ୍ବପୂର୍ଣ୍ଣ ଯୋଜନା ଆରମ୍ଭ କରିଛନ୍ତି।  ରାଜ୍ୟ ସରକାରଙ୍କ ଫୋକସରେ ସବୁବେଳେ ଗରିବ କଲ୍ୟାଣ ରହିଥିବା ବେଳେ ଏନେଇ ବଡ଼ ନିଷ୍ପତ୍ତି ସୂରୂପ ମୋ ଘର ଯୋଜନା ଆରମ୍ଭ କରାଯାଇଛି। ରାଜ୍ୟ ସରକାର ୨୦୧୯ ନିର୍ବାଚନ ପରେ ରାଜ୍ୟର ସବୁ ଲୋକଙ୍କ ମୁଣ୍ଡ ଉପରେ ପକ୍କର ଛାତ ନେଇ ଘୋଷଣା କରିଥିଲେ। ଯାହା ବର୍ତ୍ତମାନ କିଛି ମାତ୍ରାରେ ପୂରଣ ହୋଇଥିବା ବେଳେ ଏହି ନୂଆ ଯୋଜନା ‘ମୋ ଘର’ ମାଧ୍ୟମରେ ବାକି ଲୋକଙ୍କୁ ପକ୍କା ଘର ଯୋଗାଇ ଦିଆଯିବ।

ଆହୁରି ପଢ଼ନ୍ତୁ: ନକଲି ଡିଇଫ ରାକେଟ୍‌ ଠାବ; ୧୮୨ ବାଲ୍ଟି ନକଲି ଡିଇଫ ସହ ଗାଡ଼ି ଓ ଉତ୍ପାଦନ ଯନ୍ତ୍ରପାତି ଜବତ, ୪ ଗିରଫ

ସେପଟେ ପ୍ରଧାନମନ୍ତ୍ରୀ ଅବାସ ଯୋଜନାରେ ରାଜ୍ୟର ବହୁ ହିତାଧିକାରୀ ବାଦ ପଡିଛନ୍ତି। ଏନେଇ ରାଜ୍ୟ ସରକାର ବାରମ୍ବାର କେନ୍ଦ୍ରକୁ କହୁଥିଲେ ମଧ୍ୟ କେନ୍ଦ୍ର କର୍ଣ୍ଣପାତ କରୁନାହିଁ। ମୁଖ୍ୟମନ୍ତ୍ରୀଙ୍କଠୁ ଆରମ୍ଭ କରି ବିଭାଗର ମନ୍ତ୍ରୀ ଏବଂ ବିଜେଡି ସାଂସଦମାନେ ବହୁବାର ଏନେଇ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଛନ୍ତି। କିନ୍ତୁ କିଛି ସୁଫଳ ମିଳିନାହିଁ। ସେହିଭଳି କେନ୍ଦ୍ର ଆବାସ ପୋର୍ଟାଲ ବନ୍ଦ କରି ରଖିଥିବା କାରଣରୁ ରାଜ୍ୟର ବହୁ ଲୋକ ମଧ୍ୟ ଘର ପାଇପାରୁନାହାନ୍ତି। ଯାହାକୁ ଦେଖି ରାଜ୍ୟ ସରକାର ନିଜସ୍ବ ‘ମୋ ଘର’ ଯୋଜନା ଆରମ୍ଭ କରିଛନ୍ତି।

ଆହୁରି ପଢ଼ନ୍ତୁ: ମୁଖ୍ୟମନ୍ତ୍ରୀଙ୍କ ୟୁଏଇ ଗସ୍ତ ଉପରେ ବିଜେଡିର ପ୍ରତିକ୍ରିୟା: ଦୁଇ ବର୍ଷର ଶିଳ୍ପ ପ୍ରଗତି ଉପରେ ରାଜ୍ୟ ସରକାର ଶ୍ୱେତପତ୍ର ପ୍ରକାଶ କରନ୍ତୁ

‘ମୋ ଘର’ ଯୋଜନାରେ ଗ୍ରାମାଞ୍ଚଳ ଲୋକଙ୍କୁ ଘର ପାଇଁ ସବସିଡ୍ ସହ ଋଣ ଯୋଗାଇଦେବାକୁ ଯୋଜନା ପ୍ରସ୍ତୁତ କରାଯାଇଛି । ଗରିବ ଲୋକଙ୍କୁ ୧ ଲକ୍ଷରୁ ୩ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଯୋଜନା ଦେବାକୁ ବ୍ୟବସ୍ଥା କରାଯାଇଛି । ସେଥିରୁ ସରକାର ୩୦ ହଜାରରୁ ୭୦ ହଜାର ଟଙ୍କା ପର୍ଯ୍ୟନ୍ତ ଛାଡ କରିବାକୁ ଯୋଜନା କରିଛନ୍ତି । ବାକି ଟଙ୍କା ଋଣ ନେବାର ୧୧ ବର୍ଷ ପରେ ସୁଝିବାର ବ୍ୟବସ୍ଥା କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର