ଜାଣନ୍ତୁ କେଉଁ ମାନଙ୍କୁ ମିଳିବ ‘ମୋ ଘର’, କେମିତି କରିବେ ଆବେଦନ …..

The Sakala Picture
Published On

ଭୁବନେଶ୍ବର: ନୂଆ ଯୋଜନା ଫମୋ ଘର’ର ଶୁଭାରମ୍ଭ ହୋଇଛି। ନିମ୍ନ ଓ ନିମ୍ନ ମଧ୍ୟବିତ୍ତ ପରିବାର ପାଇଁ ମୋ ଘର ଯୋଜନାକୁ ଅନୁମୋଦନ କରିଛି ରାଜ୍ୟ କ୍ୟାବିନେଟ୍ । ଏଥିରେ ବର୍ତ୍ତମାନର ଗୃହ ନିର୍ମାଣ ଯୋଜନାର କଠୋର ଚୟନ ମାନଦଣ୍ଡରେ ବାଦ୍ ପଡିଥିବା ପରିବାର ଉପକୃତ ହେବେ। ତେବେ କାହାପାଇଁ ‘ମୋ ଘର’ ଯୋଜନା ? କେମିତି କରିବେ ଆବେଦନ ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ ….. ପୂର୍ବରୁ ସ୍ବଳ୍ପ ଗୃହ ନିର୍ମାଣ ସହାୟତା ପାଇଥିବା ପରିବାର ମଧ୍ୟ […]

ଭୁବନେଶ୍ବର: ନୂଆ ଯୋଜନା ଫମୋ ଘର’ର ଶୁଭାରମ୍ଭ ହୋଇଛି। ନିମ୍ନ ଓ ନିମ୍ନ ମଧ୍ୟବିତ୍ତ ପରିବାର ପାଇଁ ମୋ ଘର ଯୋଜନାକୁ ଅନୁମୋଦନ କରିଛି ରାଜ୍ୟ କ୍ୟାବିନେଟ୍ । ଏଥିରେ ବର୍ତ୍ତମାନର ଗୃହ ନିର୍ମାଣ ଯୋଜନାର କଠୋର ଚୟନ ମାନଦଣ୍ଡରେ ବାଦ୍ ପଡିଥିବା ପରିବାର ଉପକୃତ ହେବେ। ତେବେ କାହାପାଇଁ ‘ମୋ ଘର’ ଯୋଜନା ? କେମିତି କରିବେ ଆବେଦନ ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ …..

ଆହୁରି ପଢ଼ନ୍ତୁ: ଘରେ ଶୋଇଥିବା ବେଳେ ହଠାତ୍ ଲାଗିଗଲା ନିଆଁ, ଜୀବନ୍ତ ଦଗ୍ଧ ହୋଇଗଲେ ଯୁବକ

ପୂର୍ବରୁ ସ୍ବଳ୍ପ ଗୃହ ନିର୍ମାଣ ସହାୟତା ପାଇଥିବା ପରିବାର ମଧ୍ୟ ଏହି ଯୋଜନାରେ ଘରର ଉନ୍ନତିକରଣ ବା ସଂପ୍ରସାରଣ କରିପାରିବେ । ଯୋଜନାରେ ହିତାଧିକାରୀ ୩ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବ୍ୟାଙ୍କ ଋଣ ପାଇପାରିବେ । ପ୍ରଥମ ବର୍ଷ ରିହାତି ଅବଧିକୁ ବାଦ ଦେଇ ପରବର୍ତ୍ତୀ ୧୦ବର୍ଷ ମଧ୍ୟରେ ଋଣ ପରିଶୋଧ କରିବାକୁ ହେବ। ପରିବାର କଚ୍ଚା ଘରେ କିମ୍ବା ଗୋଟିଏ କୋଠରୀ ଥିବା କଂକ୍ରିଟ୍ ଛାତ ଘରେ ରହୁଥିଲେ ଏହି ଯୋଜନାରେ ସାମିଲ ହୋଇପାରିବେ ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ ଓ ସୁଜିତ କୁମାର, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ସେହିପରି ପରିବାର ପୂର୍ବରୁ ସରକାରଙ୍କଠାରୁ କୌଣସି ଗୃହ ନିର୍ମାଣ ଯୋଜନା ଅଧୀନରେ ସହାୟତା ପାଇ ନ ଥିଲେ କିମ୍ବା ୭୦ହଜାରରୁ କମ ପରିମାଣର ସହାୟତା ରାଶି ପାଇଥିବେ। ପରିବାରର ମାସିକ ଆୟ ୨୫ହଜାରରୁ କମ୍ ଥିବ । ପରିବାରର ବ୍ୟକ୍ତିଗତ ବ୍ୟବହାର ପାଇଁ ଏକ ଅଣବ୍ୟବସାୟିକ ମୋଟର ଚାଳିତ ଚାରି ଚକିଆ ଯାନ ନଥିବ । ପରିବାରର କୌଣସି ସଦସ୍ୟ ସରକାରୀ କିମ୍ବା ସରକାରୀ ଉଦ୍ୟୋଗରେ ନିୟମିତ କର୍ମଚାରୀ କିମ୍ବା ପେନସନଭୋଗୀ ହୋଇ ନ ଥିବେ ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ

୫ ଏକର ଜଳସେଚିତ କିମ୍ବା ୧୫ଏକର ଅଣଜଳସେଚିତ ଜମିରୁ କମ ଜମି ଥିବା ପରିବାର ଯୋଜନାରେ ଲାଭ ପାଇପାରିବେ । ଗୃହ ନିର୍ମାଣ ପରେ ରାଜ୍ୟ ସରକାର ସମସ୍ତ ହିତାଧିକାରୀଙ୍କୁ ଋଣ ପରିମାଣ ଅନୁଯାୟୀ ସବସିଡି ରାଶି ପ୍ରଦାନ କରିବେ। ଅନୁସୂଚିତ ଜାତି, ଜନଜାତି ଏବଂ ଭିନ୍ନକ୍ଷମ ମୁଖ୍ୟ ଥିବା ପରିବାରଙ୍କ ପାଇଁ ଅତିରିକ୍ତ ସବସିଡି ରାଶି ପ୍ରଦାନ କରାଯିବ। ଋଣ ପାଇଁ ଇଚ୍ଛୁକ ବ୍ୟକ୍ତି ଆବେଦନ କରିବା ପୂର୍ବରୁ ଯୋଜନା ପାଇଁ ଥିବା ନିର୍ଦ୍ଧିଷ୍ଟ ଓ୍ବେବସାଇଟରେ ପଞ୍ଜିକରଣ କରିବାକୁ ପଡିବ ।

ଜୁନ୍ ୧୬ତାରିଖରୁ ଆବେଦନ ଗ୍ରହଣ କରାଯିବ । ଆବେଦନକାରୀ ନିଜେ କିମ୍ବା ମୋ ସେବା କେନ୍ଦ୍ର ମାଧ୍ୟମରେ ଆବେଦନ ଦରଖାସ୍ତ ପୂରଣ କରିପାରିବେ। ଆବେଦନପତ୍ର ଦାଖଲ ବେଳେ ଆବେଦନକାରୀଙ୍କୁ ପାସପୋର୍ଟ ଫଟୋ, ଆଧାରକାର୍ଡ, କେଓ୍ବାଇସି ଡକ୍ୟୁମେଣ୍ଟ, ଜମି ରେକର୍ଡ, ଜାତି ପ୍ରମାଣପତ୍ର ଭଳି ଡକ୍ୟୁମେଣ୍ଟ ଦେବାକୁ ପଡିବ। ଆବେଦନକାରୀ ଋଣ ପରିମାଣର ୧୦ପ୍ରତିଶତ ରାଶି ମାର୍ଜିନ୍ ଅର୍ଥ ଭାବେ ବିନିଯୋଗ କରିବେ। ଗୃହ ନିର୍ମାଣସ୍ତର ଅନୁସାରେ ଋଣ ରାଶି ୨ରୁ ୩ଟି ପର୍ଯ୍ୟାୟରେ ଦିଆଯିବ। ପ୍ରାୟ ୪ଲକ୍ଷ ହିତାଧିକାରୀଙ୍କ ପାଇଁ ଦୁଇ ବର୍ଷରେ ୨୧୫୦କୋଟି ଟଙ୍କାର ଆର୍ଥିକ ବ୍ୟୟ ଆକଳନ କରାଯାଇଛି ।

29 May 2023 By The Sakala

ଜାଣନ୍ତୁ କେଉଁ ମାନଙ୍କୁ ମିଳିବ ‘ମୋ ଘର’, କେମିତି କରିବେ ଆବେଦନ …..

ଭୁବନେଶ୍ବର: ନୂଆ ଯୋଜନା ଫମୋ ଘର’ର ଶୁଭାରମ୍ଭ ହୋଇଛି। ନିମ୍ନ ଓ ନିମ୍ନ ମଧ୍ୟବିତ୍ତ ପରିବାର ପାଇଁ ମୋ ଘର ଯୋଜନାକୁ ଅନୁମୋଦନ କରିଛି ରାଜ୍ୟ କ୍ୟାବିନେଟ୍ । ଏଥିରେ ବର୍ତ୍ତମାନର ଗୃହ ନିର୍ମାଣ ଯୋଜନାର କଠୋର ଚୟନ ମାନଦଣ୍ଡରେ ବାଦ୍ ପଡିଥିବା ପରିବାର ଉପକୃତ ହେବେ। ତେବେ କାହାପାଇଁ ‘ମୋ ଘର’ ଯୋଜନା ? କେମିତି କରିବେ ଆବେଦନ ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ …..

ପୂର୍ବରୁ ସ୍ବଳ୍ପ ଗୃହ ନିର୍ମାଣ ସହାୟତା ପାଇଥିବା ପରିବାର ମଧ୍ୟ ଏହି ଯୋଜନାରେ ଘରର ଉନ୍ନତିକରଣ ବା ସଂପ୍ରସାରଣ କରିପାରିବେ । ଯୋଜନାରେ ହିତାଧିକାରୀ ୩ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବ୍ୟାଙ୍କ ଋଣ ପାଇପାରିବେ । ପ୍ରଥମ ବର୍ଷ ରିହାତି ଅବଧିକୁ ବାଦ ଦେଇ ପରବର୍ତ୍ତୀ ୧୦ବର୍ଷ ମଧ୍ୟରେ ଋଣ ପରିଶୋଧ କରିବାକୁ ହେବ। ପରିବାର କଚ୍ଚା ଘରେ କିମ୍ବା ଗୋଟିଏ କୋଠରୀ ଥିବା କଂକ୍ରିଟ୍ ଛାତ ଘରେ ରହୁଥିଲେ ଏହି ଯୋଜନାରେ ସାମିଲ ହୋଇପାରିବେ ।

ସେହିପରି ପରିବାର ପୂର୍ବରୁ ସରକାରଙ୍କଠାରୁ କୌଣସି ଗୃହ ନିର୍ମାଣ ଯୋଜନା ଅଧୀନରେ ସହାୟତା ପାଇ ନ ଥିଲେ କିମ୍ବା ୭୦ହଜାରରୁ କମ ପରିମାଣର ସହାୟତା ରାଶି ପାଇଥିବେ। ପରିବାରର ମାସିକ ଆୟ ୨୫ହଜାରରୁ କମ୍ ଥିବ । ପରିବାରର ବ୍ୟକ୍ତିଗତ ବ୍ୟବହାର ପାଇଁ ଏକ ଅଣବ୍ୟବସାୟିକ ମୋଟର ଚାଳିତ ଚାରି ଚକିଆ ଯାନ ନଥିବ । ପରିବାରର କୌଣସି ସଦସ୍ୟ ସରକାରୀ କିମ୍ବା ସରକାରୀ ଉଦ୍ୟୋଗରେ ନିୟମିତ କର୍ମଚାରୀ କିମ୍ବା ପେନସନଭୋଗୀ ହୋଇ ନ ଥିବେ ।

୫ ଏକର ଜଳସେଚିତ କିମ୍ବା ୧୫ଏକର ଅଣଜଳସେଚିତ ଜମିରୁ କମ ଜମି ଥିବା ପରିବାର ଯୋଜନାରେ ଲାଭ ପାଇପାରିବେ । ଗୃହ ନିର୍ମାଣ ପରେ ରାଜ୍ୟ ସରକାର ସମସ୍ତ ହିତାଧିକାରୀଙ୍କୁ ଋଣ ପରିମାଣ ଅନୁଯାୟୀ ସବସିଡି ରାଶି ପ୍ରଦାନ କରିବେ। ଅନୁସୂଚିତ ଜାତି, ଜନଜାତି ଏବଂ ଭିନ୍ନକ୍ଷମ ମୁଖ୍ୟ ଥିବା ପରିବାରଙ୍କ ପାଇଁ ଅତିରିକ୍ତ ସବସିଡି ରାଶି ପ୍ରଦାନ କରାଯିବ। ଋଣ ପାଇଁ ଇଚ୍ଛୁକ ବ୍ୟକ୍ତି ଆବେଦନ କରିବା ପୂର୍ବରୁ ଯୋଜନା ପାଇଁ ଥିବା ନିର୍ଦ୍ଧିଷ୍ଟ ଓ୍ବେବସାଇଟରେ ପଞ୍ଜିକରଣ କରିବାକୁ ପଡିବ ।

ଜୁନ୍ ୧୬ତାରିଖରୁ ଆବେଦନ ଗ୍ରହଣ କରାଯିବ । ଆବେଦନକାରୀ ନିଜେ କିମ୍ବା ମୋ ସେବା କେନ୍ଦ୍ର ମାଧ୍ୟମରେ ଆବେଦନ ଦରଖାସ୍ତ ପୂରଣ କରିପାରିବେ। ଆବେଦନପତ୍ର ଦାଖଲ ବେଳେ ଆବେଦନକାରୀଙ୍କୁ ପାସପୋର୍ଟ ଫଟୋ, ଆଧାରକାର୍ଡ, କେଓ୍ବାଇସି ଡକ୍ୟୁମେଣ୍ଟ, ଜମି ରେକର୍ଡ, ଜାତି ପ୍ରମାଣପତ୍ର ଭଳି ଡକ୍ୟୁମେଣ୍ଟ ଦେବାକୁ ପଡିବ। ଆବେଦନକାରୀ ଋଣ ପରିମାଣର ୧୦ପ୍ରତିଶତ ରାଶି ମାର୍ଜିନ୍ ଅର୍ଥ ଭାବେ ବିନିଯୋଗ କରିବେ। ଗୃହ ନିର୍ମାଣସ୍ତର ଅନୁସାରେ ଋଣ ରାଶି ୨ରୁ ୩ଟି ପର୍ଯ୍ୟାୟରେ ଦିଆଯିବ। ପ୍ରାୟ ୪ଲକ୍ଷ ହିତାଧିକାରୀଙ୍କ ପାଇଁ ଦୁଇ ବର୍ଷରେ ୨୧୫୦କୋଟି ଟଙ୍କାର ଆର୍ଥିକ ବ୍ୟୟ ଆକଳନ କରାଯାଇଛି ।

https://www.thesakala.in/latest-odisha-news/new-housing-scheme-mo-ghar-who-gets-mo-ghar-and-know-how-to-apply/article-22103
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର