ବାହାନଗା ଟ୍ରେନ ଟ୍ରାଜେଡି: କଟକରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ, ଏସସିବିରେ ଚିକିତ୍ସିତ ହେଉଥିବା ଆହତ ଯାତ୍ରୀଙ୍କୁ ଭେଟିଲେ ମମତା

The Sakala Picture
Published On

ଭୁବନେଶ୍ବର: କଟକ ରେଭେନ୍ସା ପଡିଆରେ ପହଞ୍ଚି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏସସିବି ହସ୍ପିଟାଲ ଯାଇ ସେଠାରେ ଆହତଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି । ଏସସିବିରେ ଚିକିତ୍ସିତ ହେଉଛନ୍ତି ୫୮ ଆହତ ଯାତ୍ରୀ । ହସ୍ପିଟାଲ ଯାଇ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ମମତା ବାନାର୍ଜୀ । ପରେ ଡାକ୍ତରୀ ଟିମ୍, ଏସସିବି ଅଧୀକ୍ଷକ ଓ ଅନ୍ୟ କର୍ତୃପକ୍ଷଙ୍କ ସହ ଆଲୋଚନା କରିବେ। ମମତା ବାନାର୍ଜୀ । ଏସସିବି ପରେ ଭୁବନେଶ୍ୱର ଆସିବେ । ଭୁବନେଶ୍ୱରରେ ପଶ୍ଚିମବଙ୍ଗର କିଛି […]

ଭୁବନେଶ୍ବର: କଟକ ରେଭେନ୍ସା ପଡିଆରେ ପହଞ୍ଚି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏସସିବି ହସ୍ପିଟାଲ ଯାଇ ସେଠାରେ ଆହତଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି । ଏସସିବିରେ ଚିକିତ୍ସିତ ହେଉଛନ୍ତି ୫୮ ଆହତ ଯାତ୍ରୀ । ହସ୍ପିଟାଲ ଯାଇ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ମମତା ବାନାର୍ଜୀ । ପରେ ଡାକ୍ତରୀ ଟିମ୍, ଏସସିବି ଅଧୀକ୍ଷକ ଓ ଅନ୍ୟ କର୍ତୃପକ୍ଷଙ୍କ ସହ ଆଲୋଚନା କରିବେ। ମମତା ବାନାର୍ଜୀ । ଏସସିବି ପରେ ଭୁବନେଶ୍ୱର ଆସିବେ । ଭୁବନେଶ୍ୱରରେ ପଶ୍ଚିମବଙ୍ଗର କିଛି ମୃତକଙ୍କୁ ପରିବାରକୁ ଭେଟିବା ସହ ମୃତଦେହ ନେବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ହୋଇଥିବା ବ୍ୟବସ୍ଥାର ଅନୁଧ୍ୟାନ କରିବେ । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ଆହୁରି ପଢ଼ନ୍ତୁ: ପୁରୀରେ ନିମ୍ନମାନର ଓ ଭେଜାଲ ଖଜା ଗୋଦାମ ଉପରେ ପୋଲିସର ଚଢ଼ାଉ: ମାନ ଓ ସ୍ୱଚ୍ଛତା ଯାଞ୍ଚ ପାଇଁ କଡ଼ା ପଦକ୍ଷେପ

ସୂଚନା ଅନୁଯାୟୀ, କଟକରେ ପଶ୍ଚିମବଙ୍ଗର ୫୩ ଜଣ ଆହତ ଚିକିତ୍ସାଧୀନ ଅଛନ୍ତି। ଅନ୍ୟାନ୍ୟ ସ୍ଥାନରେ ୨୦୬ ଜଣ ଆହତଙ୍କ ଚିକିତ୍ସା ଚାଲିଛି। ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ତଦାରଖ କରିବାକୁ କାଲି କଟକ ଏବଂ ଭୁବନେଶ୍ୱର ସେ ଆସିବେ ବୋଲି କହିଛନ୍ତି। ଏହି ଅବସରରେ ସେ ପଶ୍ଚିମବଙ୍ଗର ମୃତକ ଓ ଆହତଙ୍କ ପାଇଁ ଅନୁକମ୍ପାମୂଳକ ରାଶି ଘୋଷଣା କରିଛନ୍ତି। ମୃତକଙ୍କ ପରିବାରର ଜଣେ ଲେଖାଏ ବ୍ୟକ୍ତିଙ୍କୁ ସ୍ପେଶାଲ ହୋମଗାର୍ଡ ଚାକିରି ସହିତ ସେମାନଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଲେଖାଏ ପ୍ରଦାନ କରାଯିବ ବୋଲି କହିଛନ୍ତି। ସେହିପରି ଯେଉଁମାନେ ଏହି ଦୁର୍ଘଟଣାରେ ସମ୍ପୂର୍ଣ୍ଣ ଅକ୍ଷମ ହୋଇଯାଇଥିବେ ସେମାନଙ୍କ ପରିବାରର ଜଣେ ବ୍ୟକ୍ତିଙ୍କୁ ହୋମଗାର୍ଡ ଚାକିରି ଦିଆଯିବ। ଗୁରୁତର ଆହତଙ୍କୁ ୧ ଲକ୍ଷ ଟଙ୍କା, ଆହତଙ୍କୁ ୫୦ ହଜାର ଓ ସାମାନ୍ୟ ଆହତଙ୍କୁ ୨୫ ହଜାର ଟଙ୍କା ଲେଖାଏଁ ସହାୟତା ଦିଆଯିବ। ଆହତ ହୋଇ ନ ଥିବା ସତ୍ୱେ ମାନସିକ ଆଘାତ ପାଇଥିବା ଯାତ୍ରୀଙ୍କୁ ୧୦ ହଜାର ଟଙ୍କା ଅନୁକମ୍ପା ରାଶି ପ୍ରଦାନ କରାଯିବ। ଏହାସହ ସମସ୍ତ ମୃତାହତଙ୍କ ପରିବାରକୁ ୪ ମାସ ଯାଏଁ ମାଗଣା ରାସନ ଦିଆଯିବ ବୋଲି ସେ ଘୋଷଣା କରିଛନ୍ତି।

ଆହୁରି ପଢ଼ନ୍ତୁ: ଶ୍ରୀଲିଙ୍ଗରାଜ ମନ୍ଦିରରେ ନୀତିକାନ୍ତି ବିଭ୍ରାଟ: ସେବାୟତଙ୍କ ବିବାଦ ଯୋଗୁଁ ଅଟକିଲା ପହୁଡ଼

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର