ପଶ୍ଚିମ ଓଡ଼ିଶା ପରେ ଉପକୂଳରେ ନିଆଁ ବର୍ଷା ଖରା, ଆହୁରି ୪ ଦିନ ଜାରି ରହିବ ଗ୍ରୀଷ୍ମ ଲହରୀ

The Sakala Picture
Published On

ଭୁବନେଶ୍ୱର: ପଶ୍ଚିମ ଓଡ଼ିଶାରେ ନିଆଁ ବର୍ଷା ଜାରି ରହିଥିବା ବେଳେ ଉପକୂଳ ଓଡ଼ିଶାରେ ବଢିଛି ପାରଦ । ଫଳରେ ସାରା ରାଜ୍ୟରେ ପ୍ରବଳ ଗରମ ଅନୁଭୂତ ହେଉଛି । ଦୁଇ ଦିନ ହେବ କେବଳ ପଶ୍ଚିମ ଓଡ଼ିଶାରେ ଅଧିକ ତାପମାତ୍ରା ରହୁଥିବା ବେଳେ ଉପକୂଳ ଓଡ଼ିଶାରେ ଅପେକ୍ଷାକୃତ ତାପମାତ୍ରା କମ୍‌‌ ରହୁଥିଲା। ହେଲେ ଗୁରୁବାର ପୁଣି ଥରେ ସାରା ଓଡ଼ିଶାରେ ତାପମାତ୍ରା ଉପରକୁ ଉଠିଛି। ଗତ ୨୪ ଘଣ୍ଟାରେ ରାଜ୍ୟର ୨୫ ଟି ସହରରେ ତାପମାତ୍ରା ୪୦ […]

ଭୁବନେଶ୍ୱର: ପଶ୍ଚିମ ଓଡ଼ିଶାରେ ନିଆଁ ବର୍ଷା ଜାରି ରହିଥିବା ବେଳେ ଉପକୂଳ ଓଡ଼ିଶାରେ ବଢିଛି ପାରଦ । ଫଳରେ ସାରା ରାଜ୍ୟରେ ପ୍ରବଳ ଗରମ ଅନୁଭୂତ ହେଉଛି । ଦୁଇ ଦିନ ହେବ କେବଳ ପଶ୍ଚିମ ଓଡ଼ିଶାରେ ଅଧିକ ତାପମାତ୍ରା ରହୁଥିବା ବେଳେ ଉପକୂଳ ଓଡ଼ିଶାରେ ଅପେକ୍ଷାକୃତ ତାପମାତ୍ରା କମ୍‌‌ ରହୁଥିଲା। ହେଲେ ଗୁରୁବାର ପୁଣି ଥରେ ସାରା ଓଡ଼ିଶାରେ ତାପମାତ୍ରା ଉପରକୁ ଉଠିଛି। ଗତ ୨୪ ଘଣ୍ଟାରେ ରାଜ୍ୟର ୨୫ ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ଏହାଠାରୁ ଅଧିକ ରେକର୍ଡ ହୋଇଥିବା ବେଳେ ୪୪.୮ ଡିଗ୍ରୀ ସହ ଝାରସୁଗୁଡ଼ା ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବତନ୍ତ୍ର ବିମାନ ଯୋଗେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିଲେ

ଶୁକ୍ରବାର କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ବୌଦ୍ଧ, ସୋନପୁର, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, କଟକ, ଖୋର୍ଦ୍ଧାରେ ପ୍ରବଳ ଗ୍ରୀଷ୍ମ ଲହରୀ ସୃଷ୍ଟି ଆଶଙ୍କା ଥିବାରୁ ଏହି ଜିଲ୍ଲାଗୁଡ଼କ ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ସେହିପରି ଯାଜପୁର, ଢେଙ୍କାନାଳ, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଆଦିରେ ଗ୍ରୀଷ୍ମ ଲହରୀ ପାଇଁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି।
ପାଣିପାଗ କେନ୍ଦ୍ର କହିଛି ଯେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ଏହି ସମୟରେ ଅନେକ ସ୍ଥାନରେ ତାପମାତ୍ରା ସ୍ୱାଭାବିକଠାରୁ ୫-୭ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ରହିବ। ତେବେ ଏହା ପରେ ତାପମାତ୍ରାରେ ହ୍ରାସ ଘଟିବ ବୋଲି ପାଣିପାଗ କେନ୍ଦ୍ର କହିଛି।

16 Jun 2023 By The Sakala

ପଶ୍ଚିମ ଓଡ଼ିଶା ପରେ ଉପକୂଳରେ ନିଆଁ ବର୍ଷା ଖରା, ଆହୁରି ୪ ଦିନ ଜାରି ରହିବ ଗ୍ରୀଷ୍ମ ଲହରୀ

ଭୁବନେଶ୍ୱର: ପଶ୍ଚିମ ଓଡ଼ିଶାରେ ନିଆଁ ବର୍ଷା ଜାରି ରହିଥିବା ବେଳେ ଉପକୂଳ ଓଡ଼ିଶାରେ ବଢିଛି ପାରଦ । ଫଳରେ ସାରା ରାଜ୍ୟରେ ପ୍ରବଳ ଗରମ ଅନୁଭୂତ ହେଉଛି । ଦୁଇ ଦିନ ହେବ କେବଳ ପଶ୍ଚିମ ଓଡ଼ିଶାରେ ଅଧିକ ତାପମାତ୍ରା ରହୁଥିବା ବେଳେ ଉପକୂଳ ଓଡ଼ିଶାରେ ଅପେକ୍ଷାକୃତ ତାପମାତ୍ରା କମ୍‌‌ ରହୁଥିଲା। ହେଲେ ଗୁରୁବାର ପୁଣି ଥରେ ସାରା ଓଡ଼ିଶାରେ ତାପମାତ୍ରା ଉପରକୁ ଉଠିଛି। ଗତ ୨୪ ଘଣ୍ଟାରେ ରାଜ୍ୟର ୨୫ ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ଏହାଠାରୁ ଅଧିକ ରେକର୍ଡ ହୋଇଥିବା ବେଳେ ୪୪.୮ ଡିଗ୍ରୀ ସହ ଝାରସୁଗୁଡ଼ା ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି।

ଶୁକ୍ରବାର କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ବୌଦ୍ଧ, ସୋନପୁର, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, କଟକ, ଖୋର୍ଦ୍ଧାରେ ପ୍ରବଳ ଗ୍ରୀଷ୍ମ ଲହରୀ ସୃଷ୍ଟି ଆଶଙ୍କା ଥିବାରୁ ଏହି ଜିଲ୍ଲାଗୁଡ଼କ ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ସେହିପରି ଯାଜପୁର, ଢେଙ୍କାନାଳ, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଆଦିରେ ଗ୍ରୀଷ୍ମ ଲହରୀ ପାଇଁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି।
ପାଣିପାଗ କେନ୍ଦ୍ର କହିଛି ଯେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ଏହି ସମୟରେ ଅନେକ ସ୍ଥାନରେ ତାପମାତ୍ରା ସ୍ୱାଭାବିକଠାରୁ ୫-୭ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ରହିବ। ତେବେ ଏହା ପରେ ତାପମାତ୍ରାରେ ହ୍ରାସ ଘଟିବ ବୋଲି ପାଣିପାଗ କେନ୍ଦ୍ର କହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର