ରାଜ୍ୟରେ ଅସହ୍ୟ ତାତି: ଦିନ ସାଢେ ୧୧ଟା ସୁଦ୍ଧା ସମ୍ବଲପୁର ତାପମାତ୍ରା ୪୨.୬ ଡ଼ିଗ୍ରୀ

The Sakala Picture
Published On

ଭୁବନେଶ୍ୱର: ସାରା ଓଡ଼ିଶାରେ ଜାରି ରହିଛି ଅସହ୍ୟ ଗ୍ରୀଷ୍ମ ପ୍ରବାହ। ତତଲା ତାୱାରେ ଭାଜି ହେଉଛି ସାରା ରାଜ୍ୟ। ଗତ କିଛି ଦିନଧରି ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ସମସ୍ତ ସ୍ଥାନରେ ଅନୁଭବ ହେଉଛି ଅସହ୍ୟ ତାତି। ଆଜି ଦିନ ସାଢେ ୧୧ଟା ସୁଦ୍ଧା ରେକର୍ଡ କରାଯାଇଥିବା ତାପମାତ୍ରା ଅନୁସାରେ ସମ୍ବଲପୁର ତାପମାତ୍ରା ୪୨.୬ ଡ଼ିଗ୍ରୀ ସହ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି। ଅନ୍ୟପଟେ ଡହଡହ ଖରାରେ ସିଝିଲେ ରାଜଧାନୀବାସୀ। ଭୁବନେଶ୍ୱରର ତାପମାତ୍ରା ୪୨.୨ ଡିଗ୍ରୀ […]

ଭୁବନେଶ୍ୱର: ସାରା ଓଡ଼ିଶାରେ ଜାରି ରହିଛି ଅସହ୍ୟ ଗ୍ରୀଷ୍ମ ପ୍ରବାହ। ତତଲା ତାୱାରେ ଭାଜି ହେଉଛି ସାରା ରାଜ୍ୟ। ଗତ କିଛି ଦିନଧରି ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ସମସ୍ତ ସ୍ଥାନରେ ଅନୁଭବ ହେଉଛି ଅସହ୍ୟ ତାତି। ଆଜି ଦିନ ସାଢେ ୧୧ଟା ସୁଦ୍ଧା ରେକର୍ଡ କରାଯାଇଥିବା ତାପମାତ୍ରା ଅନୁସାରେ ସମ୍ବଲପୁର ତାପମାତ୍ରା ୪୨.୬ ଡ଼ିଗ୍ରୀ ସହ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି। ଅନ୍ୟପଟେ ଡହଡହ ଖରାରେ ସିଝିଲେ ରାଜଧାନୀବାସୀ। ଭୁବନେଶ୍ୱରର ତାପମାତ୍ରା ୪୨.୨ ଡିଗ୍ରୀ ସେଲସିୟସ ଥିବାବେଳେ ଝାରସୁଗୁଡା ୪୨.୨ ଡ଼ିଗ୍ରୀ, ହୀରାକୁଦରେ ୪୨.୪ ଡ଼ିଗ୍ରୀ, କେନ୍ଦୁଝରରେ ୩୯.୨ ଡ଼ିଗ୍ରୀ, ଚାନ୍ଦବାଲିରେ ୩୮.୬ ଡ଼ିଗ୍ରୀ, ବାଲେଶ୍ୱରରେ ୩୩.୬ ଡ଼ିଗ୍ରୀ, ଗୋପାଳପୁରରେ ୩୫.୪ ଡ଼ିଗ୍ରୀ, ପୁରୀରେ ୩୬ ଡ଼ିଗ୍ରୀ, ପାରାଦୀପରେ ୩୪.୪ ଡ଼ିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଜନ୍ମାଷ୍ଟମୀ: ପ୍ରଭୁ ଶ୍ରୀକୃଷ୍ଣଙ୍କ ଦିବ୍ୟ ଧରାବତରଣ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର