୧୦୮ ଆମ୍ବୁଲାନ୍ସ ଓ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା, ଆମ୍ବୁଲାନ୍ସ ଡ୍ରାଇଭର ଗୁରୁତର

The Sakala Picture
Published On

ଫୁଲବାଣୀ: କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ଥାନା କୁର୍ତ୍ତମଗଡ଼ ପନ୍ଦରମାଇଲ୍ ଛକ ନିକଟରେ ୧୦୮ ଆମ୍ବୁଲାନ୍ସ ସହ ଏକ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣାରେ ଆମ୍ବୁଲାନ୍ସ ଡ଼୍ରାଇଭର ଗାଡ଼ି ଭିତରେ ଚାପି ହୋଇ ରହିଯାଇଥିଲେ । ସେପଟେ ଟ୍ରକ୍ ଡ୍ରାଇଭର ଓ ହେଲପର ସୁରକ୍ଷିତ ଥିବା ଜଣାପଡ଼ିଛି । ଖବରପାଇ ଅଞ୍ଚଳବାସୀ ଘଟଣାସ୍ଥଳରେ ପହଞ୍ଚି ଡ଼୍ରାଇଭରଙ୍କୁ ଗୁରୁତର ଅବସ୍ଥାରେ ଗାଡ଼ିଭିତରୁ ଉଦ୍ଧାର କରିବା ପରେ ସେହି ରାସ୍ତା ଦେଇ ଆସୁଥିବା କୋଟଗଡ଼ ବନବିଭାଗ ରେଞ୍ଜର […]

ଫୁଲବାଣୀ: କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ଥାନା କୁର୍ତ୍ତମଗଡ଼ ପନ୍ଦରମାଇଲ୍ ଛକ ନିକଟରେ ୧୦୮ ଆମ୍ବୁଲାନ୍ସ ସହ ଏକ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣାରେ ଆମ୍ବୁଲାନ୍ସ ଡ଼୍ରାଇଭର ଗାଡ଼ି ଭିତରେ ଚାପି ହୋଇ ରହିଯାଇଥିଲେ । ସେପଟେ ଟ୍ରକ୍ ଡ୍ରାଇଭର ଓ ହେଲପର ସୁରକ୍ଷିତ ଥିବା ଜଣାପଡ଼ିଛି । ଖବରପାଇ ଅଞ୍ଚଳବାସୀ ଘଟଣାସ୍ଥଳରେ ପହଞ୍ଚି ଡ଼୍ରାଇଭରଙ୍କୁ ଗୁରୁତର ଅବସ୍ଥାରେ ଗାଡ଼ିଭିତରୁ ଉଦ୍ଧାର କରିବା ପରେ ସେହି ରାସ୍ତା ଦେଇ ଆସୁଥିବା କୋଟଗଡ଼ ବନବିଭାଗ ରେଞ୍ଜର ସୁର୍ଯ୍ୟକାନ୍ତ ବେହେରା ନିଜ ଗାଡ଼ିରେ ଆଣି ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ ଆମ୍ବୁଲାନ୍ସ ଡ୍ରାଇଭରକୁ । ଗୁରୁତର ୧୦୮ ଆମ୍ବୁଲାନ୍ସ ଡ୍ରାଇଭର ଆସ୍ତିକ ମଲ୍ଲିକ ହୋଇଥିବା ଜଣାପଡ଼ିଛି । ଅବସ୍ଥା ସଙ୍କଟାପନ୍ନ ଥିବାରୁ ପ୍ରାଥମିକ ଚିକିତ୍ସା ପରେ ଡ୍ରାଇଭର ଆସ୍ତିକଙ୍କୁ ଫୁଲବାଣୀ ଜିଲ୍ଲା ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି ।

ଆହୁରି ପଢ଼ନ୍ତୁ: ସ୍କୁଲରେ ଛାତ୍ରଙ୍କ ପ୍ୟାଣ୍ଟରେ ବିଛୁଆତି ପୁରାଇ ଦେବା ଘଟଣା: ପ୍ରଧାନଶିକ୍ଷକଙ୍କୁ ଚାକିରିରୁ ନିଲମ୍ବିତ କଲେ ବିଇଓ

ସୂଚନା ଅନୁସାରେ, ଆଜି ସକାଳ ପ୍ରାୟ ୧୦ଟା ସମୟରେ ତୁମୁଡ଼ିବନ୍ଧରୁ ବାଲିଗୁଡ଼ା ଅଭିମୁଖେ ଆସୁଥିବା ଏକ ୧୦୮ ଆମ୍ବୁଲାନ୍ସ ସହ ବାଲିଗୁଡ଼ାରୁ ଭବାନୀପାଟଣା ଯାଉଥିବା ଏକ ମାଲବାହୀ ଟ୍ରକ୍ ସହ କୁର୍ତ୍ତମଗଡ଼ ପନ୍ଦରମାଇଲ୍ ଛକ ନିକଟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଆମ୍ବୁଲାନ୍ସଟି ଗୁରୁତର କ୍ଷତି ହୋଇଥିବା ବେଳେ ଆମ୍ବୁଲାନ୍ସ ଡ଼୍ରାଇଭର ମଧ୍ୟ ଗାଡ଼ି ଭିତରେ ଚାପିହୋଇ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି । ଘଟଣାସ୍ଥଳରେ ତୁମୁଡ଼ିବନ୍ଧ ପୋଲିସ୍ ପହଁଚି ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହ: ସମସ୍ତଙ୍କ ସାମ୍ନାରେ ସ୍ତ୍ରୀକୁ ଛୁରାମାଡ଼ କଲା ନୃଶଂସ ସ୍ୱାମୀ

18 May 2021 By The Sakala

୧୦୮ ଆମ୍ବୁଲାନ୍ସ ଓ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା, ଆମ୍ବୁଲାନ୍ସ ଡ୍ରାଇଭର ଗୁରୁତର

ଫୁଲବାଣୀ: କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ଥାନା କୁର୍ତ୍ତମଗଡ଼ ପନ୍ଦରମାଇଲ୍ ଛକ ନିକଟରେ ୧୦୮ ଆମ୍ବୁଲାନ୍ସ ସହ ଏକ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣାରେ ଆମ୍ବୁଲାନ୍ସ ଡ଼୍ରାଇଭର ଗାଡ଼ି ଭିତରେ ଚାପି ହୋଇ ରହିଯାଇଥିଲେ । ସେପଟେ ଟ୍ରକ୍ ଡ୍ରାଇଭର ଓ ହେଲପର ସୁରକ୍ଷିତ ଥିବା ଜଣାପଡ଼ିଛି । ଖବରପାଇ ଅଞ୍ଚଳବାସୀ ଘଟଣାସ୍ଥଳରେ ପହଞ୍ଚି ଡ଼୍ରାଇଭରଙ୍କୁ ଗୁରୁତର ଅବସ୍ଥାରେ ଗାଡ଼ିଭିତରୁ ଉଦ୍ଧାର କରିବା ପରେ ସେହି ରାସ୍ତା ଦେଇ ଆସୁଥିବା କୋଟଗଡ଼ ବନବିଭାଗ ରେଞ୍ଜର ସୁର୍ଯ୍ୟକାନ୍ତ ବେହେରା ନିଜ ଗାଡ଼ିରେ ଆଣି ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ ଆମ୍ବୁଲାନ୍ସ ଡ୍ରାଇଭରକୁ । ଗୁରୁତର ୧୦୮ ଆମ୍ବୁଲାନ୍ସ ଡ୍ରାଇଭର ଆସ୍ତିକ ମଲ୍ଲିକ ହୋଇଥିବା ଜଣାପଡ଼ିଛି । ଅବସ୍ଥା ସଙ୍କଟାପନ୍ନ ଥିବାରୁ ପ୍ରାଥମିକ ଚିକିତ୍ସା ପରେ ଡ୍ରାଇଭର ଆସ୍ତିକଙ୍କୁ ଫୁଲବାଣୀ ଜିଲ୍ଲା ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି ।

ସୂଚନା ଅନୁସାରେ, ଆଜି ସକାଳ ପ୍ରାୟ ୧୦ଟା ସମୟରେ ତୁମୁଡ଼ିବନ୍ଧରୁ ବାଲିଗୁଡ଼ା ଅଭିମୁଖେ ଆସୁଥିବା ଏକ ୧୦୮ ଆମ୍ବୁଲାନ୍ସ ସହ ବାଲିଗୁଡ଼ାରୁ ଭବାନୀପାଟଣା ଯାଉଥିବା ଏକ ମାଲବାହୀ ଟ୍ରକ୍ ସହ କୁର୍ତ୍ତମଗଡ଼ ପନ୍ଦରମାଇଲ୍ ଛକ ନିକଟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଆମ୍ବୁଲାନ୍ସଟି ଗୁରୁତର କ୍ଷତି ହୋଇଥିବା ବେଳେ ଆମ୍ବୁଲାନ୍ସ ଡ଼୍ରାଇଭର ମଧ୍ୟ ଗାଡ଼ି ଭିତରେ ଚାପିହୋଇ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି । ଘଟଣାସ୍ଥଳରେ ତୁମୁଡ଼ିବନ୍ଧ ପୋଲିସ୍ ପହଁଚି ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର