5T ଉପକ୍ରମରେ ନନ୍ଦନକାନନକୁ ଏକ ବିଶ୍ବସ୍ତରୀୟ ପ୍ରାଣୀ ଉଦ୍ୟାନ ଭାବେ ରୂପାନ୍ତର କରିବାକୁ ପ୍ରସ୍ତାବ

The Sakala Picture
Published On

ଭୁବନେଶ୍ୱର: ନନ୍ଦନକାନନର ହେବ ରୂପାନ୍ତର । ୫-ଟି ଉପକ୍ରମରେ ଏହାକୁ ଏକ ବିଶ୍ବସ୍ତରୀୟ ପ୍ରାଣୀ ଉଦ୍ୟାନ ଭାବେ ଏହାର ରୂପାନ୍ତର କରାଯିବ। ଚୂଡଙ୍ଗ ଜଙ୍ଗଲ ଅଞ୍ଚଳକୁ ଏଥିରେ ସାମିଲ କରାଯିବ। ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିକଟରେ ରାଜ୍ୟ ବନ ବିଭାଗ ପକ୍ଷରୁ ନନ୍ଦନକାନନର ରୂପାନ୍ତର ପାଇଁ ଏକ ଉପସ୍ଥାପନା ରଖାଯାଇଥିଲା। ଏଥିରେ ନନ୍ଦନକାନନର କାୟାରେ ପରିବର୍ତ୍ତନ ପାଇଁ ଏକ ବିସ୍ତୃତ ଓ ଭବିଷ୍ୟମୁଖୀ ପ୍ରସ୍ତାବ ରଖାଯାଇଛି । ଏ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେବା […]

ଭୁବନେଶ୍ୱର: ନନ୍ଦନକାନନର ହେବ ରୂପାନ୍ତର । ୫-ଟି ଉପକ୍ରମରେ ଏହାକୁ ଏକ ବିଶ୍ବସ୍ତରୀୟ ପ୍ରାଣୀ ଉଦ୍ୟାନ ଭାବେ ଏହାର ରୂପାନ୍ତର କରାଯିବ। ଚୂଡଙ୍ଗ ଜଙ୍ଗଲ ଅଞ୍ଚଳକୁ ଏଥିରେ ସାମିଲ କରାଯିବ। ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିକଟରେ ରାଜ୍ୟ ବନ ବିଭାଗ ପକ୍ଷରୁ ନନ୍ଦନକାନନର ରୂପାନ୍ତର ପାଇଁ ଏକ ଉପସ୍ଥାପନା ରଖାଯାଇଥିଲା। ଏଥିରେ ନନ୍ଦନକାନନର କାୟାରେ ପରିବର୍ତ୍ତନ ପାଇଁ ଏକ ବିସ୍ତୃତ ଓ ଭବିଷ୍ୟମୁଖୀ ପ୍ରସ୍ତାବ ରଖାଯାଇଛି ।

ଆହୁରି ପଢ଼ନ୍ତୁ: କଲେଜକୁ ପରୀକ୍ଷା ଦେବାକୁ ଯାଉଥିଲେ ଛାତ୍ରୀ, ବ୍ଲେଡରେ ଆକ୍ରମଣ କରି ଦୁର୍ବୃତ୍ତ ଫେରାର

ଏ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେବା ସହିତ ନନ୍ଦନକାନନରେ ପ୍ଲାଷ୍ଟିକର ବ୍ୟବହାର ସଂପୂର୍ଣ୍ଣ ନିଷେଧ କରିବା ପାଇଁ ନିର୍ଦ୍ଦେଶ ଦେବା ସହିତ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ କାମ ସଂପୂର୍ଣ୍ଣ କରିବାକୁ ପରାମର୍ଶ ଦେଇଥିଲେ । ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗତ ମଇ ୨୩ ତାରିଖରେ ଜଙ୍ଗଲ ବିଭାଗ ସମୀକ୍ଷା ସମୟରେ ନନ୍ଦନକାନନର ରୂପାନ୍ତର ପାଇଁ ଯୋଜନା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଥିଲେ ।

ଆହୁରି ପଢ଼ନ୍ତୁ: ଘରେ ଶୋଇଥିବା ବେଳେ ହଠାତ୍ ଲାଗିଗଲା ନିଆଁ, ଜୀବନ୍ତ ଦଗ୍ଧ ହୋଇଗଲେ ଯୁବକ

ନୂଆ ଯୋଜନାରେ ପରିଦର୍ଶକ ମାନଙ୍କ ପାଇଁ ଅତିରିକ୍ତ ଉନ୍ନତ ସୁବିଧା, ଆଧୁନିକ ଫ୍ରଣ୍ଟେଜ ଓ ଲ୍ୟାଣ୍ଡସ୍କେପିଂ, ଟନେଲ ଆକ୍ବାରିଅମ, ୱାଟର ବାର୍ଡ ଆଭିଆରୀ (Water Bird Aviary) ଦେଶ ବିଦେଶରୁ ନୂତନ ପ୍ରାଣୀ, Emersive Enclosures ଓ ପିଲାମାନଙ୍କ ପାଇଁ ପ୍ରକୃତି ଶିକ୍ଷାର ଏକ ସ୍ବତନ୍ତ୍ର ହବ୍‌ ଭାବରେ ବିକାଶ କରିବା ପାଇଁ ବ୍ୟବସ୍ଥା ରହିଛି।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

ଦୁଇଟି ପର୍ଯ୍ୟାୟରେ ହେବାକୁ ଥିବା ରୂପାନ୍ତର କାର୍ଯ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟ ୨୦୨୩ ରୁ ୨୦୨୫ ଓ ଦ୍ବିତୀୟ ପର୍ଯ୍ୟାୟ ୨୦୨୫ ରୁ ୨୦୨୮ ମଧ୍ୟରେ କାର୍ଯ୍ୟକାରୀ ହେବ। ପ୍ରଥମ ପର୍ଯ୍ୟାୟରେ ପ୍ରାଣୀ ଉଦ୍ୟାନ ଓ ବଟାନିକାଲ ଗାର୍ଡେନର ବିକାଶ ହେବାକୁ ଥିବାବେଳେ ଦ୍ବିତୀୟ ପର୍ଯ୍ୟାୟରେ ଚୂଡଙ୍ଗ ଜଙ୍ଗଲ ଅଞ୍ଚଳର ବିକାଶ କରାଯିବ । ଏଥିରେ ରାତ୍ରୀ ସଫାରୀ ଓ ସଫାରୀ କମ୍ପଲେକ୍ସର ବିକାଶ କରାଯିବ।

ନନ୍ଦନକାନନକୁ ପିଲାମାନଙ୍କ ପାଇଁ ପ୍ରକୃତି ଶିକ୍ଷା ଉପରେ ଏକ ଆକର୍ଷଣୀୟ ହବ୍‌ ଭାବରେ ବିକାଶ କରିବା ପାଇଁ ଯୋଜନା ରହିଛି । ଏଥିରେ ଆକ୍ଟିଭିଟି ଭିତ୍ତିକ ପ୍ରାଣୀ ଉଦ୍ୟାନ, ପ୍ରକୃତି ଶିକ୍ଷା ସହିତ କେତେକ ସ୍ବତନ୍ତ୍ର ସ୍କୁଲରେ ‘ନନ୍ଦନକାନନ କ୍ଲବ’ ଓ ‘ଜୁ ଆମ୍ବାସାଡର’ ଆଦି କାର୍ଯ୍ୟକ୍ରମ ରହିଛି। ଏହାସହିତ Citizen Science, Know Your Trees ଆଦି ବିଭିନ୍ନ ଆକ୍ଟିଭିଟି କରାଯିବ। ପିଲାମାନଙ୍କ ପାଇଁ ସ୍ବତନ୍ତ୍ର ଇଣ୍ଟର୍ନସିଭ ଓ ଜୁ ଭଲ୍ୟୁଣ୍ଟିଅର ଆଦି କାର୍ଯ୍ୟକ୍ରମ କରାଯିବ।

ସୂଚନାଯୋଗ୍ୟ ଯେ ବର୍ତ୍ତମାନ ନନ୍ଦନକାନନରେ ୪୮ଟି ପ୍ରଜାତିର ସ୍ତନ୍ୟପାୟୀ ପ୍ରାଣୀ, ୭୭ଟି ପ୍ରଜାତିର ପକ୍ଷୀ, ୩୦ଟି ପ୍ରଜାତିର ସରୀସୃପ ଓ ୬ଟି ପ୍ରଜାତିର ଉଭୟଚର ପ୍ରାଣୀ ଅଛନ୍ତି। ସମୁଦାୟ ୧୬୧ ପ୍ରଜାତିର ୪୦୧୨ଟି ପ୍ରାଣୀ ଅଛନ୍ତି । ବର୍ତ୍ତମାନ ଦେଶ ବିଦେଶର ବିଭିନ୍ନ ସ୍ଥାନରୁ ଅଧିକ ପ୍ରାଣୀ ଆଣିବା ପାଇଁ ଯୋଜନା କରାଯାଇଛି । ଦେଶର ଉତ୍ତରପୂର୍ବ ଅଞ୍ଚଳରୁ Hoolock Gibbon, Pig tailed Macaque, One horned Rhinoceros, Capped Langur, Spectacled Monkey, Clouded Leopard ଆଦି ଆଣିବାର ପ୍ରସ୍ତାବ ରହିଛି । ସେହିପରି ଅଷ୍ଟ୍ରେଲିଆରୁ Cassowary, Kangaroo, Wallby ଆଦି ଆଣିବାର ପ୍ରସ୍ତାବ ମଧ୍ୟ ରହିଛି ।

ଏହି ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ. ଜେନା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ ପ୍ରମୁଖ ଉପସ୍ଥିତ ଥିଲେ । ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ପ୍ରାରମ୍ଭିକ ସୂଚନା ଦେଇଥିଲେ । ନନ୍ଦନକାନନର ନିର୍ଦ୍ଦେଶକ ଉପସ୍ଥାପନା ରଖିଥିଲେ ।

23 Jun 2023 By The Sakala

5T ଉପକ୍ରମରେ ନନ୍ଦନକାନନକୁ ଏକ ବିଶ୍ବସ୍ତରୀୟ ପ୍ରାଣୀ ଉଦ୍ୟାନ ଭାବେ ରୂପାନ୍ତର କରିବାକୁ ପ୍ରସ୍ତାବ

ଭୁବନେଶ୍ୱର: ନନ୍ଦନକାନନର ହେବ ରୂପାନ୍ତର । ୫-ଟି ଉପକ୍ରମରେ ଏହାକୁ ଏକ ବିଶ୍ବସ୍ତରୀୟ ପ୍ରାଣୀ ଉଦ୍ୟାନ ଭାବେ ଏହାର ରୂପାନ୍ତର କରାଯିବ। ଚୂଡଙ୍ଗ ଜଙ୍ଗଲ ଅଞ୍ଚଳକୁ ଏଥିରେ ସାମିଲ କରାଯିବ। ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିକଟରେ ରାଜ୍ୟ ବନ ବିଭାଗ ପକ୍ଷରୁ ନନ୍ଦନକାନନର ରୂପାନ୍ତର ପାଇଁ ଏକ ଉପସ୍ଥାପନା ରଖାଯାଇଥିଲା। ଏଥିରେ ନନ୍ଦନକାନନର କାୟାରେ ପରିବର୍ତ୍ତନ ପାଇଁ ଏକ ବିସ୍ତୃତ ଓ ଭବିଷ୍ୟମୁଖୀ ପ୍ରସ୍ତାବ ରଖାଯାଇଛି ।

ଏ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେବା ସହିତ ନନ୍ଦନକାନନରେ ପ୍ଲାଷ୍ଟିକର ବ୍ୟବହାର ସଂପୂର୍ଣ୍ଣ ନିଷେଧ କରିବା ପାଇଁ ନିର୍ଦ୍ଦେଶ ଦେବା ସହିତ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ କାମ ସଂପୂର୍ଣ୍ଣ କରିବାକୁ ପରାମର୍ଶ ଦେଇଥିଲେ । ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗତ ମଇ ୨୩ ତାରିଖରେ ଜଙ୍ଗଲ ବିଭାଗ ସମୀକ୍ଷା ସମୟରେ ନନ୍ଦନକାନନର ରୂପାନ୍ତର ପାଇଁ ଯୋଜନା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଥିଲେ ।

ନୂଆ ଯୋଜନାରେ ପରିଦର୍ଶକ ମାନଙ୍କ ପାଇଁ ଅତିରିକ୍ତ ଉନ୍ନତ ସୁବିଧା, ଆଧୁନିକ ଫ୍ରଣ୍ଟେଜ ଓ ଲ୍ୟାଣ୍ଡସ୍କେପିଂ, ଟନେଲ ଆକ୍ବାରିଅମ, ୱାଟର ବାର୍ଡ ଆଭିଆରୀ (Water Bird Aviary) ଦେଶ ବିଦେଶରୁ ନୂତନ ପ୍ରାଣୀ, Emersive Enclosures ଓ ପିଲାମାନଙ୍କ ପାଇଁ ପ୍ରକୃତି ଶିକ୍ଷାର ଏକ ସ୍ବତନ୍ତ୍ର ହବ୍‌ ଭାବରେ ବିକାଶ କରିବା ପାଇଁ ବ୍ୟବସ୍ଥା ରହିଛି।

ଦୁଇଟି ପର୍ଯ୍ୟାୟରେ ହେବାକୁ ଥିବା ରୂପାନ୍ତର କାର୍ଯ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟ ୨୦୨୩ ରୁ ୨୦୨୫ ଓ ଦ୍ବିତୀୟ ପର୍ଯ୍ୟାୟ ୨୦୨୫ ରୁ ୨୦୨୮ ମଧ୍ୟରେ କାର୍ଯ୍ୟକାରୀ ହେବ। ପ୍ରଥମ ପର୍ଯ୍ୟାୟରେ ପ୍ରାଣୀ ଉଦ୍ୟାନ ଓ ବଟାନିକାଲ ଗାର୍ଡେନର ବିକାଶ ହେବାକୁ ଥିବାବେଳେ ଦ୍ବିତୀୟ ପର୍ଯ୍ୟାୟରେ ଚୂଡଙ୍ଗ ଜଙ୍ଗଲ ଅଞ୍ଚଳର ବିକାଶ କରାଯିବ । ଏଥିରେ ରାତ୍ରୀ ସଫାରୀ ଓ ସଫାରୀ କମ୍ପଲେକ୍ସର ବିକାଶ କରାଯିବ।

ନନ୍ଦନକାନନକୁ ପିଲାମାନଙ୍କ ପାଇଁ ପ୍ରକୃତି ଶିକ୍ଷା ଉପରେ ଏକ ଆକର୍ଷଣୀୟ ହବ୍‌ ଭାବରେ ବିକାଶ କରିବା ପାଇଁ ଯୋଜନା ରହିଛି । ଏଥିରେ ଆକ୍ଟିଭିଟି ଭିତ୍ତିକ ପ୍ରାଣୀ ଉଦ୍ୟାନ, ପ୍ରକୃତି ଶିକ୍ଷା ସହିତ କେତେକ ସ୍ବତନ୍ତ୍ର ସ୍କୁଲରେ ‘ନନ୍ଦନକାନନ କ୍ଲବ’ ଓ ‘ଜୁ ଆମ୍ବାସାଡର’ ଆଦି କାର୍ଯ୍ୟକ୍ରମ ରହିଛି। ଏହାସହିତ Citizen Science, Know Your Trees ଆଦି ବିଭିନ୍ନ ଆକ୍ଟିଭିଟି କରାଯିବ। ପିଲାମାନଙ୍କ ପାଇଁ ସ୍ବତନ୍ତ୍ର ଇଣ୍ଟର୍ନସିଭ ଓ ଜୁ ଭଲ୍ୟୁଣ୍ଟିଅର ଆଦି କାର୍ଯ୍ୟକ୍ରମ କରାଯିବ।

ସୂଚନାଯୋଗ୍ୟ ଯେ ବର୍ତ୍ତମାନ ନନ୍ଦନକାନନରେ ୪୮ଟି ପ୍ରଜାତିର ସ୍ତନ୍ୟପାୟୀ ପ୍ରାଣୀ, ୭୭ଟି ପ୍ରଜାତିର ପକ୍ଷୀ, ୩୦ଟି ପ୍ରଜାତିର ସରୀସୃପ ଓ ୬ଟି ପ୍ରଜାତିର ଉଭୟଚର ପ୍ରାଣୀ ଅଛନ୍ତି। ସମୁଦାୟ ୧୬୧ ପ୍ରଜାତିର ୪୦୧୨ଟି ପ୍ରାଣୀ ଅଛନ୍ତି । ବର୍ତ୍ତମାନ ଦେଶ ବିଦେଶର ବିଭିନ୍ନ ସ୍ଥାନରୁ ଅଧିକ ପ୍ରାଣୀ ଆଣିବା ପାଇଁ ଯୋଜନା କରାଯାଇଛି । ଦେଶର ଉତ୍ତରପୂର୍ବ ଅଞ୍ଚଳରୁ Hoolock Gibbon, Pig tailed Macaque, One horned Rhinoceros, Capped Langur, Spectacled Monkey, Clouded Leopard ଆଦି ଆଣିବାର ପ୍ରସ୍ତାବ ରହିଛି । ସେହିପରି ଅଷ୍ଟ୍ରେଲିଆରୁ Cassowary, Kangaroo, Wallby ଆଦି ଆଣିବାର ପ୍ରସ୍ତାବ ମଧ୍ୟ ରହିଛି ।

ଏହି ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ. ଜେନା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ ପ୍ରମୁଖ ଉପସ୍ଥିତ ଥିଲେ । ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ପ୍ରାରମ୍ଭିକ ସୂଚନା ଦେଇଥିଲେ । ନନ୍ଦନକାନନର ନିର୍ଦ୍ଦେଶକ ଉପସ୍ଥାପନା ରଖିଥିଲେ ।

https://www.thesakala.in/latest-odisha-news/there-will-be-transformation-of-nandankanan-in-5t-initiative/article-22879
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର