ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ମାଡ଼ି ଆସୁଛି ବାତ୍ୟା ‘ୟଶ୍’, ୨୫ରୁ ଉପକୂଳ ଓଡ଼ିଶାରେ ବଢ଼ିବ ବର୍ଷା, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

The Sakala Picture
Published On

ଭୁବନେଶ୍ୱର: ଆଗୁଆ ଆସିବ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ । ୨୧ ତାରିଖ ସୁଦ୍ଧା ଦକ୍ଷିଣ ଆଣ୍ଡାମାନ ସାଗର ଓ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଦକ୍ଷିଣପଶ୍ଚିମ ମୌସୁମୀ ଆସିପାରେ । ଅନ୍ୟପଟେ ଉତ୍ତର ଆଣ୍ଡାମାନ ସାଗର ଓ ତତସଂଲଗ୍ନ ଉତ୍ତରକେନ୍ଦ୍ରୀୟ ବଙ୍ଗୋପସାଗରରେ ୨୨ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ଆଶଙ୍କା ରହିଛି । ଏହା ପରବର୍ତ୍ତୀ ୭୨ ଘଣ୍ଟାରେ ସାମୁଦ୍ରିକ ଝଡ଼ରେ ପରିଣତ ହୋଇ ଉତ୍ତରପଶ୍ଚିମ ଦିଗକୁ ଗତି କରି ୨୬ ତାରିଖ ସନ୍ଧ୍ୟାରେ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ […]

ଭୁବନେଶ୍ୱର: ଆଗୁଆ ଆସିବ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ । ୨୧ ତାରିଖ ସୁଦ୍ଧା ଦକ୍ଷିଣ ଆଣ୍ଡାମାନ ସାଗର ଓ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଦକ୍ଷିଣପଶ୍ଚିମ ମୌସୁମୀ ଆସିପାରେ । ଅନ୍ୟପଟେ ଉତ୍ତର ଆଣ୍ଡାମାନ ସାଗର ଓ ତତସଂଲଗ୍ନ ଉତ୍ତରକେନ୍ଦ୍ରୀୟ ବଙ୍ଗୋପସାଗରରେ ୨୨ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ଆଶଙ୍କା ରହିଛି । ଏହା ପରବର୍ତ୍ତୀ ୭୨ ଘଣ୍ଟାରେ ସାମୁଦ୍ରିକ ଝଡ଼ରେ ପରିଣତ ହୋଇ ଉତ୍ତରପଶ୍ଚିମ ଦିଗକୁ ଗତି କରି ୨୬ ତାରିଖ ସନ୍ଧ୍ୟାରେ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବ ।

ଆହୁରି ପଢ଼ନ୍ତୁ: ବରମୁଣ୍ଡା ବସ ଟର୍ମିନାଲରେ ଅପହରଣ ଉଦ୍ୟମ ପଣ୍ଡ: ଏନଜିଓ କର୍ମୀଙ୍କ କବଳରୁ ଉଦ୍ଧାର ହେଲେ ନାବାଳିକାଙ୍କ ସମେତ ୩ ମହିଳା

ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ୨୫ ତାରିଖ ସନ୍ଧ୍ୟାରୁ ବର୍ଷାର ପରିମାଣ ବୃଦ୍ଧି ପାଇବ । ୨୩ ତାରିଖରେ ପବନର ବେଗ ଘଣ୍ଟାପ୍ରତି ୪୫ରୁ ୫୫ କିଲୋମିଟର ରହିପାରେ । ୨୪ରୁ ୨୬ ତାରିଖ ଯାଏଁ ପବନର ବେଗ ଘଣ୍ଟାପ୍ରତି ୫୦ରୁ ୬୦ କିଲୋମିଟର ରହିବ ।

ଆହୁରି ପଢ଼ନ୍ତୁ: ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ: ଜୁନ ୧୯ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା

ଆଣ୍ଡାମାନ ସାଗର ଓ ତତସଂଲଗ୍ନ ବଙ୍ଗୋପସାଗର ୨୩ ତାରିଖରୁ ଅଶାନ୍ତ ରହିବ । ଫଳରେ ୨୭ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି । ଯେଉଁମାନେ ଗଭୀର ସମୁଦ୍ରକୁ ଯାଇଛନ୍ତି ୨୩ ତାରିଖ ସୁଦ୍ଧା ଫେରି ଆସିବାକୁ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ବାତ୍ୟା ସୁନ୍ଦରବନରେ ଲ୍ୟାଣ୍ଡଫଲ୍ କରିବା ନେଇ ଅନୁମାନ କରାଯାଉଛି ।

ଆହୁରି ପଢ଼ନ୍ତୁ: ନଦୀରେ ଗାଧୋଇବା ହେଲା କାଳ, ପାଣିରେ ବୁଡ଼ି ଯାଇ ୨ ନାବାଳକ ଭାଇଙ୍କ ମୃତ୍ୟୁ

19 May 2021 By The Sakala

ମାଡ଼ି ଆସୁଛି ବାତ୍ୟା ‘ୟଶ୍’, ୨୫ରୁ ଉପକୂଳ ଓଡ଼ିଶାରେ ବଢ଼ିବ ବର୍ଷା, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର: ଆଗୁଆ ଆସିବ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ । ୨୧ ତାରିଖ ସୁଦ୍ଧା ଦକ୍ଷିଣ ଆଣ୍ଡାମାନ ସାଗର ଓ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଦକ୍ଷିଣପଶ୍ଚିମ ମୌସୁମୀ ଆସିପାରେ । ଅନ୍ୟପଟେ ଉତ୍ତର ଆଣ୍ଡାମାନ ସାଗର ଓ ତତସଂଲଗ୍ନ ଉତ୍ତରକେନ୍ଦ୍ରୀୟ ବଙ୍ଗୋପସାଗରରେ ୨୨ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ଆଶଙ୍କା ରହିଛି । ଏହା ପରବର୍ତ୍ତୀ ୭୨ ଘଣ୍ଟାରେ ସାମୁଦ୍ରିକ ଝଡ଼ରେ ପରିଣତ ହୋଇ ଉତ୍ତରପଶ୍ଚିମ ଦିଗକୁ ଗତି କରି ୨୬ ତାରିଖ ସନ୍ଧ୍ୟାରେ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବ ।

ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ୨୫ ତାରିଖ ସନ୍ଧ୍ୟାରୁ ବର୍ଷାର ପରିମାଣ ବୃଦ୍ଧି ପାଇବ । ୨୩ ତାରିଖରେ ପବନର ବେଗ ଘଣ୍ଟାପ୍ରତି ୪୫ରୁ ୫୫ କିଲୋମିଟର ରହିପାରେ । ୨୪ରୁ ୨୬ ତାରିଖ ଯାଏଁ ପବନର ବେଗ ଘଣ୍ଟାପ୍ରତି ୫୦ରୁ ୬୦ କିଲୋମିଟର ରହିବ ।

ଆଣ୍ଡାମାନ ସାଗର ଓ ତତସଂଲଗ୍ନ ବଙ୍ଗୋପସାଗର ୨୩ ତାରିଖରୁ ଅଶାନ୍ତ ରହିବ । ଫଳରେ ୨୭ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି । ଯେଉଁମାନେ ଗଭୀର ସମୁଦ୍ରକୁ ଯାଇଛନ୍ତି ୨୩ ତାରିଖ ସୁଦ୍ଧା ଫେରି ଆସିବାକୁ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ବାତ୍ୟା ସୁନ୍ଦରବନରେ ଲ୍ୟାଣ୍ଡଫଲ୍ କରିବା ନେଇ ଅନୁମାନ କରାଯାଉଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର